Posted inRasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ
ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ। ଉପରିସ୍ଥଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଗାଡ଼ିମୋଟର ଚଳାଇବା ସମୟରେ ଅନ୍ୟମନସ୍କତା ଅସୁବିଧାର କାରଣ ହେବାର ସମ୍ଭାବନା ରହିଛି।
ବୃଷ
ବୃଷ
ଦେହ ଭିତରେ ବସା ବାନ୍ଧି ରହିଥିବା ପୁରୁଣା ରୋଗ ଜନିତ ସମସ୍ୟା ବିଷୟରେ ଚିନ୍ତା ପ୍ରକଟ କରିବେ। ସ୍ବାସ୍ଥ୍ୟର ଅବନତି ପରିଲକ୍ଷିତ ହେବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। ଅର୍ଥ ସମ୍ପର୍କୀୟ ଅଭାବକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ପାରିବାରିକ ସମସ୍ୟା ଲାଗି ରହିବାରୁ କର୍ମକ୍ଷେତ୍ର ମଧ୍ୟ ପ୍ରଭାବିତ ହୋଇପାରେ।
ମିଥୁନ
ମିଥୁନ
ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ। ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ ବିନା କାରଣରେ କ୍ରୋଧ ପ୍ରକାଶ କରିପାରନ୍ତି। ସହକର୍ମୀଙ୍କ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ର୍ରକରି ଅନର୍ଥ ସୃଷ୍ଟି ହୋଇପାରେ। ଯାତ୍ରା, ବ୍ୟବସାୟ, ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇ ଖୁସି ହେବେ। ପ୍ରତିବନ୍ଧକ ମଧ୍ୟରେ ଅଟକି ରହିଯାଇଥିବା କାମଗୁଡ଼ିକ ସହଜ ଓ ସୁବିଧାରେ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାଧାରଣ କଥାରେ ବନ୍ଧୁଙ୍କ ଭୁଲ୍‌ ବୁଝାମଣା ହେତୁ ସତର୍କତାର ସହ କାମ କରିବା ଭଲ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ କାମଗୁଡିକ ସୁବିଧାରେ ହୋଇପାରିବ ନାହିଁ। ରାଜନୀତି ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ଜମିଜମା, କଳକାରଖାନା, ସଭାସମିତି, ମନୋରଞ୍ଜନରେ ସଫଳତା ଅର୍ଜନ କରିବେ।
କନ୍ୟା
କାମଗୁଡ଼ିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ, କିନ୍ତୁ କିଛି ବି କରିବେ ନାହିଁ। ସଭାସମିତି, କଳା, ସାହିତ୍ୟ, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ପରିବାର ସହ ସାମିଲ ହୋଇପାରନ୍ତି। ଦୂରଯାତ୍ରା କରିବାକୁ ପଡ଼ିପାରେ।
ତୁଳା
ତୁଳା
ଆପଣ ଆଜିର କାମ ହାସଲ ପାଇଁ ଅନ୍ୟର ସାହାଯ୍ୟ ଲୋଡ଼ିବାକୁ ବାଧ୍ୟ ହେବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ। କଠୋର ପରିଶ୍ରମ ପୂର୍ବକ ରପ୍ତାନି ବାଣିଜ୍ୟରେ ଉନ୍ନତି ଘଟିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
କର୍ମକ୍ଷେତ୍ରରେ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ସାମାଜିକ ସ୍ତରରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଶତ୍ରୁତା କରୁଥିବା ବ୍ୟକ୍ତି ଦ୍ୱାରା ଅସମ୍ମାନିତ ହୋଇପାରନ୍ତି। ଅପରାହ୍ନରେ ବନ୍ଧୁମିଳନ ସାଙ୍ଗକୁ ଭ୍ରମଣ ସୁଯୋଗ ମନକୁ ଆହ୍ଲାଦିତ କରିବ।
ଧନୁ
ଧନୁ
କୌଣସି ଅଭାବ ନ ଥାଇ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଫଳ ପାଇବେ।
ମକର
ମକର
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ମନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି। କୌଶଳ ପ୍ରୟୋଗ କରି ନିଜ ଲୋକମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଜମିଜମା କିଣାବିକା କ୍ଷେତ୍ରରେ ଯୁକ୍ତିତର୍କର ଆଶଙ୍କା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡ଼ିପାରେ। ସମସ୍ୟା ସୁଧାରିବାକୁ ଯାଇ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ, କିନ୍ତୁ କିଛି ଲାଭ ହେବନି। ବନ୍ଧୁଙ୍କ ପ୍ରତ୍ୟକ୍ଷ ସାହାଯ୍ୟରୁ ପାରିବାରିକ ସମସ୍ୟା ସମାଧାନ ହୋଇଯିବ।
ମୀନମୀନ
କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା ହେତୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ସାଧାରଣ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ହୋଇପାରେ। ନିର୍ମାଣାଧୀନ କାମ ଶେଷ ପର୍ଯ୍ୟାୟକୁ ଯିବାରୁ ଆଶ୍ୱସ୍ତି ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ନୀଚରାଶିରେ ଅଷ୍ଟମସ୍ଥ ହୋଇଥିବାରୁ ଆର୍ଥିକ ଉନ୍ନତି ସହ ମାନସିକ ଅସ୍ଥିରତା ଲାଗି ରହିବ। ପର୍ଯ୍ୟଟନ, ପରିଭ୍ରମଣ, ଦୂରଯାତ୍ରା ସକାଶେ ବହୁତ ଖର୍ଚ୍ଚାନ୍ତ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ସହ ଶନିଙ୍କ ସଂଯୋଗ ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଯୁକ୍ତ କେତୁ କାରଣରୁ ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହୋଇପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିରେ ମଙ୍ଗଳ ସ୍ବାସ୍ଥ୍ୟକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟା କରି ବିଫଳ...

ରାଶିଫଳ: ରବିବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟ ବୃଦ୍ଧି କରିପାରିବେ। କର୍ମକ୍ଷେତ୍ର, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା...

ରାଶିଫଳ: ଶନିବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସହାୟ ହେବ। ଖାଦ୍ୟପେୟର ଅନିୟମିତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri