Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୧୫ ତାରିଖ – Daily Horoscope

ମେଷ
ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
ବୃଷ
ବୃଷ
ଚାହୁଁଥିବା ଜିନିଷ ପାଇବା ଓ ଆଶା କରୁଥିବା କାମରେ ସଫଳତା ହେତୁ ମାନସିକ ସ୍ଥିତି ଭଲ ରହିବ। ସ୍ବାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ। ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ।
ମିଥୁନ
ମିଥୁନ
ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆଲୋଚନା ସମୟରେ ବନ୍ଧୁମାନଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ ବଳାଇ କର୍ମମୁଖର ହେବେ। ଲକ୍ଷ୍ୟ ହାସଲରେ ସମର୍ଥ ହେବେ ଓ ସଫଳତା ମଧ୍ୟ ପାଇବେ।
କର୍କଟ
କର୍କଟ
ଆଗାମୀ ସମୟର ପରିସ୍ଥିତି ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ଅର୍ଥ ସଂକଟ ହେତୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଅଫିସରେ ବାଧ୍ୟତାମୂଳକ ଭାବେ କେତେକ କାମ କରିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ପ୍ରତ୍ୟୁଷରୁ ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ। ଦେହ ଭଲ ରହିବ ମାତ୍ର କଠିନ ପରିଶ୍ରମ କିମ୍ବା ବିଶେଷ ଭ୍ରମଣ ଜନିତ କ୍ଳାନ୍ତିବୋଧ କରିବେ। ବନ୍ଧୁଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ ସ୍ଥଗିତ କାମଗୁଡ଼ିକୁ ଆରମ୍ଭ କରିବାକୁ ମନ ବଳାଇବେ। ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି।
କନ୍ୟା
ବନ୍ଧୁଙ୍କ ଅନୁରୋଧରେ କୌଣସି କାମ ସକାଶେ ନିଜକୁ ପ୍ରସ୍ତୁତ କରିପାରନ୍ତି। ଖଳ ଲୋକଙ୍କ କଥାରେ ଭୁଲ୍‌ ମାର୍ଗ ଅନୁସରଣ କରି ହଇରାଣ ହେବେ। ଅବହେଳା ଯୋଗୁ କେତେକ କାମ ଲାଗି ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲି ମକଦ୍ଦମା, ତର୍କ ବିତର୍କ, ସଭା ସମିତି, ସଂଗଠନ, ନିର୍ମାଣ, ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ସାଧାରଣ କଥାରେ ରାଗିଯିବେ ଓ ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଯୋଗୁ ଆଶ୍ୱସ୍ତି ଲାଭ କରିବେ । ନିଜ ଦୋଷରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ମାନସିକ ଅସୁସ୍ଥତା କାରଣରୁ ମନ ଉଦାସ ରହିବ। ଅଫିସ୍‌ରେ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସହକର୍ମୀଙ୍କ ବଦାନ୍ୟତାରୁ ଅପରାହ୍ନେ ଅର୍ଥ ଓ ସମ୍ମାନ ପାଇ ମନ ଖୁସି ହୋଇଯିବ। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଂଗଠନରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ କୌଣସି ଖବର ପାଇ ନିଜକୁ ପ୍ରସ୍ତୁତ ରଖିବାକୁ ଚେଷ୍ଟା କରିବେ । ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବା ସକାଶେ ଉଦ୍ୟମ ଚଳାଇପାରନ୍ତି। ଈର୍ଷାପରାୟଣ ବ୍ୟକ୍ତିମାନେ ସହି ନ ପାରି ବାଧିଲାଭଳି ଅପଶବ୍ଦ କହିବାର ସୂଚନା ରହିଛି । ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବନାହିଁ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ, ନତୁବା କଳହର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ମାତ୍ର ତରବରିଆ ଭାବେ ଯାଆନ୍ତୁ ନାହିଁ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ ଲଘୁକ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ସମସ୍ୟା ସମାଧାନ ସକାଶେ ଚେଷ୍ଟା କରି ସଫଳତା ପାଇବେ। ଆର୍ଥିକ ଉନ୍ନତି ଘଟିବ ଯଦିଓ ଏଥିପାଇଁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ବାଣିଜ୍ୟ, ବ୍ୟବସାୟ, ପରିବହନରୁ ବହୁତ ଲାଭ ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହେବ। ଆତ୍ମୀୟଙ୍କ ସହଯୋଗରୁ ପ୍ରାପ୍ୟ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଉପରିସ୍ଥଙ୍କ ଆଦେଶ ପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବାକୁ ପଡ଼ିବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

ରାଶିଫଳ: ରବିବାର, ସେପ୍ଟେମ୍ବର 2୭ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପରିବାରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?