Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ
ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ। ଉପରିସ୍ଥଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଗାଡ଼ିମୋଟର ଚଳାଇବା ସମୟରେ ଅନ୍ୟମନସ୍କତା ଅସୁବିଧାର କାରଣ ହେବାର ସମ୍ଭାବନା ରହିଛି।
ବୃଷ
ବୃଷ
ଦେହ ଭିତରେ ବସା ବାନ୍ଧି ରହିଥିବା ପୁରୁଣା ରୋଗ ଜନିତ ସମସ୍ୟା ବିଷୟରେ ଚିନ୍ତା ପ୍ରକଟ କରିବେ। ସ୍ବାସ୍ଥ୍ୟର ଅବନତି ପରିଲକ୍ଷିତ ହେବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ଅର୍ଥ ସମ୍ପର୍କୀୟ ଅଭାବକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ।
ମିଥୁନ
ମିଥୁନ
ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ ବିନା କାରଣରେ କ୍ରୋଧ ପ୍ରକାଶ କରିପାରନ୍ତି। ସହକର୍ମୀଙ୍କ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ର୍ରକରି ଅନର୍ଥ ସୃଷ୍ଟି ହୋଇପାରେ। ଯାତ୍ରା, ବ୍ୟବସାୟ, ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇ ଖୁସି ହେବେ। ପ୍ରତିବନ୍ଧକ ମଧ୍ୟରେ ଅଟକି ରହିଯାଇଥିବା କାମଗୁଡ଼ିକ ସହଜ ଓ ସୁବିଧାରେ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାଧାରଣ କଥାରେ ବନ୍ଧୁଙ୍କ ଭୁଲ୍‌ ବୁଝାମଣା ହେତୁ ସତର୍କତାର ସହ କାମ କରିବା ଭଲ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କାମଗୁଡିକ ସୁବିଧାରେ ହୋଇପାରିବ ନାହିଁ। ରାଜନୀତି ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ଜମିଜମା, କଳକାରଖାନା, ସଭାସମିତି, ମନୋରଞ୍ଜନରେ ସଫଳତା ଅର୍ଜନ କରିବେ।
କନ୍ୟା
କାମଗୁଡ଼ିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ, କିନ୍ତୁ କିଛି ବି କରିବେ ନାହିଁ। ସଭାସମିତି, କଳା, ସାହିତ୍ୟ, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ପରିବାର ସହ ସାମିଲ ହୋଇପାରନ୍ତି। ଦୂରଯାତ୍ରା କରିବାକୁ ପଡ଼ିପାରେ।
ତୁଳା
ତୁଳା
ଆପଣ ଆଜିର କାମ ହାସଲ ପାଇଁ ଅନ୍ୟର ସାହାଯ୍ୟ ଲୋଡ଼ିବାକୁ ବାଧ୍ୟ ହେବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ। କଠୋର ପରିଶ୍ରମ ପୂର୍ବକ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସାମାଜିକ ସ୍ତରରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଅପରାହ୍ନରେ ବନ୍ଧୁମିଳନ ସାଙ୍ଗକୁ ଭ୍ରମଣ ସୁଯୋଗ ମନକୁ ଆହ୍ଲାଦିତ କରିବ।
ଧନୁ
ଧନୁ
କୌଣସି ଅଭାବ ନ ଥାଇ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଫଳ ପାଇବେ।
ମକର
ମକର
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ମନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି। କୌଶଳ ପ୍ରୟୋଗ କରି ନିଜ ଲୋକମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଜମିଜମା କିଣାବିକା କ୍ଷେତ୍ରରେ ଯୁକ୍ତିତର୍କର ଆଶଙ୍କା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡ଼ିପାରେ। ସମସ୍ୟା ସୁଧାରିବାକୁ ଯାଇ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ, କିନ୍ତୁ କିଛି ଲାଭ ହେବନି। ବନ୍ଧୁଙ୍କ ପ୍ରତ୍ୟକ୍ଷ ସାହାଯ୍ୟରୁ ପାରିବାରିକ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା ହେତୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାରୁ ଆଶ୍ୱସ୍ତି ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri