Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୫ ତାରିଖ – Daily Horoscope

ମେଷ
ଆଜି ଯଦି ପ୍ରତ୍ୟେକ କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବେ। ବ୍ୟବସାୟ,ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ।
ବୃଷ
ବୃଷ
ଆଶା କରୁଥିବା କାମରେ ସଫଳତା ହେତୁ ମାନସିକ ସ୍ଥିତି ଭଲ ରହିବ। ସ୍ବାସ୍ଥ୍ୟ ଖରାପ ନ ଥିଲେ ମଧ୍ୟ ବିଭିନ୍ନ ଘରୋଇ ଝମେଲାରୁ ମନ ଭଲ ରହିବ ନାହିଁ। ବାଣିଜ୍ୟ ଓ ବ୍ୟବସାୟ ତଥା ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ।
ମିଥୁନ
ମିଥୁନ
ଆଜିର ଦିନଟିରେ ଅଟକି ରହିଥିବା କାମଗୁଡିକ ସୁବିଧାରେ ହୋଇଯିବ। ଆଲୋଚନା ସମୟରେ ବନ୍ଧୁମାନଙ୍କର କଥାକୁ ଠିକ୍‌ ଭାବେ ବୁଝି ପାରିବେନାହିଁ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କିମ୍ବା କିଛି କରିବା ସକାଶେ କର୍ମମୁଖର ହେବେ। ଲକ୍ଷ୍ୟ ହାସଲରେ ସମର୍ଥ ହେବେ ଓ ସଫଳତା ମଧ୍ୟ ପାଇବେ।
କର୍କଟ
କର୍କଟ
ଆଗାମୀ ସମୟର ପରିସ୍ଥିତି ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି। ଅର୍ଥ ସଂକଟ ହେତୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପାରସ୍ପରିକ ଜିଦ୍‌ଖୋର ମନୋବୃତ୍ତି ହେତୁ ତିକ୍ତତା ଦେଖାଦେବ। ଅଫିସରେ ବାଧ୍ୟତାମୂଳକ ଭାବେ କେତେକ କାମ କରିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ପ୍ରତ୍ୟୁଷରୁ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡିପାରେ। ଦେହ ଭଲ ରହିବ ମାତ୍ର କଠିନ ପରିଶ୍ରମ କିମ୍ବା ବିଶେଷ ଭ୍ରମଣଜନିତ କ୍ଳାନ୍ତିବୋଧ କରିବେ। ବନ୍ଧୁଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ ସ୍ଥଗିତ କାମ ଆରମ୍ଭ କରିବାକୁ ମନ ବଳାଇବେ। ବିଭିନ୍ନ ପ୍ରକାରର ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିପାରେ।
କନ୍ୟା
ବାଲ୍ୟବନ୍ଧୁଙ୍କ ଅନୁରୋଧରେ କୌଣସି କାମ ସକାଶେ ନିଜକୁ ପ୍ରସ୍ତୁତ କରିପାରନ୍ତି। ଜଣେ ସହକର୍ମୀଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲିମକଦ୍ଦମା, ତର୍କ ବିତର୍କ, ସଭା ସମିତି, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ବନ୍ଧୁଙ୍କ ଉପରେ ସାଧାରଣ କଥାରେ ରାଗିଯିବାରୁ ବିବାଦ ବଢ଼ିପାରେ। ଗୁରୁଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ନିଜ ଦୋଷରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ମାନସିକ ଅସୁସ୍ଥତା କାରଣରୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗିପାରନ୍ତି। ଅଫିସ୍‌ରେ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ସହକର୍ମୀଙ୍କ ବଦାନ୍ୟତାରୁ ଅପରାହ୍ନେ ଅର୍ଥ ଓ ସମ୍ମାନ ପାଇ ମନ ଖୁସି ହୋଇଯିବ।
ଧନୁ
ଧନୁ
ସହକର୍ମୀଙ୍କଠାରୁ କୌଣସି ଖବର ପାଇ ନିଜକୁ ପ୍ରସ୍ତୁତ ରଖିବାକୁ ଚେଷ୍ଟା କରିବେ। ପ୍ରିୟ କଥା କହି ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବା ସକାଶେ ଆପ୍ରାଣ ଉଦ୍ୟ୍ୟମ ଚଳାଇପାରନ୍ତି। ପଡ଼ୋଶୀମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ବାଧିଲାଭଳି ଅପଶବ୍ଦ କହିପାରନ୍ତି। ବାକି ରହିଥିବା ଟଙ୍କା ପାଇବାରେ ଅସୁବିଧା ହେବ ନାହିଁ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ମାତ୍ର ତରବର ହୁଅନ୍ତୁ ନାହିଁ। ପିଲାଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ ଲଘୁକ୍ରୋଧ ପ୍ରକାଶ କରିପାରନ୍ତି। ପରିବାରରେ ଶାନ୍ତି ଫେରି ଆସିବା ସକାଶେ ଚେଷ୍ଟା କଲେ ଉପକୃତ ହୋଇପାରିବେ। ରପ୍ତାନି କାରବାର ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରର ସମସ୍ୟା ସମାଧାନ ସକାଶେ ଚେଷ୍ଟା କରି ସଫଳତା ପାଇବେ। ଆର୍ଥିକ ଉନ୍ନତି ଘଟିବ ଯଦିଓ ଏଥିପାଇଁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିପାରେ। ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ବାଣିଜ୍ୟ, ବ୍ୟବସାୟ, ପରିବହନରୁ ବହୁତ ଲାଭ ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ।
ମୀନମୀନ

ଅଟକି ରହିଥିବା କାମ ସୁବିଧାରେ ସମ୍ପନ୍ନ କଷ୍ଟକର ହୋଇପଡ଼ିବ। ଆତ୍ମୀୟଙ୍କ ସହଯୋଗରୁ ପ୍ରାପ୍ୟ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବ ନାହିଁ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଉପରିସ୍ଥଙ୍କ ଆଦେଶ ପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri