Posted inRasifala

ରାଶିଫଳ: ଗୁରୁବାର, ମେ ୧୫ ତାରିଖ – Daily Horoscope

ମେଷ
ଆଜି ଅନୁକୂଳ ଗ୍ରହଯୋଗରୁ କାମ ସମ୍ପନ୍ନ କରିବାରେ ଅସୁବିଧା ହେବନାହିଁ। ରହିଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ ଶେଷ ମଧ୍ୟ କରିପାରିବେ। ବନ୍ଧୁଙ୍କ ପରାମର୍ଶାନୁସାରେ ପାରିବାରିକ ଝମେଲା ସମାଧାନ ଆଡକୁ ଗତି କରିବ। କୃଷି, ବ୍ୟବସାୟ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ।
ବୃଷ
ବୃଷ
ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ଥିଲେ ମଧ୍ୟ ବନ୍ଧୁଙ୍କ ସାହାଯ୍ୟ ପାଇ କାମ ହାସଲ କରିନେବେ। ମନ ଭଲ ନ ଥିବାରୁ ଘରେ କିମ୍ବା ଅଫିସରେ ବିତର୍କ ହୋଇପାରେ। ସାଂଗଠନିକ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟ, ପରିବହନ, ନିର୍ମାଣ, ଜମିଜମାରେ କିମ୍ବା ମାଲିମକଦ୍ଦମାରେ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ପାରିବାରିକ ସମସ୍ୟାର ସମାଧାନ ଘଟିବାରେ ବନ୍ଧୁଙ୍କ ସାହାଯ୍ୟର ଆବଶ୍ୟକତା ରହିଛି। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବା ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ପାଇବେ। ଦେହ ଭଲ ରହିବ ମାତ୍ର କଠିନ ପରିଶ୍ରମଜନିତ କ୍ଳାନ୍ତିବୋଧ କରିପାରନ୍ତି। କର୍ମକ୍ଷେତ୍ରରେ ଛୋଟ ଛୋଟ କଥାକୁ କେନ୍ଦ୍ର କରି ମାନସିକ ଦ୍ୱନ୍ଦ୍ୱ ଲାଗି ରହିପାରେ।
କର୍କଟ
କର୍କଟ
ମନ ବୁଝିଲା ଭଳି କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଅଫିସ କାମର ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍‌ ରହିବ ନାହିଁ। ନିଜର ଅବହେଳାଜନିତ ଅନୁପସ୍ଥିତି କାରଣରୁ କଚେରି ମାମଲା ମନ୍ଥର ହୋଇପାରେ। ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସାଙ୍ଗକୁ ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଆଜି କାମ ହାସଲ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ଅର୍ଥର ଅଭାବ ରହିଥିଲେ ମଧ୍ୟ ଆବଶ୍ୟକତା ଠିକ୍‌ ସମୟରେ ପୂରଣ ହୋଇଯିବ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ ମାନସିକ ସ୍ଥିତି ଭଲ ରହି ନ ପାରେ। ବାରମ୍ବାର କଳହ କାରଣରୁ ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିପାରେ।
କନ୍ୟା
ସମସ୍ୟା ଜଡିତ ହେଲେ ମଧ୍ୟ ପ୍ରତ୍ୟେକ କାମକୁ କୌଶଳରେ ହାସଲ କରିନେବେ। ଯାନବାହନରେ ଲାଭ, ଦୋକାନ ବାଡିରେ ଉନ୍ନତି, ଅଚାନକ ଗୃହ ଭୂମି ଲାଭ ଯୋଗ ରହିଛି। ରାଜନୀତି, କଚେରି ମାମଲା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ବନ୍ଧୁଙ୍କ ସାହାଯ୍ୟରୁ କ୍ରୀଡ଼ା, ସଙ୍ଗୀତ କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ।
ତୁଳା
ତୁଳା
ବନ୍ଧୁଙ୍କ ଜରିଆରେ ସକାଳୁ ସକାଳୁ କୌଣସି ଖବର ପାଇ ମନ ଖୁସି ହୋଇଯିବ। କଳା, ସଙ୍ଗୀତ ଆସର, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ବହୁତ ଅନୁନୟ ବିନୟ ପରେ ଧାର ସୂତ୍ରରେ ଅର୍ଥ ପାଇବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହୋଇପାରନ୍ତି।
ବିଛା
ବିଛା
ସାଧାରଣ ବ୍ୟତିକ୍ରମକୁ ବାଦ୍‌ ଦେଲେ ଆଜି କାମ ସହଜ ଓ ସୁବିଧାରେ ହୋଇଯିବ। ଆଲୋଚନା କାଳରେ ଅପ୍ରିୟ ସତ୍ୟ ଭାଷଣଜନିତ ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ପାଖରେ ଥିବା ଲୋକଟିର କାର୍ଯ୍ୟକାଳାପ ସନ୍ଦେହଜନକ ହେବ। ପିଲାର ସ୍ବାସ୍ଥ୍ୟା ପାଇଁ ଚିନ୍ତା କରିବେ। କିନ୍ତୁ ପାରିବାରିକ ସମ୍ପର୍କ ମଧୁର ରହିବ।
ଧନୁ
ଧନୁ
ଆଜି ଦିନଟିରେ ଆତ୍ମୀୟଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ବୃଥା ଭାବନାରେ ଭାସିଯାଇ ମାନସିକ ଚିନ୍ତାଧାରା ବିକ୍ଷିପ୍ତ ହୋଇପାରେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି। ପରିବାରର ଗୁମର କଥାକୁ ସାଙ୍ଗଙ୍କୁ କହି ସମାଲୋଚିତ ହେବେ।
ମକର
ମକର
ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଏବଂ ଆଜି ଯାହାକୁ ଯାହା ମାଗିବେ ସେ ମନାକରିବେ ନାହିଁ। ଅନ୍ୟମାନଙ୍କ କଥାକୁ ବିଶ୍ୱାସ କରି ଗୃହରେ କଳହ ସୃଷ୍ଟି ହେବ। ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ଆଇନ ଅଦାଲତରୁ ସୁଫଳ ପାଇବା ସହ ଅଭାବ ଭିତରେ ଅଣନିଃଶ୍ୱାସୀ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଚାହୁଁଥିବା କାମଟି ଠିକ୍‌ ସମୟରେ ନ ହୋଇପାରିବାରୁ ମନ ଭଲ ଲାଗିବ ନାହିଁ। ପିଲାଙ୍କ ବୈବାହିକ କର୍ମ ସକାଶେ ବନ୍ଧୁ ପ୍ରସ୍ତାବ ସ୍ଥିର କରିବା ଲାଗି ଚିନ୍ତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ କିନ୍ତୁ ବ୍ୟବସାୟ ଓ ପରିବହନ ପାଇଁ ଅସୁବିଧା ହେବନାହିଁ। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
ମୀନମୀନ

ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ କାମରେ ମନଦେବା ପାଇଁ ମନସ୍ଥ କରିବେ । ସାମାଜିକ ସ୍ତରରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମାନସିକ ଚାପର ସମ୍ମୁଖୀନ ହୋଇପାରନ୍ତି। ରେବତୀ ନକ୍ଷତ୍ରର ସ୍ବାସ୍ଥ୍ୟଗତ କାରଣରୁ କୌଣସି କାମ ଅଟକି ଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର , ଜୁନ୍ ୧୮ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡ଼ି ନେବେ। ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ ଦେଖି...

ରାଶିଫଳ: ମଙ୍ଗଳବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ଜୀବନରେ ଭୁଲ୍‍ ବୁଝାମଣା ସୃଷ୍ଟିହେବ। କେତେକ ବ୍ୟତିକ୍ରମକୁ ବାଦ୍‍ ଦେଲେ ଦିନଟି ଭଲରେ ବିତିବ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ...

ରାଶିଫଳ: ସୋମବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ପ୍ରେରଣାରେ ଉଦ୍‌ବୁଦ୍ଧ ହୋଇ ନୂତନ ଉତ୍ସାହର ସହ କର୍ମକ୍ଷେତ୍ରରେ ଅଗ୍ରସର ହେବେ। ଧନାଧିପ ରାଶିସ୍ଥ ହେତୁ ଦିନ ଭିତରେ ଯାହାକୁ ଯାହା...

ରାଶିଫଳ: ରବିବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଆଜି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ଉଚ୍ଚ ସମ୍ମାନ ଏବଂ ବନ୍ଧୁଙ୍କ ଆତିଥ୍ୟଯୋଗ ରହିଛି। ସହକର୍ମୀଙ୍କ ସୌହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା ପ୍ରଣୟନ କରିପାରନ୍ତି। ବ୍ୟବସାୟ...

ରାଶିଫଳ: ଶନିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ନିକଟସ୍ଥ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ଲାଭକରି ଉପକୃତ ହେବେ। ଅଟକି ରହିଥିବା କାର୍ଯ୍ୟ ତ୍ୱରାନ୍ବିତ କରିବେ। ପାରିବାରିକ ସ୍ତରରେ ଭାବପ୍ରବଣତା...

ରାଶିଫଳ: ଶୁକ୍ରବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କୌଣସି କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିପାରେ। ଈର୍ଷା ପରାୟଣ ବ୍ୟକ୍ତିଙ୍କର କଟୁକ୍ତି ମନକୁ ବାଧିପାରେ। ମାଲିମକଦ୍ଦମାରେ ଆପୋସ...

ରାଶିଫଳ: ଗୁରୁବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଆଜି କୌଣସି ପରିସ୍ଥିତିରେ ମଧ୍ୟ ନିଜକୁ ଆଡଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ। ଯଦିଓ ବିଶେଷ କିଛି ସମସ୍ୟା ନାହିଁ , ତଥାପି...

ରାଶିଫଳ: ବୁଧବାର, ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ଶୁକ୍ରଙ୍କ ସୁପ୍ରଭାବରେ ଆବଶ୍ୟକତା ପୂରଣ ସହ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ। ଆପୋସ ଆଲୋଚନା ଓ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri