Posted inRasifala

ରାଶିଫଳ: ବୁଧବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ
ମାନସିକ ସ୍ତରରେ ସୌନ୍ଦର୍ଯ୍ୟବୋଧର ନୂତନ ଅନୁଭବକୁ ଉପଲବ୍ଧି କରିବେ। ଚେଷ୍ଟିତ କାମରେ ସଫଳତା ସଙ୍ଗକୁ ଆଶା କରୁଥିବା ଦିଗରୁ ଅଧିକ ଧନ ପାଇ ଖୁସି ହେବେ। ଅଫିସରେ ନୂତନ ଯୋଜନା କ୍ଷେତ୍ରରେ ଉଚ୍ଚ ଆଶା ଧରି ଆଗେଇବେ। ପରିବାରରେ ଅଶାନ୍ତି ଦୂର କରିବାରେ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡ଼ିପାରେ।
ବୃଷ
ବୃଷ
ଆଜି କୌଣସି କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ କିନ୍ତୁ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ। ଯାହା କରିବା ପାଇଁ ଭାବୁଥିବେ ନିର୍ଦ୍ଦିଷ୍ଟ ସମୟର କିଛି ପୂର୍ବରୁ ପରିସ୍ଥିତି ବଦଳି ଯାଇପାରେ। ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ରହିଥିଲେ ମଧ୍ୟ ଅସୁବିଧା ହେବନାହିଁ। ପିଲାଙ୍କ ବିଷୟରେ, ସମ୍ପର୍କ ହାନି ଯୋଗୁ ମାନସିକ ଅସ୍ଥିରତା ଦେଖାଦେବ।
ମିଥୁନ
ମିଥୁନ
ପ୍ରତିବନ୍ଧକ ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ଦୀର୍ଘଦିନର ଆଶା ଫଳବତୀ ହେବାରେ ବନ୍ଧୁମାନେ ସାହାଯ୍ୟ କରିବେ। ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁି। ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।
କର୍କଟ
କର୍କଟ
ଯାହା ବହୁତ ଦିନ ହେଲା ମନେ ମନେ ଭାବୁଥିଲେ ଆଜି ତାହା ବାସ୍ତବରେ ପରିଣତ ହେବ। ଅନ୍ୟାୟ ବିରୋଧରେ ନିଜ ବନ୍ଧୁମାନଙ୍କଠାରୁ ସହଯୋଗ ପାଇବେନି। କର୍ମକ୍ଷେତ୍ରରେ ଦୀର୍ଘଦିନରୁ ରହିଆସୁଥିବା ବିବାଦର ଅନ୍ତ ଘଟିବ। ସରକାରୀ ସ୍ତରରୁ କିମ୍ବା ଆଇନର ସାହାଯ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ଆଜି ଦିନଟି କିଛି ସୁଖ ସଙ୍ଗକୁ କିଛି ଦୁଃଖର ମିଶ୍ରିତ ଅନୁଭୂତି ପାଇବେ। ପାରିବାରିକ ଅସ୍ଥିରତା କେତେକାଂଶରେ ଦୂରୀଭୂତ ହେବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ ଓ ଅଟକି ରହିଥିବା କାମଟିକୁ ସାକାର କରିପାରିବେ। ନିକଟସ୍ଥ କୌଣସି ବ୍ୟକ୍ତି ବିଶେଷଙ୍କ ଭୁଲ୍‌ ବୁଝାମଣା ଆକସ୍ମିକ ବିବାଦ ସୃଷ୍ଟିର କାରଣ ହୋଇପାରେ।
କନ୍ୟା
ଅଟକି ରହିଥିବା ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିବେ। ଚାକିରି କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ପାରିବାରିକ ଦିଗରୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିବେ ଏବଂ ପ୍ରଚେଷ୍ଟା ମଧ୍ୟ କାମକୁ ଆସିବ ନାହିଁ। ଆଗାମୀ ମାଙ୍ଗଳିକ କାମ ସକାଶେ ଘର ସାଜସଜ୍ଜାରେ କିମ୍ବା ମରାମତିରେ, ଜିନିଷପତ୍ର ସଂଗ୍ରହରେ ବ୍ୟସ୍ତ ରହିପାରନ୍ତି।
ତୁଳା
ତୁଳା
ଶାରୀରିକ ଅସୁସ୍ଥତା ରହିଥିଲେ ମଧ୍ୟ କେତେକ କାମ କରିବାକୁ ପଡ଼ିବ। ଆଶା କରୁଥିବା ଦିଗରୁ ସହକର୍ମୀ ମାନଙ୍କ ସାହାଯ୍ୟରେ ଅର୍ଥ ପାଇବେ। ସାଂସ୍କୃତିକ କାର୍ଯ୍ୟକ୍ରମରୁ କିମ୍ବା ଉଚ୍ଚସ୍ତରରୁ ଏପରି କି ସଭାସମିତିରୁ ସମ୍ମାନିତ ହେବେ। ପରିବାରରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ କିନ୍ତୁ ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ମନ୍ଦ ନୁହେଁ।
ବିଛା
ବିଛା
ସମସ୍ୟା ଆସିଲେ ମଧ୍ୟ ତାହାର ସରଳ ସମାଧାନର ଉପାୟ ବାହାର କରିବାରେ ସଫଳ ହେବେ। ବ୍ୟବସାୟିକ କାରବାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ। ଚେଷ୍ଟା କରୁଥିବା କାମରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଆକସ୍ମିକ ଭାବେ ଉଚ୍ଚବର୍ଗଙ୍କ ସହାୟତା ପାଇବେ।
ଧନୁ
ଧନୁ
ଅନ୍ୟମାନଙ୍କ ଉପରେ ଅଭିମାନ କରି ସ୍ବାସ୍ଥ୍ୟପ୍ରତି ଅବହେଳା କରିବା ହେତୁ ଅନୁତାପ କରିବାକୁ ପଡିପାରେ। ସଂଗଠନ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପରିବାର ଭିତରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଯାତ୍ରା କରିବାକୁ ପଡିପାରେ।
ମକର
ମକର
ଆଜି ଲୋକସମ୍ପର୍କ ବୃଦ୍ଧି ପାଇବ କିନ୍ତୁ କେତେକ ଈର୍ଷାପରାୟଣ ବ୍ୟକ୍ତିଙ୍କ ସକାଶେ ଟେନସନ ବଢିଯିବ। ଆନୁଷ୍ଠାନିକ କାମ, କଳା, ସାହିତ୍ୟ, ସଭାସମିତି, ଲେଖାପଢା ଓ ଚୁକ୍ତିପତ୍ରରୁ ଶୁଭଫଳ ପାଇବେ। ବନ୍ଧୁଙ୍କଠାରୁ କୌଣସି ଖବର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ କୁଟନୀତି ପ୍ରୟୋଗ କରି ପ୍ରାଧାନ୍ୟ ବିସ୍ତାର କରି ପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସଫଳତା ହାସଲରେ କୌଣସି ଅସୁବିଧା ରହିବ ନାହିଁ। ରୋଗ, ଋଣ ଓ ଶତ୍ରୁତା ଚିନ୍ତାର ମୁଖ୍ୟ କାରଣ ହୋଇପାରେ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ ଏବଂ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ମୀନମୀନ
ଆଜି ଯାତ୍ରା ଓ ବାଣିଜ୍ୟ ସକାଶେ ଦିନଟି ବହୁତ ଭଲ ଏବଂ ବନ୍ଧୁ ମିଳନରୁ ଖୁସି ମଧ୍ୟ ରହିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ଏବଂ ବିଜୟ ଲାଭର ସମ୍ଭାବନା ମଧ୍ୟ ରହିଛି । ଡାଇବେଟିସ୍‌ କିମ୍ବା ଗ୍ୟାଷ୍ଟ୍ରିକ୍‌ ରୋଗୀମାନଙ୍କ ସକାଶେ ଆଜିର ଦିନଟି ଅନୁକୂଳ ନୁହେଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri