Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜି ରାହୁ ଯୁକ୍ତ ଚନ୍ଦ୍ର ରାଶିରେ ରହୁଥିବାରୁ ଦୈହିକ ଓ ମାନସିକ ସୁସ୍ଥତା ବ୍ୟାହତ ହେବ। ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗି ପାରନ୍ତି ।
ବୃଷ
ବୃଷ
ଭୁଲ୍‌ ବୁଝାମଣା କାରଣରୁ ଘରର ସଦସ୍ୟ ମନେ ମନେ ବିରକ୍ତି ଅନୁଭବ କରିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ । ଆକସ୍ମିକ ଭାବରେ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଇପାରନ୍ତି। କେନ୍ଦ୍ରସ୍ଥ ଶୁକ୍ର ହେତୁ ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ।
ମିଥୁନ
ମିଥୁନ
ପ୍ରିୟ ବନ୍ଧୁଙ୍କ ସମ୍ପର୍କରେ ନୂ୍ୟନତା ଅବଲୋନ କରି ମାନସିକ ସ୍ଥିରତା ରହିବ ନାହିଁ। ପୂର୍ବ ଯୋଜନା ଅନୁଯାୟୀ କର୍ମ କରନ୍ତୁ ଅବଶ୍ୟ କେତେକାଂଶରେ ସଫଳତା ପାଇବେ। ପୁରାତନ ରୋଗର ପୀଡ଼ା କାମ କରିବାକୁ ନିରୁତ୍ସାହିତ କରିପାରେ । ଆଜି ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ।
କର୍କଟ
କର୍କଟ
କର୍ମକ୍ଷେତ୍ରସ୍ଥ ପାପଗ୍ରହଯୁକ୍ତ ରାଶ୍ୟାଧିପତି ହେତୁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ । ବିଭିନ୍ନ ପାରିବାରିକ ସମସ୍ୟାକୁ ନେଇ ନିଜେ ଅସୁବିଧା ଭିତରେ ଚଳିବାକୁ ପଡ଼ିପାରେ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ। ବନ୍ଧୁଟିଏ ପାରିବାରିକ କ୍ଷେତ୍ରର ଅଭିମାନଭରା କଥା କହି ଦୁଃଖ କରିପାରନ୍ତି ।
ସି˚ହ
ସି˚ହ
ଆଜି ସକାଳୁ ସକାଳୁ ବନ୍ଧୁଙ୍କ ସାକ୍ଷାତରୁ କିଛି ପରିମାଣରେ ଉପକୃତ ହୋଇପାରନ୍ତି। କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଲାନ୍ତି ଅନୁଭବ କରିବେ। ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯାଇପାରେ ।
କନ୍ୟା
ପାରିବାରିକ ଅଶାନ୍ତି କାରଣରୁ ଚିନ୍ତାରେ ମାନସିକ ସ୍ଥିରତା ରହିବ ନାହିଁ। ଆଜିର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡ଼ିପାରେ । ଘରର ବରାଦ ଅନୁଯାୟୀ କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରିବେ। ବିବାଦୀୟ କଥାରେ କିମ୍ବା ସମସ୍ୟା ଥିବା ଘଟଣାରେ ମୁଣ୍ଡ ନ ପୂରାଇବା ଭଲ।
ତୁଳା
ତୁଳା
ଆରମ୍ଭ କରିଥିବା କାମ ସମ୍ପନ୍ନ ହେବାରେ କିଛି ସମସ୍ୟାର ସମ୍ମୁଖୀନ ହେବେ। କେତେକ ଦୀର୍ଘ ମିଆଦୀ ଯୋଜନା ଫସର ଫାଟିଯିବା କାରଣରୁ ମନ ଭଲ ରହିବ ନାହିଁ । ଯେତେ ଭଲ କାମ କଲେ ସୁଧା ଭୁଲ୍‌ ବୁଝାମଣାର ଶିକାର ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ବିଛା
ବିଛା
କର୍ମକ୍ଷେତ୍ରରେ ବିଭିନ୍ନ କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି। ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ବିଶ୍ୱାସର ସହ କାମ କରି ଚାଲନ୍ତୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ନିର୍ମାଣ କ୍ଷେତ୍ରରେ ଅଟକି ରହିଥିବା କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ।
ଧନୁ
ଧନୁ
ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବକେୟା ବ୍ୟବସାୟ, ବାଣିଜ୍ୟରେ କ୍ଷତିର ଭରଣା କରିବା ସକାଶେ ପ୍ରଯନତ୍ କରିପାରନ୍ତି। ଯାହା ବିବାଦୀୟ ଘଟଣାରେ ନୀରବ ରହିଯିବା ଏକ ପ୍ରକାର ଭଲ ହେବ।
ମକର
ମକର
ଆଜି କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ । ବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ସାଙ୍ଗକୁ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍‌ ବିଚାର କରି ଓଲଟି ଦୋଷାରୋପ କରିପାରନ୍ତି। ଭୁଲ୍‌ ବୁଝାମଣା ଯୋଗୁ ପରିବାର ଭିତରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ପରିବାରରେ ଋଣ ପରିଶୋଧ କରିବା ହେତୁକ ସମସ୍ୟା ଲାଗି ରହିବ । ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି। କୌଣସି ନୀଚ୍ଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବୃଦ୍ଧି ପାଇବାରୁ ମାନସିକ ସ୍ତରରେ ଭାଙ୍ଗିପଡ଼ିବେ। ଅଫିସ୍‌ କାମର ଜଞ୍ଜାଳ ବୃଦ୍ଧି ପାଇପାରେ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri