Categories: Rasifala

ରାଶିଫଳ: ସୋମବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ
ସମସ୍ୟାର ସମାଧାନ କରିବା ସକାଶେ ଚେଷ୍ଟା କରି ସଫଳତା ହାସଲ କରିପାରିବେ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ଏହା ସାଙ୍ଗକୁ ମନୋବଳ ମଧ୍ୟ ବଢିଯିବ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ । ଆଜି ଫେରିବା ବାଟରେ ବନ୍ଧୁଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ ।
ବୃଷ
କର୍ମକ୍ଷେତ୍ର ପାଇଁ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବାର ସୂଚନା ରହିଛି । ଅର୍ଥାଭାବ ଲାଗି ରହିଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ । ଆତ୍ମୀୟମାନେ ସ୍ବାର୍ଥହାନି ଆଶଙ୍କାରେ ଦୂରେଇ ରହିବେ । ଭୁଲ ବୁଝାମଣା କାରଣରୁ ଶିଳ୍ପ, ବାଣିଜ୍ୟ ଓ ପରିବହନରେ ଝଗଡାର ସମ୍ଭାବନା ରହିଛି ।
ମିଥୁନ
ପରିସ୍ଥିତିବଶତଃ ଆଜିର ପାରିବାରିକ ଖର୍ଚ୍ଚ ପରିମାଣ ଦି’ଗୁଣା ହୋଇପାରେ । ସାମାଜିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ହଠାତ୍‌ ଅଫିସରେ ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । କିଛି ନୂତନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି ।
କର୍କଟ
ଆଜି ପୁରୁଣା ରାଗକୁ ଶୁଝାଇବା ସକାଶେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି । ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କରି ସମାଧାନର ସୂତ୍ର୍ର ବାହାର କରିପାରିବେ । କର୍ମକ୍ଷେତ୍ର୍ରରେ ବିବାଦୀୟ ଘଟଣାଜନିତ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରି ପ୍ରଶଂସିତ ହେବେ ।
ସି˚ହ
ମନ ବେଶି ବିବ୍ରତ ହେବା ସାଙ୍ଗକୁ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ । ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି । ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କିମ୍ବା ସନ୍ତାନଙ୍କ କାମ ଲାଗି ଅପମାନିତ ହୋଇପାରନ୍ତି ।
କନ୍ୟା
ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବା ଚିନ୍ତାଜନକ ସ୍ଥିତି ସୃଷ୍ଟି କରିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ନିର୍ମାଣ କାମରୁ ଲାଭବାନ୍‌ ହେବେ । ଅପରିଚିତ ଲୋକ ନିକଟରୁ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ବହୁତ ଦିନ ହେଲା ଇଚ୍ଛା କରୁଥିବା ଓ ପାଇପାରି ନ ଥିବା ଜିନିଷଟି ପାଇ ଖୁସି ହୋଇପାରନ୍ତି ।
ତୁଳା
ପିଲାର ସ୍ବାସ୍ଥ୍ୟ ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ମାତ୍ରାଧିକ ଭ୍ରମଣ ଯୋଗୁ ଆଳସ୍ୟ ଅନୁଭବ କରିବେ ଓ ସାୟାହ୍ନରେ ସମସ୍ୟାର ସମଧାନ ହୋଇଯିବ । ଆନୁଷ୍ଠାନିକ କାମରେ ରହିଥିବା ସମସ୍ୟା ସମାଧାନ କରିବାରେ ସଫଳ ହେବେ ।
ବିଛା
ଆଜି ସକାଳୁ ସକାଳୁ ମତାନ୍ତରଜନିତ ପାରିବାରିକ କ୍ଷେତ୍ର ଅଶାନ୍ତ ରହିପାରେ । ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତ ହେବେ । ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ, ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରିବ ।
ଧନୁ
ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ଯୋଡିବା ସକାଶେ ପ୍ରଯନତ୍ କରିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ । ବନ୍ଧୁଙ୍କ ସହାୟତାରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ । ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ଓ ସମସ୍ୟାର ସମାଧାନ ହୋଇଯିବ ।
ମକର
ଆଜି ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିବ ନାହିଁ । ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଜମିଜମା କିମ୍ବା ଘର ସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ । ବନ୍ଧୁଙ୍କ ଅନୁରୋଧରେ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ।
କୁମ୍ଭ
ବିଶେଷ ଭ୍ରମଣ ଓ କଠିନ ଶ୍ରମଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କଲେ ଅବଶ୍ୟ ଉପକୃତ ହେବେ । ପାରସ୍ପରିକ ସହମତିରେ ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବ । ହାତକୁ ନେଇଥିବା କାମ ମଧ୍ୟ ସୁରୁଖୁରରେ କରିବାରେ ସକ୍ଷମ ହେବେ ।
ମୀନ

ଆଜିର କର୍ମ କ୍ଷେତ୍ରରେ ବନ୍ଧୁଙ୍କ ସହ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଅଫିସରେ ଥିବା ସମୟରେ ସରକାରୀ କ୍ଷେତ୍ରରୁ ଶୁଭ ଖବର ଶୁଣି ଖୁସି ହେବେ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା କାରଣରୁ ସାମୟିକ ଆଶ୍ୱସ୍ଥି ଲାଭ କରିବେ।ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ଠାକ୍‌ ହୋଇଯିବ ।