Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ
ମାନସିକ ଅସ୍ଥିରତା ମଧ୍ୟରେ ସମୟ କଟାଇପାରନ୍ତି। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକମାନଙ୍କ ଆଗରେ ମୁଣ୍ଡ ନୁଅଁାଇବେ ନାହିଁ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ। ଅର୍ଥ, ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁକ ଖୁସି ରହିବେ।
ବୃଷ
ବୃଷ
ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇପାରିବ। ସାମାଜିକ ସ୍ତରରେ ଲୋକାଭିମୁଖୀ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଅନୁରୋଧକ୍ରମେ ସ୍ଥଗିତ କାମକୁ ସମ୍ପନ କରିବେ। ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ ପାଇଁ ସମର୍ଥନ ଆଶା କରିବେ। ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ଅସୁବିଧାରେ ପଡ଼ି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାର ନାଁ ଧରିବ ନାହିଁ।
କର୍କଟ
କର୍କଟ
ବନ୍ଧୁଙ୍କ କଥା ଓ କାର୍ଯ୍ୟକୁ ସମ୍ମତି ପ୍ରଦାନ ପରିପ୍ରେକ୍ଷୀରେ କାର୍ଯ୍ୟହାସଲ କରିବେ। ପରିବାର ଭିତରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିବାର ଆଶଙ୍କା ରହିଛି। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଅଭାବ ଲାଗି ରହିବା କାରଣରୁ ଅଶାନ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ, ଯାହାକି ଆପଣଙ୍କ କାମକୁ ସାହାଯ୍ୟ କରିବ। ରାଜନୈତିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ।
କନ୍ୟା
ଆଜି ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ। ଆଲୋଚନା ଅବସରରେ ବନ୍ଧୁଙ୍କ ସହ କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ। କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କ କରିପାରନ୍ତି । ଆତ୍ମୀୟସ୍ବଜନଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ।
ତୁଳା
ତୁଳା
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବନ୍ଧୁ ମିଳନ ଅବକାଶରେ ସନ୍ତାନମାନଙ୍କ ବୈବାହିକ ପ୍ରସ୍ତାବର ଆଲୋଚନା କରିପାରନ୍ତି। ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ,ପ୍ରତିଷ୍ଠା ପାଇବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ।
ବିଛା
ବିଛା
ବହୁ ଦିନର ଆଶା ପୂରଣ କାରଣରୁ ମନ ଉତ୍‌ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। ଅନ୍ୟମାନଙ୍କ ଉଦ୍ଦେଶ୍ୟକୁ ବୁଝି ନ ପାରି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ।
ଧନୁ
ଧନୁ
ପରିବାରରେ ଛୋଟ କଥାକୁ ନେଇ କଳହ ସୃଷ୍ଟି ଆଶଙ୍କା ଦେଖାଦେଇପାରେ । ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ।
ମକର
ମକର
ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ। ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ପରିବାରରେ ବିଶୃଙ୍ଖଳିତ ପୁତ୍ରକନ୍ୟା ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହୋଇପାରନ୍ତି। ବାଣିଜ୍ୟ ଓ ବ୍ୟବସାୟରେ କିଛି ନା କିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହେବ। ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଆତ୍ମୀୟମାନଙ୍କ ବେଖାତିର ମନୋଭାବ ଦୁଶ୍ଚିନ୍ତାକୁ ବଢ଼ାଇପାରେ।
ମୀନମୀନ
ଟେନସନ୍‌ କମିଯିବ ମାତ୍ର ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ଼ ସୃଷ୍ଟି ଆଶଙ୍କାକୁ ଏଡାଇ ହେବନି। ଶିକ୍ଷା, ସନ୍ତାନ, ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri