Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୧୫ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା ପ୍ରୀତିପ୍ରଦ ରହିବ ଏବଂ ସକାଳୁ କର୍ମତତ୍ପରତା ହେତୁ ବ୍ୟସ୍ତତା ବୃଦ୍ଧି ପାଇବ। ପିଲାମାନଙ୍କ ଦାବୀ ମୁତାବକ ଜିନିଷ ନ ଆଣିପାରି ଅଶାନ୍ତିର ସମ୍ମୁଖୀନ ହୋଇ ପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ।
ବୃଷ
ବୃଷ
ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ମତାନ୍ତର ଘଟିପାରେ, ଏଣୁ ମନରେ ଟେନ୍ସନ ଲାଗି ରହିବ। ଆକସ୍ମିକ ଆବଶ୍ୟତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢାଇ ଦେବାର ସୂଚନା ରହିଛି। ବନ୍ଧୁମାନଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।
ମିଥୁନ
ମିଥୁନ
ଆଜି ବିଭିନ୍ନ ଧନ୍ଦା କରିବା ସକାଶେ ସହକର୍ମୀମାନେ ଉତ୍ସାହିତ କରିବେ। ଜଣେ ବନ୍ଧୁ ମାର୍ଗଦର୍ଶକ ସାଜି ପାରନ୍ତି, ଯାହାକି ଆପଣଙ୍କ ସକଶେ ହିତକର ହେବ। କର୍ମକ୍ଷେତ୍ରରେ ଏବଂ ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି। ମାଲିମକଦ୍ଦମାରେ କାର୍ଯ୍ୟ ହାସଲ କରିନେବା ସକାଶେ ନୂତନ ଦିଗପ୍ରତି ଚିନ୍ତା କରିପାରନ୍ତି।
କର୍କଟ
କର୍କଟ
ଆଜି ବାରମ୍ବାର ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହେବ। ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇବେ। ହଠାତ୍‌ କୌଣସି ବନ୍ଧୁଙ୍କ ଜରିଆରେ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ଖୁସି ହେବେ। ସାମାଜିକ ସ୍ତରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ।
ସି˚ହ
ସି˚ହ
ଆଜି କୌଣସି ପ୍ରକାରେ ଅନ୍ୟକୁ ସନ୍ତୁଷ୍ଟ କରି ପାରିବେ ନାହିଁ। କିନ୍ତୁ ସାମାଜିକ ସ୍ତରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବ ସଙ୍ଗକୁ ପ୍ରଶଂସିତ ମଧ୍ୟ ହେବେ। ଏକା ସଙ୍ଗରେ ବହୁତ ଗୁଡିଏ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି। ବହୁତ ଦିନରୁ ଖୋଜି ପାଉନଥିବା ଜିନିଷଟି ହଠାତ୍‌ ପାଇଯିବେ।
କନ୍ୟା
ବାକି ରଖିଥବା ଲୋକଟି ଘରେ ଆସି ଟଙ୍କା ଦେଇଯିବ। ନିଜ ଲୋକଙ୍କ ଭୁଲ୍‌ରୁ ଅଫିସରେ ସାଧାରଣ କଥାରେ ମତାନ୍ତର ସୃଷ୍ଟି ହୋଇପାରେ। ଆମଦାନୀ କାରବାର ଓ ପରିବହନ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ଗୃହ ସଜ୍ଜା, ଗାଡି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି।
ତୁଳା
ତୁଳା
ପରିବାର ଭିତରେ ସାଧାରଣ କଥାରୁ ଝଡ ଉଠିବାରୁ ମନ ଅସ୍ଥିର ରହିବ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ନ ରହିଲେ ବିବାଦର ସମ୍ମୁଖୀନ ହେବେ। ବିବାଦୀୟ ପରିସ୍ଥିତି କିମ୍ବା ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ଘରର ବରାଦ ଅନୁସାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି।
ବିଛା
ବିଛା
ଆଜିର ବ୍ୟସ୍ତ ବହୁଳ ସମୟ ଭିତରେ ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବ। ନୀଚ୍ଚ ସଂସର୍ଗରୁ ଦୂରେଇ ରହିବା ଭଲ। ଅଭାବ ଦୂରେଇ ବାର ପ୍ରୟାସ କଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇ ନେବାକୁ ବାଧ୍ୟ ହେବେ। କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ବାଧ୍ୟ ହୋଇପାରନ୍ତି। ଆପଣଙ୍କ ଋକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଅଘାତ ଦେଇପାରେ। ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ବେଶ ଖୁସି ରହିବେ। ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ବନ୍ଧୁଙ୍କ କଥା ମାନି କଲେ ଭଲ। ସହକର୍ମୀଙ୍କ ସହୃଦୟତାରୁ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି। ପ୍ରକାଶନ, ସାହିତ୍ୟଚର୍ଚ୍ଚା ଓ ପ୍ରଶାସନିକ ସଫଳତା ଅବଶ୍ୟ ପାଇବେ ଏବଂ ପୁରଷ୍କୃତ କିମ୍ବା ସମ୍ବର୍ଦ୍ଧିତ ହେବାର ସୁଯୋଗ ପାଇବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜି ଦିନ ଭିତରେ ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ। ନିରଟସ୍ଥ ବ୍ୟକ୍ତିଙ୍କ ସହାୟତାରେ ବକେୟା ଆଦାୟରେ ସକ୍ଷମ ହେବେ। ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇ ପାରନ୍ତି।
ମୀନମୀନ
ଆଜି ସମସ୍ୟା ସମାଧାନ ହେବାରୁ ମନ ଭଲ ରହିବ। ଧନାଧିପଙ୍କ ବଳହୀନତା କାରଣରୁ ଆର୍ଥିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ବନ୍ଧୁ କିଛି ଖବର ନ ଦେଇ ହଠାତ୍‌ ପହଞ୍ଚି ଆପଣଙ୍କ ବ୍ୟସ୍ତତାକୁ ବୃଦ୍ଧି କରିବେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢାରେ କିଛିଟା ସାମୟିକ ସମସ୍ୟା ଲାଗି ରହିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri