Posted inRasifala

ରାଶିଫଳ: ସୋମବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ
ସମସ୍ୟାର ସମାଧାନ କରିବା ସକାଶେ ଚେଷ୍ଟା କରି ସଫଳତା ହାସଲ କରିପାରିବେ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ଏହା ସାଙ୍ଗକୁ ମନୋବଳ ମଧ୍ୟ ବଢିଯିବ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ । ଆଜି ଫେରିବା ବାଟରେ ବନ୍ଧୁଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ ।
ବୃଷ
ବୃଷ
କର୍ମକ୍ଷେତ୍ର ପାଇଁ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବାର ସୂଚନା ରହିଛି । ଅର୍ଥାଭାବ ଲାଗି ରହିଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ । ଆତ୍ମୀୟମାନେ ସ୍ବାର୍ଥହାନି ଆଶଙ୍କାରେ ଦୂରେଇ ରହିବେ । ଭୁଲ ବୁଝାମଣା କାରଣରୁ ଶିଳ୍ପ, ବାଣିଜ୍ୟ ଓ ପରିବହନରେ ଝଗଡାର ସମ୍ଭାବନା ରହିଛି ।
ମିଥୁନ
ମିଥୁନ
ପରିସ୍ଥିତିବଶତଃ ଆଜିର ପାରିବାରିକ ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ । ସାମାଜିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ହଠାତ୍‌ ଅଫିସରେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । କିଛି ନୂତନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି ।
କର୍କଟ
କର୍କଟ
ଆଜି ପୁରୁଣା ରାଗକୁ ଶୁଝାଇବା ସକାଶେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି । ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କରି ସମାଧାନର ସୂତ୍ର୍ର ବାହାର କରିପାରିବେ । କର୍ମକ୍ଷେତ୍ର୍ରରେ ବିବାଦୀୟ ଘଟଣାଜନିତ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରି ପ୍ରଶଂସିତ ହେବେ ।
ସି˚ହ
ସି˚ହ
ମନ ବେଶି ବିବ୍ରତ ହେବା ସାଙ୍ଗକୁ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ । ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି । ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କିମ୍ବା ସନ୍ତାନଙ୍କ କାମ ଲାଗି ଅପମାନିତ ହୋଇପାରନ୍ତି ।
କନ୍ୟା
ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବା ଚିନ୍ତାଜନକ ସ୍ଥିତି ସୃଷ୍ଟି କରିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ନିର୍ମାଣ କାମରୁ ଲାଭବାନ୍‌ ହେବେ । ଅପରିଚିତ ଲୋକ ନିକଟରୁ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ବହୁତ ଦିନ ହେଲା ଇଚ୍ଛା କରୁଥିବା ଓ ପାଇପାରି ନ ଥିବା ଜିନିଷଟି ପାଇ ଖୁସି ହୋଇପାରନ୍ତି ।
ତୁଳା
ତୁଳା
ପିଲାର ସ୍ବାସ୍ଥ୍ୟ ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିବେ ଓ ସାୟାହ୍ନରେ ସମସ୍ୟାର ସମଧାନ ହୋଇଯିବ । ଆନୁଷ୍ଠାନିକ କାମରେ ରହିଥିବା ସମସ୍ୟା ସମାଧାନ କରିବାରେ ସଫଳ ହେବେ ।
ବିଛା
ବିଛା
ଆଜି ସକାଳୁ ସକାଳୁ ମତାନ୍ତରଜନିତ ପାରିବାରିକ କ୍ଷେତ୍ର ଅଶାନ୍ତ ରହିପାରେ । ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ । ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରିବ ।
ଧନୁ
ଧନୁ
ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ପ୍ରଯନତ୍ କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ । ବନ୍ଧୁଙ୍କ ସହାୟତାରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ । ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ଓ ସମସ୍ୟାର ସମାଧାନ ହୋଇଯିବ ।
ମକର
ମକର
ଆଜି ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିବ ନାହିଁ । ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଜମିଜମା କିମ୍ବା ଘର ସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ । ବନ୍ଧୁଙ୍କ ଅନୁରୋଧରେ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ।
କୁମ୍ଭ
କୁମ୍ଭ
ବିଶେଷ ଭ୍ରମଣ ଓ କଠିନ ଶ୍ରମଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କଲେ ଅବଶ୍ୟ ଉପକୃତ ହେବେ । ପାରସ୍ପରିକ ସହମତିରେ ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ । ହାତକୁ ନେଇଥିବା କାମ ମଧ୍ୟ ସୁରୁଖୁରରେ କରିବାରେ ସକ୍ଷମ ହେବେ ।
ମୀନମୀନ

ଆଜିର କର୍ମ କ୍ଷେତ୍ରରେ ବନ୍ଧୁଙ୍କ ସହ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଅଫିସରେ ଥିବା ସମୟରେ ସରକାରୀ କ୍ଷେତ୍ରରୁ ଶୁଭ ଖବର ଶୁଣି ଖୁସି ହେବେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ଥି ଲାଭ କରିବେ।ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ଠାକ୍‌ ହୋଇଯିବ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri