Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷ ଯାତ୍ରା ଲାଭପ୍ରଦ ହେବ, ଲାଗିରହିଥିବା ବିବାଦୀୟ ଘଟଣାରେ ବିଜୟୀ ହେବେ, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ଯୋଗଦେଇପାରନ୍ତି। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଦୀର୍ଘଦିନର ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି।
ବୃଷ
ବୃଷ
ଭୁଲ୍‌ ବୁଝାମଣା କାରଣରୁ ଘରର ସଦସ୍ୟମାନେ ବିରକ୍ତି ଅନୁଭବ ପ୍ରକାଶ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ। ଅପରାହ୍ନେ ବନ୍ଧୁମାନଙ୍କ ନିକଟରୁ ବକେୟା ଟଙ୍କା ପାଇବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିରତା ରହିବ ନାହିଁ। ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ସମସ୍ୟାକୁ ବଢ଼ାଇ ଦେଇପାରନ୍ତି। ପୂର୍ବ ପରିକଳ୍ପିତ ଯୋଜନା ଅନୁଯାୟୀ କର୍ମରେ କେତେକାଂଶରେ ସଫଳତା ପାଇବେ। ଆଜି ଯାତ୍ରା, ପରିବହନ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ।
କର୍କଟ
କର୍କଟ
ଯାତ୍ରା ସମୟରେ ବିଭିନ୍ନ ପ୍ରକାରର କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ପାରିବାରିକ ସମସ୍ୟାକୁ ନେଇ ନିଜେ ଅସୁବିଧା ଭିତରେ ଚଳୁଥିଲେ ମଧ୍ୟ ବନ୍ଧୁଙ୍କୁ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପରିସ୍ଥିତିରେ ପଡ଼ି ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯିବାର ଆଶଙ୍କା ରହିଛି । ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ପାରିବାରିକ ଅଶାନ୍ତି କାରଣରୁ ଚିନ୍ତାରେ ମାନସିକ ସ୍ଥିରତା ରହିବ ନାହିଁ। ଆଜିର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡ଼ିପାରେ। ଘରର ବରାଦ ଅନୁଯାୟୀ କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରିବେ। ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ।
ତୁଳା
ତୁଳା
ଶାରୀରିକ ଅସୁସ୍ଥତା ସଙ୍ଗକୁ କର୍ମଜଞ୍ଜାଳର ବୋଝରେ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆରମ୍ଭ କରିଥିବା କାମଟି ସମ୍ପନ୍ନ ହେବାରେ ସମସ୍ୟାର ସମ୍ମୁଖୀନ ହେବେ। ଦୀର୍ଘ ମିଆଦୀ ଯୋଜନା ଫସର ଫାଟିଯିବା କାରଣରୁ ମନ ଭଲ ରହି ନ ପାରେ। ଅନ୍ୟମାନଙ୍କ ସକାଶେ ଯେତେ ଭଲ କାମ କଲେ ସୁଦ୍ଧା ସମସ୍ତଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ।
ବିଛା
ବିଛା
କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି କାର୍ଯ୍ୟ ହାସଲ କରିବେ। ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ନିର୍ମାଣ କ୍ଷେତ୍ରରେ ଅଟକି ରହିଥିବା କାମକୁ ପୂରା ଦମରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନତୁବା ପରେ ଚିନ୍ତା କରିବାକୁ ପଡ଼ିବ।
ଧନୁ
ଧନୁ
ଶାରୀରିକ ସୁସ୍ଥତା ପ୍ରତି ଧ୍ୟାନଦେବା ନିହାତି ଜରୁରୀ ହୋଇପଡ଼ିବ। ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବ୍ୟବସାୟ, ବାଣିଜ୍ୟରେ କ୍ଷତିର ଭରଣା କରିବା ସକାଶେ ପ୍ରଯନତ୍ କରିପାରନ୍ତି।
ମକର
ମକର
ପରିସ୍ଥିତି ଯାହା ହେଉନା କାହିଁକି, ଆଜି ଅଟକିଥିବା ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ଓଲଟି ଦୋଷାରୋପ କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଦୂର ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।
କୁମ୍ଭ
କୁମ୍ଭ
କର୍ତ୍ତବ୍ୟନିଷ୍ଠା ଓ ସମୟାନୁବର୍ତ୍ତିତା ହେତୁ କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଆସ୍ଥାଭାଜନ ହେବେ। ପରିବାରରେ ଋଣ ପରିଶୋଧ କରିବା ହେତୁକ ସମସ୍ୟା ଲାଗି ରହିବ। ଅସ୍ବସ୍ତିର ପରିବେଶ ମଧ୍ୟରେ ମାନସିକ ସୁସ୍ଥତା କେତେକାଂଶରେ ବାଧାପ୍ରାପ୍ତ ହେବ। ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିବା ହେତୁ ଅଣନିଃଶ୍ୱାସୀ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବାଜନିତ କିଛିଟା ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri