Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ
ସହକର୍ମୀଙ୍କ ସହାୟତା ଆପଣଙ୍କ କାମକୁ ସହଜ କରିବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ ଆସି ପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷା ନ କରି ଠିକ୍‌ ସମୟରେ ଆସି ନ ପାରନ୍ତି।
ବୃଷ
ବୃଷ
ଶାରୀରିକ ସୁସ୍ଥତା ସଙ୍ଗକୁ ବନ୍ଧୁଙ୍କ ପରାମର୍ଶ ଆପଣଙ୍କ କାର୍ଯ୍ୟକ୍ଷେତ୍ରକୁ ତ୍ୱରାନ୍ବିତ କରିବ। କଳା, ସାହିତ୍ୟ ଓ କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟିକ ଦିଗରୁ ଦିନଟି ସନ୍ତୋଷଜନକ ହେତୁ ମାନ ଭଲ ରହିବ। ଅଫିସ୍‌ରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ମାନସିକଚାପର ବଶବର୍ତ୍ତୀ ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ। ପଡ଼ୋଶୀମାନେ ଈର୍ଷାନ୍ବିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି। ଆଜିର ଫେରନ୍ତା ବାଟରେ ମିତ୍ରତା ସୃଷ୍ଟି କରିପାରନ୍ତି। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ସାମୟିକ ମନୋବଳ ବୃଦ୍ଧିକରିବ।
କର୍କଟ
କର୍କଟ
ଅତୀତର ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ବିବାଦ ଦେଖାଦେଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିବାର ଆଶା ରହିଛି। ପୂର୍ବ କଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ନିର୍ମାଣ, ପରିବହନ, ସଭାସମିତି, ସାମ୍ବାଦିକତା ପ୍ରଭୃତି କ୍ଷେତ୍ରରେ ସମସ୍ୟା ଦୂର ହେବ।
ସି˚ହ
ସି˚ହ
ଦୀର୍ଘଦିନରୁ ଯାହା ଆଜିଯାଏ ଚାହୁଁଛନ୍ତି ତାହା ପାଇବା ସକାଶେ ସାମାନ୍ୟ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ଆକସ୍ମିକ କାରଣକୁ ନେଇ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ। ଆଲୋଚନା କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ଉତ୍ତରାଫାଲଗୁନୀ ନକ୍ଷତ୍ରର ଭୁଲ୍‌ ବୁଝାମଣାରୁ ପାରିବାରିତ୍‌କ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ।
କନ୍ୟା
ବାରମ୍ବାର ପରିବାରରେ ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ। ଅଫିସ୍‌ କାମରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିଜଦୋଷରୁ ସ୍ବାସ୍ଥ୍ୟ ସମସ୍ୟା ଗୁରୁତର ହୋଇପାରେ।
ତୁଳା
ତୁଳା
ଅନ୍ୟମାନେ ନିଜର ସୁବିଧା ଅନୁଯାୟୀ କାମ କରି ଆପଣଙ୍କ ପାଇଁ ସମସ୍ୟାର କାରଣ ସାଜି ପାରନ୍ତି। କର୍ମକ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବାର ସୂଚନା ରହିଛି।
ବିଛା
ବିଛା
ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରି ମନରେ ଦୁଶ୍ଚିନ୍ତା ସୃଷ୍ଟି ହେବ। ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବାରେ ସମ୍ପର୍କୀୟଙ୍କ ଅବଦାନକୁ ଭୁଲି ପାରିବେ ନାହିଁ। ରାଜନୈତିକ ସ୍ତରରେ ନେତ୍ୱ ସ୍ଥାନୀୟ ବ୍ୟକ୍ତିବିଶେଷଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ପରକଥାକୁ ପ୍ରାଧାନ୍ୟ ଦେଲେ ପାରିବାରିିକ କ୍ଷେତ୍ରରେ ଅଶାନ୍ତି ଆସିବ।
ଧନୁ
ଧନୁ
ସହକର୍ମୀଙ୍କ ସହଯୋଗ ଓ ସଦ୍ଦିଚ୍ଛା ଲାଭ କରି ଖୁସି ରହିବେ। ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ନିଜର କୌଣସି ବ୍ୟକ୍ତିଗତ କାମ ହାସଲ ପାଇଁ ପର ଉପରେ ନିର୍ଭର କରିବାକୁ ପଡିପାରେ।
ମକର
ମକର
ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି। ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିବେ। ଅପରାହ୍ନେ ବନ୍ଧୁଙ୍କ ମାଧ୍ୟମରେ ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ। ବ୍ୟବସାୟିକ ଦିଗ ପାଇଁ ଆଜିର ଦିନଟି ବହୁତ ଭଲ।
କୁମ୍ଭ
କୁମ୍ଭ
ଘରୋଇ କଳହ ବୃଦ୍ଧି ପାଇବାରୁ ମନ ଭଲ ରହିବ ନାହିଁ। ଏଣେ କର୍ମକ୍ଷେତ୍ରରେ ମଧ୍ୟ ଯୋଜନାଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବା କଷ୍ଟକର ହୋଇପାରେ। ବିଭିନ୍ନ ଅସୁବିଧାରେ ବୁଡି ରହିଥିବା ସମୟରେ ନିଜ ଲୋକମାନେ ଦାଉ ସାଧିପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ରାଜନୀତି, ଚଳଚ୍ଚିତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ।
ମୀନମୀନ
ସମସ୍ୟା ବିଜଡିତ ପରିସ୍ଥିତିରେ ବନ୍ଧୁଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ। ସାମାଜିକ ସ୍ତରରେ ଜନହିତକର କାଯର୍‌ୟରେ ନିଜକୁ ଲିପ୍ତ ରଖିବେ। ଆନୁଷ୍ଠାନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବାର ସମ୍ଭାବନା ରହିଛି। ପାରିବାରିକ ପରିସ୍ଥିତି ପୂର୍ବପରି ରହିବା ହେତୁ ବ୍ୟସ୍ତତା ଅନୁଭବ କରିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri