Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ସାମାଜିକ ସ୍ତରରେ ସାଂସ୍କୃତିକ କିମ୍ବା ଆନୁଷ୍ଠାନିକ କର୍ମ ସମ୍ପାଦନରେ ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। କଚେରି ମାମଲାରେ ପ୍ରତିପକ୍ଷ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ। ପାରିବାରିକ ଜୀବନ ସୁଖ, ସନ୍ତୋଷରେ କଟିବାର ଆଶା ରହିଛି।
ବୃଷ
ବୃଷ
କର୍ମକ୍ଷେତ୍ରରେ ପରିସ୍ଥିତିକୁ ସଜାଡି ନେବା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ସାହିତ୍ୟ ଓ କ୍ରୀଡ଼ା ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟିକ ଦିଗରୁ ଦିନଟି ମନ୍ଦ ନୁହେଁ, ଫଳତଃ ମାନସିକ ସ୍ଥିତି ବହୁତ ଭଲ ରହିବ। ଅଫିସ୍‌ରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି।
ମିଥୁନ
ମିଥୁନ
ପାରିବାରିକ ଜୀବନରେ ଚାପର ବଶବର୍ତ୍ତୀ ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ। ପଡ଼ୋଶୀ ମାନେ ଈର୍ଷାନ୍ବିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି। ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ସ୍ଥିତି ମାନ୍ଦା ହେବନାହିଁ। ଆଜି ଅଫିସ୍‌ରୁ ଫେରନ୍ତା ବାଟରେ ନୂତନ ମିତ୍ରତା ସୃଷ୍ଟି କରିପାରନ୍ତି।
କର୍କଟ
କର୍କଟ
ପ୍ରତ୍ୟେକ ଦିଗରୁ ଦିନଟି ଖୁସି ଓ ଆନନ୍ଦରେ ଅତିବାହିତ ହେବାର ସୁଯୋଗ ଲଭିବେ। ବନ୍ଧୁମାନଙ୍କ ପ୍ରେରଣା ଲାଭକରି ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ପୂର୍ବକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ନିର୍ମାଣ, ପରିବହନ, ସଭାସମିତି, ସାମ୍ବାଦିକତା ପ୍ରଭୃତି କ୍ଷେତ୍ରରେ ସମସ୍ୟା ଦୂର ହେବ।
ସି˚ହ
ସି˚ହ
ଦୀର୍ଘଦିନରୁ ଯାହା ଆଜିଯାଏ ଚାହୁଁଛନ୍ତି ତାହା ପାଇବା ସକାଶେ ଅନୁକୂଳ ଦିନଟିଏ। ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ସାମାଜିକ ସ୍ତରରେ ନୀତିଗତ କାମରୁ ପ୍ରଶଂସିତ ହେବାର ସୁଯୋଗ ପାଇବେ। ଭୁଲ୍‌ ବୁଝାମଣାରୁ ପାରିବାରିିକ ଶାନ୍ତି ଓ ସୁସ୍ଥତା ବ୍ୟାହତ ହୋଇପାରେ।
କନ୍ୟା
କୌଣସି ତ୍ରୁଟି ନ ଥାଇ ମଧ୍ୟ ବାରମ୍ବାର ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା ହ୍ରାସ ପାଇପାରେ। ପାରିବାରିକ ଆବଶ୍ୟକତା ପୂରଣ ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିଯିବ। ଆଜିର ଯାତ୍ରା, ବାଣିଜ୍ୟ, ଯୋଗାଯୋଗ, ଗମନାଗମନ ପାଇଁ ଅସୁବିଧା ହେବନାହିଁ।
ତୁଳା
ତୁଳା
ଆଜି ଖଳଲୋକଙ୍କ ଦ୍ୱାରା ସୁନିୟନ୍ତ୍ରିତ କାର୍ଯ୍ୟ ଲାଗି କର୍ମକ୍ଷେତ୍ରରେ ଅପମାନଜନକ ସ୍ଥିତିରୁ ରକ୍ଷା ମିଳିବ। ବାଧ୍ୟବାଧକତାବଶତଃ ଇଚ୍ଛା ନଥିଲେ ମଧ୍ୟ କେତେକ କାମ କରିବାକୁ ପଡ଼ିପାରେ। ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବାର ସୂଚନା ରହିଛି। ଈର୍ଷାପରାୟଣ ହୋଇ ଆତ୍ମୀୟସ୍ବଜନ ବିରୁଦ୍ଧାଚରଣ କରିପାରନ୍ତି ।
ବିଛା
ବିଛା
ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବାରେ ସମ୍ପର୍କୀୟଙ୍କ ଅବଦାନକୁ ଭୁଲିପାରିବେ ନାହିଁ। ରାଜନୈତିକ ସ୍ତରରେ ନେତୃସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି। ପରକଥାକୁ ପ୍ରାଧାନ୍ୟ ଦେଲେ ପାରିବାରିକ କ୍ଷେତ୍ରରେ ଅଶାନ୍ତି ଆସିବ। ସ୍ବାସ୍ଥ୍ୟହାନି କାରଣରୁ ବାରମ୍ବାର ଧାଁ ଧଉଡ କରିବାକୁ ପଡ଼ିପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ ସାହାଯ୍ୟ ଓ ସଦିଛା ଲାଭ କରି ଖୁସି ରହିବେ। ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହନ୍ତୁ ନତୁବା ଅଯଥା ଅଶାନ୍ତି ସୃଷ୍ଟି ହେବାର ଆଶଙ୍କା ରହିଛି। ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ନିଜର କୌଣସି କାମ ହାସଲ ପାଇଁ ପର ଉପରେ ନିର୍ଭର କରିପାରନ୍ତି।
ମକର
ମକର
ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ କଳହ ଦେଖାଦେଇପାରେ। ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିବେ। ମାଲିମକଦ୍ଦମା ତଥା ବିବାଦୀୟ କ୍ଷେତ୍ରରେ ପରିସ୍ଥିତି ଭିନ୍ନରୂପ ନେଇପାରେ। ବନ୍ଧୁଙ୍କ ଜରିଆରେ ଅପରାହ୍ନେ ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ।
କୁମ୍ଭ
କୁମ୍ଭ
ପରିବାରରେ ଅଯଥା ସନ୍ଦେହଜନିତ କଳହ ଲାଗିରହିବ। କର୍ମକ୍ଷେତ୍ରରେ ଯୋଜନାଗୁଡ଼ିକ ଠିକ୍‌ ଭାବେ କାର୍ଯ୍ୟକାରୀ କରିବା କଷ୍ଟକର ହେବ। ବନ୍ଧୁଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ ଭାବବିହ୍ବଳ ହୋଇ କାମ କରିପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ରାଜନୀତି, ଚଳଚ୍ଚିତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ।
ମୀନମୀନ

ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ବନ୍ଧୁମିଳନ ପ୍ରୀତିପ୍ରଦ ରହିବ। ସମସ୍ୟା ବିଜଡିତ ପରିସ୍ଥିତିରେ ବନ୍ଧୁଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ। ସାମାଜିକ ସ୍ତରରେ ଜନହିତକର କାର୍ଯ୍ୟରେ ନିଜକୁ ଲିପ୍ତ ରଖିପାରନ୍ତି। ବାଟରେ ବନ୍ଧୁଙ୍କ ଦେଖା ନ ପାଇ ବ୍ୟସ୍ତ ହେବାକୁ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜି ଆର୍ଥିକ ଅସଙ୍ଗତି ଦୂରକରିବା ସହ ଆଲୋଚନାକୁ ଅଗ୍ରଗାମୀ କରାଇବାରେ ସହାୟକ ହେବେ। ପୂର୍ବାଲୋଚନା ଅନୁଯାୟୀ ଆଜିର ଯାତ୍ରା, ନୂତନ କର୍ମାରମ୍ଭ, ପ୍ରଶାସନିକ ନିଷ୍ପତ୍ତିରେ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri