Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ
ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ବାର୍ଥହାନି ହେତୁ କୁତ୍ସାରଟନା କରିବ। ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସଜାଡିନେବେ। ସ୍ତ୍ରୀ କିମ୍ବା ସ୍ବାମୀ ସାଧାରଣ କଥାରୁ ବିରକ୍ତି ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟାର ସମାଧାନ କରିବେ।
ବୃଷ
ବୃଷ
ବିବାଦୀୟ ପରିସ୍ଥିିତି ହେତୁ ପାରିବାରିକ ସମସ୍ୟା ସମାଧାନ ସକାଶେ ଚିନ୍ତା ବଢ଼ିଯିବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରେରଣା ଓ ସହଯୋଗରୁ ଉପକୃତ ହେବେ। ଆଜି ହଠାତ୍‌ ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ସ୍ଥଗିତ କାମକୁ ତ୍ୱରାନ୍ବିତ କରିବା ପାଇଁ ପ୍ରଯନତ୍ କରିପାରନ୍ତି ।
ମିଥୁନ
ମିଥୁନ
ସ୍ଥଗିତ କାମ ସମ୍ପନ୍ନ ସକାଶେ ଅଫିସ କାମରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ବ୍ୟବସାୟ କିମ୍ବା ଅନ୍ୟ କୌଣସି କାମରେ ଚାପର ସମ୍ମୁଖୀନ ହୋଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତ ରହିବେ । ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହେବାର ଆଶା ରହିଛି।
କର୍କଟ
କର୍କଟ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସଫଳତାର ଶୀର୍ଷକୁ ନିଶ୍ଚିତ ସ୍ବର୍ଶ କରିବେ। ଉପରିସ୍ଥଙ୍କ କଡା ତାଗିଦ୍‌ ହେତୁ ଅଫିସିଆଲି ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବେ । ଆଇନ, ଅଦାଲତ ସମ୍ବନ୍ଧୀୟ କେତେକ ଦୁଶ୍ଚିନ୍ତା ମନକୁ ବିଷାଦିତ କରିବ।
ସି˚ହ
ସି˚ହ
ପରିସ୍ଥିତିକୁ ସୁଧାରିବାକୁ ଯାଇ ଧାର କରଜ କରି କାମ କରିବାକୁ ବାଧ୍ୟ ହେବେ। ଆକସ୍ମିକ ଭାବେ କାହାର ଡାକରା ପାଇ ଦୂର ଜାଗାକୁ ଯିବାକୁ ପଡ଼ିପାରେ। କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ସମସ୍ୟାର ସମାଧାନ ହୋଇଯିବ। ଅବହେଳିତ କାମ ପାଇଁ ଉପରିସ୍ଥ ଅଧିକାରୀଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
କନ୍ୟା
କାର୍ଯ୍ୟ ହାସଲ ସକାଶେ ଅନ୍ୟ ଉପରେ ଦାୟିତ୍ୱ ନ୍ୟସ୍ତ କରି ପଶ୍ଚାନ୍ତେ ଅନୁତାପ କରିବାକୁ ପଡିପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। କଠିନ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ନିକଟ ସମ୍ପର୍କୀୟଙ୍କ ବିରୁଦ୍ଧାଚରଣ ହେତୁ କାର୍ଯ୍ୟ ଅଟକି ରହିଯାଇପାରେ।
ତୁଳା
ତୁଳା
କାମଗୁଡ଼ିକ ଆଜି ସନ୍ତୋଷଜନକ ହେବ ନାହିଁ। ଋଣ ପରିଶୋଧ ପାଇଁ ବ୍ୟାକୁଳ ହେଲେ ମଧ୍ୟ ନିରୂପାୟ ରହିପାରନ୍ତି। ନିଜ ଲୋକମାନେ ଈର୍ଷାପରାୟଣ ହୋଇପାରନ୍ତି । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ପିଲାମାନଙ୍କ ସମ୍ବନ୍ଧୀୟ କେତେକ ସମସ୍ୟା ମନକୁ ବିଶେଷ ଭାବେ ଆନ୍ଦୋଳିତ କରିବ।
ବିଛା
ବିଛା
ସମସ୍ୟା ଜାଲରେ ଛନ୍ଦି ହୋଇଥିବାରୁ ମନ କେବଳ ନେଗେଟିଭ୍‌ ଚିନ୍ତାରେ ଆକ୍ରାନ୍ତ ହେବ। ବିଶୃଙ୍ଖଳିତ କିମ୍ବା ଅସମାହିତ କର୍ମ ସକାଶେ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଏକ ସାଧାରଣ ଘଟଣାକୁ କେନ୍ଦ୍ରକରି ସାଙ୍ଗସାଥୀଙ୍କ ସହ ଉଚ୍ଚବାଚ ଘଟିପାରେ। ହଠାତ୍‌ ସମ୍ପର୍କୀୟ ଜଣେ ବନ୍ଧୁ ଅଯାଚିତ ଭାବେ ନିଜ ତରଫରୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ଧନୁ
ଧନୁ
ମନରେ ଭୟଆଶଙ୍କା ଥିଲେ ମଧ୍ୟ ମୁହଁ ଟାଣ କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସଫଳ ହେବେ ।
କୌଣସି ଲୋକର ବିଷୟରେ କିଛି ନ ଜାଣି ତାହାକୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ପିଲାଙ୍କ ବିବାହ ପ୍ରସ୍ତାବ ସମ୍ପର୍କରେ ବନ୍ଧୁ ନେଇ ଆସିବେ । ବିଭିନ୍ନ ପ୍ରକାର ପ୍ରତିବନ୍ଧକ ହେତୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ।
ମକର
ମକର
ଆଜି ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେବାର ସୂଚନା ରହିଛି । କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଉପସ୍ଥିତ ବୁଦ୍ଧିର ପ୍ରଶଂସା କରି ପାଖ ପଡ଼ୋଶୀମାନେ ଭୁରିଭୁରି ପ୍ରଶଂସା କରିପାରନ୍ତି।
କୁମ୍ଭ
କୁମ୍ଭ
ଆଜି ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ରହିବେ। କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପୂର୍ବ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। କାର୍ଯ୍ୟ ଦକ୍ଷତା ହେତୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ବିଶେଷ ଶ୍ରମ ଓ ଭ୍ରମଣ କାରଣରୁ ସାମୟିକ ଅସୁସ୍ଥତା ଦେଖାଦେବ।
ମୀନମୀନ
ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ କିମ୍ବା ସଭାସମିତିରେ ପ୍ରଶଂସିତ ହେବେ। ରେବତୀ ନକ୍ଷତ୍ର ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। ଇଚ୍ଛା ବିରୋଧରେ କୌଣସି କାମ କରି ସମାଲୋଚିତ ହେବା କାରଣରୁ ଅନୁତାପ କରିବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri