Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର କୋଣ ଭାବରେ ଥିବାରୁ ନିକଟରେ ରହୁ ନଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ। ଶୁକ୍ର ଓ ମଙ୍ଗଳ ଚତୁର୍ଥସ୍ଥ ହେତୁ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଈର୍ଷାଳୁ ଲୋକେଅସୁବିଧାରେ ପକାଇପାରନ୍ତି। ପାରିବାରିକ କ୍ଷେତ୍ର ବୁଝାମଣା ମାଧ୍ୟମରେ ଶୃଙ୍ଖଳିତ ହେବ।
ବୃଷ
ବୃଷ
ଆର୍ଥିକ ସମସ୍ୟା କେତେକ ପାରିବାରିକ ଆବଶ୍ୟକତାକୁ ଅଟକାଇ ଦେବ। ଭାଗ୍ୟସ୍ଥାନ ପ୍ରତି ଗ୍ରହଦୃଷ୍ଟି ପ୍ରଭାବରେ ଯେଉଁ କାମରେ ହାତଦେବେ ଅବଶ୍ୟ ସଫଳତା ପାଇବେ। ନିର୍ମାଣ,ବ୍ୟବସାୟ, ସାମ୍ବାଦିକତା, ଏଜେନ୍ସିପ୍‌, ମାଲିମକଦ୍ଦମା ପ୍ରଭୃତିରେ ଉନ୍ନତି କରିବେ। କୌଣସି ବନ୍ଧୁ ସାହାଯ୍ୟ କରିବାକୁ ଅନୁରୋଧ କରିପାରନ୍ତି।
ମିଥୁନ
ମିଥୁନ
ଆଜିର ବୁଧାଦିତ୍ୟ ଯୋଗ ପ୍ରଭାବରୁ ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ କରିବେ। ଅର୍ଥ ଲାଭ କାରଣରୁ ମନ ଭଲ ରହିବ ଓ କାମଗୁଡ଼ିକ ମଧ୍ୟ ଶୃଙ୍ଖଳିତ ହୋଇଯିବ। ସ୍ବାସ୍ଥ୍ୟ ସମସ୍ୟା ଲାଗିରହିବା କାରଣରୁ ମନରେ ସରସତା ରହି ନ ପାରେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
କର୍କଟ
କର୍କଟ
ରାଶ୍ୟାଧିପତି ସ୍ବଗୃହସ୍ଥ ଯୋଗୁ କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ପାରିବାରିକ କ୍ଷେତ୍ରରେ ଅତିପ୍ରିୟ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। ସାମାନ୍ୟ ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ଉପରିସ୍ଥଙ୍କ ଆଦେଶ ପାଳନପୂର୍ବକ ଦୂରଯାତ୍ରାର ସୁଯୋଗ ପାଇବେ।
ସି˚ହ
ସି˚ହ
ରାଶିରେ ଚନ୍ଦ୍ରଙ୍କ ସ୍ଥିତି ମାନସିକ ଅଶାନ୍ତି ସାଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ମନକଥା ମନରେ ଗୋପନ ରଖି ପିଠି ଥାପୁଡ଼େଇ କାମ ହାସଲ କରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ।
କନ୍ୟା
କର୍ମଭାବସ୍ଥ ରବି ଓ ବୁଧଜନିତ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ। ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ନିଜ ଲୋକମାନଙ୍କ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଶୁଭଗ୍ରହ ପ୍ରଭାବରୁ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କେତେକ ଆକସ୍ମିକ ଅସୁବିଧା ଉପୁଜିବା କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ତୁଳା
ତୁଳା
କର୍ମଭାବସ୍ଥ ରାଶ୍ୟାଧିପତି ହେତୁ ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କିନ୍ତୁ ଆଜି ଦିନ ଭିତରେ କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଯେତେ ଭଲ କାମ କଲେ ମଧ୍ୟ ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ। ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ ଅବଶ୍ୟ ବିଶେଷ ଲାଭ ନ ହୋଇପାରେ ।
ବିଛା
ବିଛା
ମୁଖଭାବାଧିପତି କେନ୍ଦ୍ରସ୍ଥ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଅନ୍ୟକୁ ସନ୍ତୁଷ୍ଟ କରିବେ। ନୀଚାରୋହୀ ଶୁକ୍ରଙ୍କ ଦୁର୍ବଳତା କାରଣରୁ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିବ। ବନ୍ଧୁଙ୍କ ଜରିଆରେ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ଲଘୁକ୍ରୋଧ କାରଣରୁ ସୁସମ୍ପର୍କ ବ୍ୟାହତ ହୋଇପାରେ।
ଧନୁ
ଧନୁ
ବୃହସ୍ପତିଙ୍କ ଦୁର୍ବଳତା ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି। ସମ୍ପର୍କୀୟଙ୍କ ନିକଟରୁ ହଠାତ୍‌ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ବହୁତ ଦିନରୁ ଅଟକି ରହିଯାଇଥିବା କାମ ହାସଲ କରିବାରେ ସମର୍ଥ ହେବେ।
ମକର
ମକର
ଆଜି ଅଷ୍ଟମଚନ୍ଦ୍ର କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ମଧ୍ୟରେ ଗତି କରିବେ। ଅନ୍ୟାନ୍ୟ କ୍ଷେତ୍ର ତଥା ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ନୀଚ୍ଚ ମନୋଭାସମ୍ପନ୍ନବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ପୂର୍ବପରି ସମସ୍ୟା ମଧ୍ୟରେ ଗତି କରିବ।
କୁମ୍ଭ
କୁମ୍ଭ
ଚନ୍ଦ୍ରଙ୍କ ପ୍ରତ୍ୟକ୍ଷଦୃଷ୍ଟି ଜନିତ ସ୍ବାର୍ଥହାସଲ ଅଭାବରୁ ନିଜ ଲୋକଟି ହଠାତ୍‌ ଶତ୍ରୁତା କରିବାକୁ ପଛାଇବ ନାହିଁ। ବନ୍ଧୁଙ୍କ ନିକଟରୁ ପ୍ରାପ୍ୟଧନରେ ବାଧା ସୃଷ୍ଟି ହେବାରେ ପଡୋଶୀଙ୍କ ପରୋକ୍ଷ ପ୍ରଭାବ ରହିପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ତ ହୋଇପାରନ୍ତି।
ମୀନମୀନ
ଗୁରୁକୃପାରୁ ଗତକାଲିର ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବାରେ ସମର୍ଥ ହେବେ। ମାଲି ମାକଦ୍ଦମାରେ ସଫଳତା ହାସଲ କରିବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବାରେ ବନ୍ଧୁ ସାହାଯୟ କରିପାରନ୍ତି। ଧର୍ମକାର୍ଯ୍ୟରେ ବ୍ୟୟ ବରାଦ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri