Posted inRasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ
ଆଜିର ପ୍ରତ୍ୟୁଷଯାତ୍ରାରେ ସଫଳତା ସାଙ୍ଗକୁ ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରହେବ। ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗିପାରନ୍ତି। ଆକସ୍ମିକ ସମସ୍ୟା ଉପୁଜିବାରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ବୃଷ
ବୃଷ
ସନ୍ଦେହ ଏବଂ ଭୁଲ୍‌ ବୁଝାମଣାରୁ ଘର ସଦସ୍ୟ ବିରକ୍ତି ପ୍ରକାଶ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ପଡ଼ିପାରେ। ଆନୁଷ୍ଠାନିକ କାର୍ଯ୍ୟରେ ଯୋଗଦେଇ ବନ୍ଧୁଙ୍କ ପ୍ରଶଂସାଭାଜନ ହେବେ। ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବାର ସୂଚନା ରହିଛି।
ମିଥୁନ
ମିଥୁନ
ଆଜି ଅର୍ଥ, ସମ୍ମାନ ଓ କଳା, ସଙ୍ଗୀତାଦିରୁ ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟା ବଢ଼ାଇଦେବେ। ପୂର୍ବ ଯୋଜନା ଅନୁଯାୟୀ କର୍ମ କଲେ ସଫଳତା ପାଇବା ଆଶା କରାଯାଇପାରେ। ଶିଳ୍ପ, ପରିବହନ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ।
କର୍କଟ
କର୍କଟ
ବନ୍ଧୁଙ୍କ ଅସହଯୋଗରୁ କର୍ମକ୍ଷେତ୍ରରେ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ନିଜେ ଅସୁବିଧା ଭିତରେ ଚଳୁଥିଲେ ମଧ୍ୟ ପଡ଼ୋଶୀଙ୍କ କାମରେ ଯଥାସାଧ୍ୟ ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପ୍ରିୟବନ୍ଧୁଟି ନିଜର ପାରିବାରିକ କ୍ଷେତ୍ରର ଅଭିମାନଭରା କଥା କହି ଦୁଃଖ କରିପାରନ୍ତି ।
ସି˚ହ
ସି˚ହ
ଆଜିର ଆବଶ୍ୟକତା ପୂରଣ ସକାଶେ ବନ୍ଧୁଙ୍କ ସାକ୍ଷାତ୍‌ କାମକୁ ଆସିବ। ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତିସୂଚକ କଥା ଶୁଣି ମନ ହାଲୁକା ହୋଇଯାଇପାରେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜର କାମଟି ଅଟକି ରହିଯିବାର ସୂଚନା ପୂର୍ଣ୍ଣମାତ୍ରାରେ ରହିଛି। ପ୍ରଶାସନିକ କିମ୍ବା ରାଜନୀତିରେ ସଙ୍ଗଠନ ଓ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ମତାନ୍ତରଜନିତ ପାରିବାରିକ ଅଶାନ୍ତିରୁ ମନ ଅସ୍ଥିର ରହିବ। ଆଜିର ଯାତ୍ରାରେ ହଇରାଣ ହରକତ ହେବାକୁ ପଡ଼ିପାରେ। ଘରର ବରାଦ ଅନୁଯାୟୀ କୌଣସି ଗୃହୋପକରଣ କିଣିବା ସକାଶେ ଯୋଜନା କରିପାରନ୍ତି। କୌଣସି କର୍ମଚାରୀ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ତାହାର ଆପଣଙ୍କ ପ୍ରତି ଥିବା ଭଲ ମନୋଭାବକୁ ବଦଳାଇ ଦେଇପାରେ।
ତୁଳା
ତୁଳା
ସୁବିଧା ଓ ସହଯୋଗ ଅଭାବରୁ ଆରମ୍ଭ କରିଥିବା କାମ ସମ୍ପନ୍ନରେ ସମସ୍ୟାର ସମ୍ମୁଖୀନ ହେବେ। କେତେକ ଦୀର୍ଘ ମିଆଦୀ ଯାଜନା ଫସର ଫାଟିଯିବାରୁ ମନ ଭଲ ରହିବ ନାହିଁ। ଭଲ ସମ୍ପର୍କ ରହିଥିବା ବନ୍ଧୁ ଅନ୍ୟର କାନକୁହା କଥା ଶୁଣି ଦୂରେଇ ରହିପାରନ୍ତି। ବାଣିଜ୍ୟ ଓ ପରିବହନରେ ସମସ୍ୟା ସମାଧାନ ହେବାର ଆାଶା ରହିଛି।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିବାରୁ ଆଶ୍ୱସ୍ତି ଅନୁଭବ କରିବେ। ନୂତନ ବସ୍ତ୍ର ଓ ଆଭୂଷଣ ଲାଭ ସହ ବନ୍ଧୁଙ୍କ ସାନ୍ନିଧ୍ୟରୁ ଖୁସି ରହିବେ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି। ସାମାଜିକ ସ୍ତରରେ ସାହିତ୍ୟ, ସଙ୍ଗୀତ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ।
ଧନୁ
ଧନୁ
ଆନୁଷ୍ଠାନିକ କ୍ଷେତ୍ରରେ ବନ୍ଧୁଙ୍କ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଆଲୋଚନା ପରିସରରେ ପ୍ରତିଦ୍ୱନ୍ଦ୍ୱୀଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବକେୟା ଆଦାୟ କରିବାରେ ଅନ୍ୟମାନଙ୍କର ସହାୟତା ନେବାକୁ ପଡ଼ିପାରେ। ବ୍ୟବସାୟ, ବାଣିଜ୍ୟରେ କ୍ଷତିର ଭରଣା କରିବା ସକାଶେ ପ୍ରଯତ୍ନ କରିପାରନ୍ତି।
ମକର
ମକର
ଆଜି କର୍ମାରମ୍ଭ, ବନ୍ଧୁଙ୍କ ଆଲୋଚନା ତଥା ବ୍ୟବସାୟ ଓ ବାଣିଜ୍ୟରେ ଆଶାନୁରୂପ ଲାଭ ହେବ। ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହେବ। ଭଲ କଥା କହିଲେ ମଧ୍ୟ ପରିବାର ସଦସ୍ୟମାନେ ଭୁଲ୍‌ବୁଝି ଓଲଟି ଦୋଷାରୋପ କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା ସହ ସ୍ଥଗିତ କାମ ସମ୍ପନ୍ନ ହେତୁ ଖୁସି ମିଳିବ। ଋଣ ପରିଶୋଧ ସକାଶେ ବନ୍ଧୁ କିମ୍ବା ବିଭିନ୍ନ ଋଣପ୍ରଦାନକାରୀ ସଂସ୍ଥା ସହ ଯୋଗାଯୋଗ କଲେ ଉପକୃତ ହେବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଆଜିର ଯାତ୍ରା ଓ ଗତାନୁଗତିକ କାମରେ କୌଣସି ବାଧା ଉପୁଜିବ ନାହିଁ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ମାତ୍ର କୌଣସି କାମ ସମ୍ପନ୍ନ କରିବା ପାଇଁ ବିଶେଷ କଷ୍ଟ କରିବାକୁ ପଡ଼ିବ ନାହିଁ। ପାରିବାରିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବା କାରଣରୁ ସାମୟିକ ବିଚଳିତ ଅନୁଭବ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri