Posted inRasifala

ରାଶିଫଳ: ଶନିବାର, ମେ ୧୫ ତାରିଖ – Daily Horoscope

ମେଷ
ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ। ବନ୍ଧୁମାନଙ୍କ ପରାମର୍ଶାନୁସାରେ ପାରିବାରିକ ଝମେଲା ସମାଧାନ ଆଡ଼କୁ ଗତି କରିବ। କୃଷି, ବ୍ୟବସାୟ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ପ୍ରିୟବନ୍ଧୁଙ୍କ ଆକସ୍ମିକ ଉପସ୍ଥିତି ଯୋଗୁ ମାନସିକ ସ୍ତରରେ ଆନନ୍ଦ ଅନୁଭବ କରିବେ।
ବୃଷ
ବୃଷ
ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ଥିଲେ ମଧ୍ୟ ବନ୍ଧୁଙ୍କ ସାହାଯ୍ୟ ପାଇ କାମ ହାସଲ କରିବେ। ଘରେ କିମ୍ବା ଅଫିସରେ ଏକ ସାଧାରଣ କଥାରେ ବିତର୍କ ହୋଇପାରେ। ସାଂଗଠନିକ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟ,ପରିବହନ ଓ ନିର୍ମାଣ, ଜମିଜମା କ୍ଷେତ୍ର କିମ୍ବା ମାଲିମକଦ୍ଦମା କ୍ଷେତ୍ରରେ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟାର ସମାଧାନ ଘଟିବ, କିନ୍ତୁ ଏଥିପାଇଁ ବନ୍ଧୁଙ୍କ ସାହାଯ୍ୟ ନେବାକୁ ପଡ଼ିବ। ବନ୍ଧୁମାନଙ୍କ ସହ ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। ଦେହ ଭଲ ରହିବ, ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କଥାକୁ କେନ୍ଦ୍ର କରି ମାନସିକ ଦ୍ୱନ୍ଦ୍ୱ ଲାଗି ରହିପାରେ।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଅଫିସ୍‌ କାମର ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସଙ୍ଗକୁ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ପରିବାରରେ ଆର୍ଥିକ ଅଭାବ ସମସ୍ୟା ଆଣିପାରେ।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଆଜି ଆପଣଙ୍କ କାମ ହାସଲ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ଅର୍ଥର ଅଭାବ ଲାଗି ରହିଥିଲେ ମଧ୍ୟ ଆବଶ୍ୟକତା ଠିକ୍‌ ସମୟରେ ପୂରଣ ହୋଇଯିବ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବା ସକାଶେ ନିଜକୁ ଖାପ ଖୁଆଇ ଚଳିବା ଭଲ।
କନ୍ୟା
ସମସ୍ୟା ଜଡିତ ହେଲେ ମଧ୍ୟ ପ୍ରତ୍ୟେକ କାମକୁ କୌଶଳରେ ହାସଲ କରିପାରିବେ। ଯାନ ବାହନରେ ଲାଭ, ଦୋକାନ ବାଡିରେ ଉନ୍ନତି, ଅଚାନକ ଗୃହ ଭୂମି ଲାଭ ଯୋଗ ରହିଛି। ପ୍ରଶାସନ, କଚେରି ମାମଲା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ।
ତୁଳା
ତୁଳା
ସକାଳୁ ସକାଳୁ କୌଣସି ଖବର ପାଇ ମନ ଖୁସୀ ହୋଇଯିବ। କଳା, ସଙ୍ଗୀତ ଆସର, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଭଲ ହେବ।
ବିଛା
ବିଛା
ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଆଜି କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ଅପ୍ରିୟ ସତ୍ୟ କଥାରେ ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ।
ଧନୁ
ଧନୁ
ଆଜି ଦିନଟିରେ ଆପଣଙ୍କୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ବୃଥା ଭାବନାରେ ଭାସିଯାଇ ମାନସିକ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଖୁସୀ ରହିବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ମକର
ମକର
ଆଜି ଆପଣ ଯାହାକୁ ଯାହା ମାଗିବେ ସେହି ବ୍ୟକ୍ତି କଦାପି ମନା କରିବ ନାହିଁ। ଅବଶ୍ୟ ପରିବାରର ଲୋକ ମାନେ ମଧ୍ୟ ଅଧିକାଂଶ କ୍ଷେତ୍ରରେ ଭୁଲ୍‌ ବୁଝିପାରନ୍ତି। ଅନ୍ୟମାନଙ୍କ କଥାକୁ ବିଶ୍ୱାସ କରି ଗୃହରେ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ପରସ୍ପର ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।
କୁମ୍ଭ
କୁମ୍ଭ
ଚାହୁଁଥିବା କାମଟି ଠିକ୍‌ ସମୟରେ ନ ହୋଇପାରିବା କାରଣରୁ ମନ ଭଲ ଲାଗିବ ନାହିଁ। ପିଲାମାନଙ୍କ ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିର କରିବା ସକାଶେ ଚିନ୍ତା କରିପାରନ୍ତି। କେତେକ ସାଧାରଣ ଅସୁବିଧା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବ୍ୟବସାୟ ଓ ପରିବହନ ପାଇଁ କୌଣସି ଅସୁବିଧା ହେବନାହିଁ।
ମୀନମୀନ
ବନ୍ଧୁଙ୍କ ପ୍ରାୟୋଜିତ କୌଣସି ନୂତନ କାମରେ ମନଦେବା ପାଇଁ ମନସ୍ଥ କରିବେ। ସମସ୍ୟା ଥିବା କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ସାମାଜିକ ସ୍ତରରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri