Posted inRasifala

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ
ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର ସମ୍ଭାବନା ରହିଛି। ସଭାସମତିରେ, ଆନୁଷ୍ଠାନିକ କାମରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଅଧ୍ୟାପନା, ରଚନାମତ୍କ କାର୍ଯ୍ୟ, ନୃତ୍ୟ, ସଙ୍ଗୀତାଦି କ୍ଷେତ୍ରରୁ ପ୍ରଶଂସା ମିଳିବ।
ବୃଷ
ବୃଷ
ମୃଗଶିରା ନକ୍ଷତ୍ର ଗୁଡାଏ ଭାବନାକୁ ନେଇ ବ୍ୟସ୍ତ ହେବେ କିନ୍ତୁ କିଛି ଅସୁବିଧା ହେବ ନାହିଁ। ଆଜି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଭଲ । ଯେତେ ପାଇଲେ ମଧ୍ୟ ଅଭାବ ଲାଗି ରହିବା କାରଣରୁ ହାତସବୁବେଳେ ଖାଲି ରହିବ। ପରିବାରରେ ଅଯଥା କଳହରୁ ଦୂରେଇ ରହିବା ଭଲ ନତୁବା ଅଶାନ୍ତ ରହିପାରନ୍ତି।
ମିଥୁନ
ମିଥୁନ
ଆଜି ଯେମିତି ଯାହା ଚିନ୍ତା କରିବେ ତଦନୁସାରେ କୈାଣସି କାମରେ ଅଟକିବେ ନାହିଁ। ମାତ୍ର ଆରଦ୍ରା ନକ୍ଷତ୍ର ପାଇଁ ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ତ୍ୟାଗପୂତ ମନୋଭାବରୁ ସାମାଜିକ ସ୍ତରରେ ପ୍ରତିଷ୍ଠିତ ହେବେ। ଧାତୁଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
କର୍କଟ
କର୍କଟ
ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ସମ୍ଭାବନା ରହିଛି। ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ। ଅଶ୍ଳେଷାର ମନର ବଳ ଟାଣ ରହିବ ଏବଂ ନିଜ ଜିଦ୍‌ରେ ଅଟଳ ରହି କାମ ହାସଲ କରିବେ।
ସି˚ହ
ସି˚ହ
ଆଜିର ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। ଉତରାଫାଲଗୁନୀ ନକ୍ଷତ୍ରର ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। କଳା, ସାହିତ୍ୟ, ସଙ୍ଗୀତ ଓ କ୍ରୀଡା କ୍ଷେତ୍ରରୁ ସୁନାମ ଅର୍ଜନ କରିବେ।
କନ୍ୟା
ଲାଭାଧିପତି କର୍ମସ୍ଥାନରେ ଥିବାରୁ ଅର୍ଥ, ସମ୍ମାନ, କାର୍ଯ୍ୟାରମ୍ଭରେ ଅନୁକୂଳ ବାତାବରଣ ସୃଷ୍ଟି କରିବେ। ହଠାତ୍‌ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବ। ଆନୁଷ୍ଠାନିକ କାମ, ସାହିତ୍ୟ, କଳା କ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
କର୍ମାଧିପତି ଭାଗ୍ୟସ୍ଥାନରେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟମ୍ଭାବୀ। ଭାବପ୍ରବଣତା କିମ୍ବା ଅନ୍ୟମନସ୍କତା କାରଣରୁ କେତେକ ଭୂଲ୍‌ କରିପାରନ୍ତି। ସ୍ବାତୀ ନକ୍ଷତ୍ରର ଦୈହିକସ୍ବାସ୍ଥ୍ୟ ଅପରିବର୍ତିତ ରହିବ ଓ କାମ ସୁବିଧାରେ ସମ୍ପନ୍ନ ହୋଇପାରିବ। ଅସମର୍ଥିତ ଶତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
ସାମାଜିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଅନୁରାଧା ନକ୍ଷତ୍ରର ପାରିବାରିକ ସମସ୍ୟା ଉଣା ହେବା ବଦଳରେ କ୍ରମଶଃ ବୃଦ୍ଧି ପାଇବ। ଅଯଥା ରାଗି ଅନ୍ୟମାନଙ୍କ ସହ ଥିବା ସମ୍ପର୍କକୁ ଖରାପ କଲାଭଳି କାମ କରନ୍ତୁ ନାହିଁ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀ ଘଟିପାରେ।
ଧନୁ
ଧନୁ
ଉତରାଷାଢା ନକ୍ଷତ୍ରର ଅର୍ଥାଭାବ ଯୋଗୁ କେତେକ କାମ ଅସମ୍ପୂର୍ଣ୍ଣ ରହିପାରେ। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସମ୍ଭାବନା ରହିଛି। ପରିବହନ କ୍ଷେତ୍ରରେ ସମସ୍ୟାର ସମାଧାନ କୈାଣସି ସହୃଦୟବ୍ୟକ୍ତିଙ୍କ ଦ୍ୱାରା ହୋଇପାରେ। ଆଲୋଚନା ପରିସରରେ ବନ୍ଧୁଙ୍କ ପକ୍ଷପାତିତା ମନରେ ଅନ୍ତଦ୍ଦର୍‌ବନ୍ଦ୍ୱ ସୃଷ୍ଟି କରିପାରେ।
ମକର
ମକର
ମୁଖଭାବସ୍ଥ ଶନି ଓ ମଙ୍ଗଳ କଠୋର ବାକ୍ୟାଳାପ ସଙ୍ଗକୁ ମନକୁ ବିକ୍ଷିପ୍ତ ଭାବନାରେ ଅସ୍ଥିର କରାଇବ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଆଶଙ୍କା ରହିଛି। ପରିବହନ, ନିର୍ମାଣ, ପ୍ରଶାସନିକ କ୍ଷେତ୍ରରେ, ଶିକ୍ଷାରେ ସଫଳତା ଲାଭ କରିବେ। ଉତରାଷାଢା ନକ୍ଷତ୍ରକୁ ଆନୁଷ୍ଠାନିକ କାମ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ।
କୁମ୍ଭ
କୁମ୍ଭ
ମଙ୍ଗଳ ଜନିତ ମସ୍ତିସ୍କ ଉତେଜନାପୂର୍ଣ୍ଣ ରହିଥିବାରୁ ଆଲୋଚନା ସମୟରେ ଅପ୍ରିୟ ସତ୍ୟ କଥା ବନ୍ଧୁଙ୍କ ମନରେ ଦୁଃଖ ଦେଇପାରେ। ହଠାତ୍‌ ଦୂର ଯାତ୍ରା କରିବା ପାଇଁ ମନ ବଳାଇବେ। ପରିବାରରେ ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରନ୍ତୁ। ପୂର୍ବଭାଦ୍ରବ ନକ୍ଷତ୍ର ସକାଶେ ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇପାରେ।
ମୀନମୀନ

ଉଚ୍ଚସ୍ଥ ଶୁକ୍ରଙ୍କ ସୁପ୍ରଭାବରୁ ହସ,ଖୁସୀ,ଆନନ୍ଦ ମଧ୍ୟରେ ଦିନଟି ଅତିବାହିତ ହେବ। ନିକଟ ଅତୀତରେ କାମ ହାସଲ ପାଇଁ ବନ୍ଧୁଙ୍କ ନିକଟରୁ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri