Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ
ଆଜି ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିିବେ। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକମାନଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ। ପ୍ରଶାସନ, ଆଇନ, ସଭା ସମିତି, ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁକ ଖୁସି ରହିବେ।
ବୃଷ
ବୃଷ
ସାମାଜିକ ସ୍ତରରେ ଲୋକାଭିମୁଖୀ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ବ୍ୟବସାୟିକ ସଫଳତା ମିଳିବ ଓ କଳା ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନ ଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବ। ସନ୍ତାନହେତୁକ ଚିନ୍ତା ଟଳିବ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ଅନୁରୋଧକ୍ରମେ ସ୍ଥଗିତ କାମକୁ ସମ୍ପନ୍ନ କରିବେ। ମିଠା କଥା କହି ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ପ୍ରତିଦ୍ୱନ୍ଦ୍ୱିତା କାରଣରୁ ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ଆମତ୍ୀୟମାନେ ଅସହଯୋଗ କରିପାରନ୍ତି, ଯାହାକି ସାମୟିକ ସମସ୍ୟା ସୃଷ୍ଟି କରିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ ଓ ସହାନୁଭୂତି ପ୍ରକାଶ କରିବେ। ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିବାର ଆଶଙ୍କା ରହିଛି। ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ପ୍ରତିଯୋଗିତା ଉପୁଜିପାରେ। ଯେତେ ପାଇଲେ ମଧ୍ୟ ଅଭାବ ଲାଗି ରହିବା କାରଣରୁ ଅଶାନ୍ତି ଅନୁଭବ କରିପାରନ୍ତି।
ସି˚ହ
ସି˚ହ
ଆଜି ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା କରିବାରେ ସଫଳତା ପାଇବେ। ଜଣେ ବନ୍ଧୁଙ୍କଠାରୁ ଆଶା ଅନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ରାଜନୈତିକ ତଥା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
କନ୍ୟା
ଆଜି ଆନୁଷ୍ଠାନିକ କାମରେ ଆଶା ଅନୁରୂପ ଫଳ ପାଇ ଖୁସି ହେବେ। କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶ୍ରୟ ନେପାରନ୍ତି। ଆମତ୍ୀୟସ୍ବଜନଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ। ବହୁତ ଦିନରୁ ରହି ଆସିଥିବା ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବନ୍ଧୁମିଳନ ଅବକାଶରେ ସନ୍ତାନମାନଙ୍କ ବୈବାହିକ ପ୍ରସ୍ତାବର ଆଲୋଚନା କରିପାରନ୍ତି। ସାମୟିକ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବ। ପୂର୍ବ ସ୍ଥିରୀକୃତ ଗସ୍ତ କାଯର୍‌ୟକ୍ରମ କେତେକ ଆକସ୍ମିକ ସମସ୍ୟା ହେତୁ ବାତିଲ ହୋଇପାରେ।
ବିଛା
ବିଛା
ବହୁତ ଦିନର ଆଶା ପୂରଣ ହେବା କାରଣରୁ ମନ ଉତ୍‌ଫୁଲ୍ଲିତ ରହିବ। ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ। ଅନ୍ୟମାନଙ୍କର ଉଦ୍ଦେଶ୍ୟକୁ ବୁଝିନପାରି ଅସମ୍ମାନିତ ହୋଇପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ।
ଧନୁ
ଧନୁ
ଭୁଲ୍‌ ବୁଝାମଣାଜନିତ ପରିବାର ମଧ୍ୟରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ।
ମକର
ମକର
ଆଜି ଦିନଟିରେ ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ଅବଶ୍ୟମ୍ଭାବୀ। ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ବାଣିଜ୍ୟ, ବ୍ୟବସାୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ପରିବାରରେ ବିଶୃଙ୍ଖଳିତ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ।
କୁମ୍ଭ
କୁମ୍ଭ
ଆଜି ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ଲାଭ କରି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ବାଣିଜ୍ୟ ଓ ବ୍ୟବସାୟରେ କିଛିନାକିଛି ସମସ୍ୟା ଅବଶ୍ୟ ପରିଲକ୍ଷିତ ହେବ। ଆମତ୍ୀୟମାନଙ୍କ ବେଖାତିର ମନୋଭାବ ଦୁଶ୍ଚିନ୍ତାକୁ ବଢ଼ାଇପାରେ।
ମୀନମୀନ

ଆଜି ଟେନ୍‌ସନ୍‌ କମିଯିବ, ମାତ୍ର ସହଯୋଗ ଭିତିରେ କାମ କଲେ ଉପକାର ପାଇବେ। ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ଶିକ୍ଷା, ସନ୍ତାନ, ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri