Posted inRasifala

ରାଶିଫଳ: ରବିବାର, ମେ ୧୫ ତାରିଖ – Daily Horoscope

ମେଷ
ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭ କରି କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବ ନାହିଁ। ବନ୍ଧୁମାନଙ୍କ ପରାମର୍ଶାନୁସାରେ ପାରିବାରିକ ଝାମେଲା ସମାଧାନ ଆଡ଼କୁ ଗତି କରିବ। କୃଷି, ବ୍ୟବସାୟ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ମାନସିକ ସ୍ଥିତି ଭଲ ନ ଥିବା କାରଣରୁ ଘରେ କିମ୍ବା ଅଫିସରେ ଏକ ସାଧାରଣ କଥାରେ ବିତର୍କ ହୋଇପାରେ। ସାଙ୍ଗଠନିକ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ବ୍ୟବସାୟ, ପରିବହନ, ଗମନାଗମନ ଓ ଜମିଜମା କ୍ଷେତ୍ରରେ ବିବାଦର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ
ମିଥୁନ
ପ୍ରତ୍ୟୁଷରୁ ବନ୍ଧୁମାନଙ୍କ ସହ ସକାଳୁଆ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। ଦେହ ଭଲ ରହିବ, ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କଥାକୁ କେନ୍ଦ୍ର କରି ମାନସିକ ଦ୍ୱନ୍ଦ୍ୱ ଲାଗି ରହିପାରେ। ପଡ଼ୋଶୀଙ୍କ ସହାୟତାରେ ନୂତନ ବୈବାହିକ ସମ୍ପର୍କ ସ୍ଥାପନ ହୋଇଯିବ ।
କର୍କଟ
କର୍କଟ
ଆଜିର କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଅଫିସ୍‌ କାମର ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସାଙ୍ଗକୁ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା କାରଣରୁ ଆର୍ଥିକ ଅଭାବ ଦେଖାଦେଇପାରେ।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟରୁ କାମ ହାସଲ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅର୍ଥର ଅଭାବ ଲାଗି ରହିଥିଲେ ମଧ୍ୟ ଆବଶ୍ୟକତା ଠିକ୍‌ ସମୟରେ ପୂରଣ ହୋଇଯିବ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବାର ସୂଚନା ରହିଛି ।
କନ୍ୟା
ସମସ୍ୟା ଜଡ଼ିତ ହେଲେ ମଧ୍ୟ ପ୍ରତ୍ୟେକ କାମକୁ କୌଶଳରେ ହାସଲ କରିବେ। ଯାନବାହନରେ ଲାଭ, ଦୋକାନ ବାଡ଼ିରେ ଉନ୍ନତି ସାଙ୍ଗକୁ ଗୃହ ଭୂମି ଲାଭ ଯୋଗ ରହିଛି। ପ୍ରଶାସନ, କଚେରି ମାମଲା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହୋଇଯିବ।
ତୁଳା
ତୁଳା
ସକାଳୁ ସକାଳୁ କୌଣସି ଖବର ପାଇ ମନ ଖୁସି ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ସହ ନିଜକୁ ଆଡ୍‌ଜଷ୍ଟ କରାଇ ଚଳିବା ଭଲ ହେବ। କଳା, ସଙ୍ଗୀତ ଆସର, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ବିଛା
ବିଛା
ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଆଜିର କାମଗୁଡ଼ିକ ସହଜ ଓ ସୁବିଧାରେ ହୋଇଯିବ। ଅପ୍ରିୟ ସତ୍ୟ କଥାରେ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ। ପାଖରେ ଥିବା ଲୋକଟିର କାର୍ଯ୍ୟକାଳାପ ସନ୍ଦେହଜନକ ହୋଇପାରେ।
ଧନୁ
ଧନୁ
ଆଜି ଆପଣଙ୍କୁ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ବୃଥା ଭାବନାରେ ଭାସିଯାଇ ମାନସିକ ଚିନ୍ତାଧାରାକୁ ବିକ୍ଷିପ୍ତ କରିପାରନ୍ତି। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଖୁସି ରହିବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି। ଅପରାହ୍ନେ ସୁଖବର ଆସିପାରେ।
ମକର
ମକର
ଶୁଭ ଗ୍ରହ ପ୍ରଭାବରୁ ଆଜି ଯାହାକୁ ଯାହା ମାଗିବେ, ସେହି ବ୍ୟକ୍ତି କଦାପି ମନା କରିବ ନାହିଁ। ଅବଶ୍ୟ ପରିବାରର ଲୋକମାନେ ମଧ୍ୟ ଅଧିକାଂଶ କ୍ଷେତ୍ରରେ ଭୁଲ୍‌ ବୁଝିପାରନ୍ତି । କର୍ମକ୍ଷେତ୍ରରେ ପରସ୍ପର ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ଅର୍ଥାଭାବ କାରଣରୁ ଚଳିବାରେ ଅଣନିଃଶ୍ୱାସୀ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଚାହୁଁଥିବା କାମଟି ଠିକ୍‌ ସମୟରେ ନ ହୋଇପାରିବା କାରଣରୁ ମନ ଭଲ ଲାଗିବ ନାହିଁ। ପିଲାମାନଙ୍କ ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିର କରିବା ସକାଶେ ଚିନ୍ତା କରିବେ। କେତେକ ସାଧାରଣ ଅସୁବିଧା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ବ୍ୟବସାୟ ଓ ପରିବହନ ପାଇଁ କୌଣସି ଅସୁବିଧା ହେବନାହିଁ।
ମୀନମୀନ
ବନ୍ଧୁଙ୍କ ପ୍ରାୟୋଜିତ କୌଣସି ନୂତନ କାମରେ ମନଦେବା ପାଇଁ ମନସ୍ଥ କରିବେ। ସମସ୍ୟା ଥିବା କ୍ଷେତ୍ରରେ କ୍ରମଶଃ ସ୍ଥିରତା ଫେରିପାଇବେ। ସାମାଜିକ ସ୍ତରରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?