Posted inRasifala

ରାଶିଫଳ: ଶନିବାର, ମେ ୧୫ ତାରିଖ – Daily Horoscope

ମେଷ
ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁମାନଙ୍କ ପରାମର୍ଶାନୁସାରେ ପାରିବାରିକ ଝମେଲା ସମାଧାନ ଆଡ଼କୁ ଗତି କରିବ। କୃଷି, ବ୍ୟବସାୟ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ପ୍ରିୟବନ୍ଧୁଙ୍କ ଆକସ୍ମିକ ଉପସ୍ଥିତି ଯୋଗୁ ମାନସିକ ସ୍ତରରେ ଆନନ୍ଦ ଅନୁଭବ କରିବେ।
ବୃଷ
ବୃଷ
ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ଥିଲେ ମଧ୍ୟ ବନ୍ଧୁଙ୍କ ସାହାଯ୍ୟ ପାଇ କାମ ହାସଲ କରିବେ। ଘରେ କିମ୍ବା ଅଫିସରେ ଏକ ସାଧାରଣ କଥାରେ ବିତର୍କ ହୋଇପାରେ। ସାଂଗଠନିକ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟ,ପରିବହନ ଓ ନିର୍ମାଣ, ଜମିଜମା କ୍ଷେତ୍ର କିମ୍ବା ମାଲିମକଦ୍ଦମା କ୍ଷେତ୍ରରେ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟାର ସମାଧାନ ଘଟିବ, କିନ୍ତୁ ଏଥିପାଇଁ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡ଼ିବ। ବନ୍ଧୁମାନଙ୍କ ସହ ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। ଦେହ ଭଲ ରହିବ, ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କଥାକୁ କେନ୍ଦ୍ର କରି ମାନସିକ ଦ୍ୱନ୍ଦ୍ୱ ଲାଗି ରହିପାରେ।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଅଫିସ୍‌ କାମର ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସଙ୍ଗକୁ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ପରିବାରରେ ଆର୍ଥିକ ଅଭାବ ସମସ୍ୟା ଆଣିପାରେ।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଆଜି ଆପଣଙ୍କ କାମ ହାସଲ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ଅର୍ଥର ଅଭାବ ଲାଗି ରହିଥିଲେ ମଧ୍ୟ ଆବଶ୍ୟକତା ଠିକ୍‌ ସମୟରେ ପୂରଣ ହୋଇଯିବ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବା ସକାଶେ ନିଜକୁ ଖାପ ଖୁଆଇ ଚଳିବା ଭଲ।
କନ୍ୟା
ସମସ୍ୟା ଜଡିତ ହେଲେ ମଧ୍ୟ ପ୍ରତ୍ୟେକ କାମକୁ କୌଶଳରେ ହାସଲ କରିପାରିବେ। ଯାନ ବାହନରେ ଲାଭ, ଦୋକାନ ବାଡିରେ ଉନ୍ନତି, ଅଚାନକ ଗୃହ ଭୂମି ଲାଭ ଯୋଗ ରହିଛି। ପ୍ରଶାସନ, କଚେରି ମାମଲା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ।
ତୁଳା
ତୁଳା
ସକାଳୁ ସକାଳୁ କୌଣସି ଖବର ପାଇ ମନ ଖୁସୀ ହୋଇଯିବ। କଳା, ସଙ୍ଗୀତ ଆସର, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଭଲ ହେବ।
ବିଛା
ବିଛା
ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଆଜି କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ଅପ୍ରିୟ ସତ୍ୟ କଥାରେ ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ।
ଧନୁ
ଧନୁ
ଆଜି ଦିନଟିରେ ଆପଣଙ୍କୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ବୃଥା ଭାବନାରେ ଭାସିଯାଇ ମାନସିକ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଖୁସୀ ରହିବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ମକର
ମକର
ଆଜି ଆପଣ ଯାହାକୁ ଯାହା ମାଗିବେ ସେହି ବ୍ୟକ୍ତି କଦାପି ମନା କରିବ ନାହିଁ। ଅବଶ୍ୟ ପରିବାରର ଲୋକ ମାନେ ମଧ୍ୟ ଅଧିକାଂଶ କ୍ଷେତ୍ରରେ ଭୁଲ୍‌ ବୁଝିପାରନ୍ତି। ଅନ୍ୟମାନଙ୍କ କଥାକୁ ବିଶ୍ୱାସ କରି ଗୃହରେ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ପରସ୍ପର ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
କୁମ୍ଭ
କୁମ୍ଭ
ଚାହୁଁଥିବା କାମଟି ଠିକ୍‌ ସମୟରେ ନ ହୋଇପାରିବା କାରଣରୁ ମନ ଭଲ ଲାଗିବ ନାହିଁ। ପିଲାମାନଙ୍କ ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିର କରିବା ସକାଶେ ଚିନ୍ତା କରିପାରନ୍ତି। କେତେକ ସାଧାରଣ ଅସୁବିଧା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବ୍ୟବସାୟ ଓ ପରିବହନ ପାଇଁ କୌଣସି ଅସୁବିଧା ହେବନାହିଁ।
ମୀନମୀନ
ବନ୍ଧୁଙ୍କ ପ୍ରାୟୋଜିତ କୌଣସି ନୂତନ କାମରେ ମନଦେବା ପାଇଁ ମନସ୍ଥ କରିବେ। ସମସ୍ୟା ଥିବା କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ସାମାଜିକ ସ୍ତରରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri