Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୧୫ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ। ଉଦ୍ଦେଶ୍ୟମୂଳକ ଭାବେ ନିକଟ ସମ୍ପର୍କୀୟମାନେ ଭଲକୁ ଭେଲରେ ପରିବେଷଣ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଲେଖାପଢ଼ାରୁ ଉଚ୍ଚ ପ୍ରଶଂସା ମିଳିବ।
ବୃଷ
ବୃଷ
ଚାହୁଁଥିବା ଜିନିଷ ପାଇବା ଓ ଆଶା କରୁଥିବା କାମରେ ସଫଳତା ହେତୁ ମାନସିକ ସ୍ଥିତି ଭଲ ରହିବ। ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ। ପୁଣି କେତେକ କ୍ଷେତ୍ରରେ ମନ ବଳାଇପାରନ୍ତି, ଯାହାକି ଅନର୍ଥର କାରଣ ହୋଇପାରେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ।
ମିଥୁନ
ମିଥୁନ
ଆଜିର ଦିନଟିରେ ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ହୋଇଯିବ। କ୍ରନିକ୍‌ ରୋଗଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ଲାଗି ମନ ବଳାଇ କର୍ମମୁଖର ହେବେ। ରାଜନୈତିକ ସ୍ତରରେ ଲକ୍ଷ୍ୟ ହାସଲରେ ସମର୍ଥ ହେବେ ଓ ସଫଳତା ମଧ୍ୟ ପାଇବେ।
କର୍କଟ
କର୍କଟ
ଆଗାମୀ ସମୟର ପରିସ୍ଥିତି ଯେତେଟା ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ଅର୍ଥସଙ୍କଟ ହେତୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରଷ୍ପରିକ ଜିଦ୍‌ଖୋର ମନୋବୃତ୍ତି ହେତୁ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ସୃଷ୍ଟି ହେବ।
ସି˚ହ
ସି˚ହ
ପ୍ରତ୍ୟୁଷରୁ ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ ସ୍ଥଗିତ କାମ ଆରମ୍ଭ କରିବାକୁ ମନ ବଳାଇବେ। ବିଭିନ୍ନ ପ୍ରକାର ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅପ୍ରିୟ ସତ୍ୟ କହି ସହକର୍ମୀଙ୍କ ଚକ୍ଷୁଶୂଳ ହୋଇପାରନ୍ତି।
କନ୍ୟା
ଜଣେ ବାଲ୍ୟବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ଲାଗି ପ୍ରସ୍ତୁତି କରିପାରନ୍ତି। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲିମକଦ୍ଦମା, ତର୍କ ବିତର୍କ, ସଭାସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ। ପରିସ୍ଥିତିରେ ପଡ଼ି ନିଜକୁ ସଂକୁଚିତ କରି ରଖିବାକୁ ବାଧ୍ୟହେବେ।
ତୁଳା
ତୁଳା
 କୌଣସି ବନ୍ଧୁଙ୍କ ଉପରେ ସାଧାରଣ କଥାରେ ରାଗିବା କାରଣରୁ ବିବାଦ ବଢ଼ିପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ହେତୁ ଆଶ୍ୱସ୍ତି ଲାଭ କରିବେ। ନିଜ ଦୋଷରୁ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ମାନସିକ ଅସୁସ୍ଥତା କାରଣରୁ ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିବ। ଦବ୍ର୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗିପାରନ୍ତି। ଅଫିସ୍‌ରେ ଅସଂଯତ କାର୍ଯ୍ୟକଳାପ ପାଇଁ ସମାଲୋଚିତ ହେବେ। ସାହିତ୍ୟ, ସାମ୍ବାଦିକତା, ରାଜନୀତି, ସଂଗଠନ ଓ କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଉଚ୍ଚସ୍ତରରୁ କୌଣସି ଖବର ପାଇ ନିଜକୁ ପ୍ରସ୍ତୁତ ରଖିବାକୁ ଚେଷ୍ଟା କରିବେ। ଭୁଲ୍‌ ବୁଝାମଣା ହେତୁକ ସମସ୍ୟା ସୁଧାରିବା ଲାଗି ଆପ୍ରାଣ ଉଦ୍ୟମ ଚଳାଇପାରନ୍ତି। ପାଖପଡ଼ୋଶୀ କିମ୍ବା ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରଶଂସାକୁ ସହି ନ ପାରି ବାଧିଲା ଭଳି ଅପଶବ୍ଦ କହିପାରନ୍ତି। ଯାନବାହନରେ ସତର୍କତା ରକ୍ଷା କରନ୍ତୁ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ମାତ୍ର ତରବରିଆ ଭାବେ ଯାଆନ୍ତୁ ନାହିଁ। ପିଲାମାନଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ ଲଘୁ କ୍ରୋଧ ପ୍ରକାଶ କରିପାରନ୍ତି। ରପ୍ତାନି, କାରବାର ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ। ସ୍ବଜନ ଶତ୍ରୁତା କାରଣରୁ ସମ୍ପର୍କୀୟମାନେ ହତାଦର କରିପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ସମସ୍ୟା ସମାଧାନ ସକାଶେ ଚେଷ୍ଟାକରି ସଫଳତା ପାଇବେ। ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ବାଣିଜ୍ୟ, ବ୍ୟବସାୟ, ପରିବହନରୁ ବହୁତ ଲାଭ ମିଳିବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଲାଗି ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ।
ମୀନମୀନ
ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ। ଆତ୍ମୀୟଙ୍କ ସହଯୋଗରୁ ପ୍ରାପ୍ୟ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବନାହିଁ। ସଭାସମିତି କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହୋଇପାରନ୍ତି। ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବାକୁ ପଡ଼ିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri