Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ୍‍ ୧୬ ତାରିଖ – Daily Horoscope

ମେଷ
ଆଜି କର୍ମଦିଗଟି ଭଲ ରହିଲେ ମଧ୍ୟ ପରିଚାଳନା ସମସ୍ୟାରେ ଚିନ୍ତିତ ହେବେ। ଈର୍ଷାପରାୟଣ ମନୋଭାବ ପୋଷଣକରି ନିଜ ଲୋକ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ରାଜନୀତି ଏବଂ ସାଙ୍ଗଠନିକ କ୍ଷେତ୍ର ଶୃଙ୍ଖଳିତ ରହିବ।
ବୃଷ
ବୃଷ
କର୍ମ କ୍ଷେତ୍ରରେ ଅବହେଳିତ ଏବଂ ଅଟକି ରହିଥିବା କାର୍ଯ୍ୟକୁ ପୂରଣ ସକାଶେ ଅନୁକୂଳ ବାତାବରଣ ସୃଷ୍ଟିହେବ। ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସମସ୍ୟା ସୃଷ୍ଟି କରିପାରନ୍ତି। ବନ୍ଧୁଙ୍କ ଆହ୍ବାନରେ ସଭାସମିତିରେ, ରାଜନୈତିକ ସ୍ତରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସଂଗୀତ, ପ୍ରତିଯୋଗିତା, ସାଂସ୍କୃତିକ କାର୍ଯ୍ୟକ୍ରମରେ ସୁନାମ ଅର୍ଜନ କରିବେ।
ମିଥୁନ
ମିଥୁନ
ବିଭିନ୍ନ ସମସ୍ୟା ହେତୁ କର୍ମକ୍ଷେତ୍ରରେ ଅନ୍ୟମନସ୍କ ରହି କାମକୁ ବିଗାଡ଼ି ଦେଇପାରନ୍ତି। ସମ୍ପର୍କୀୟଙ୍କ ସହ ମିଶି କାର୍ଯ୍ୟପନ୍ଥା ସ୍ଥିର କରିପାରନ୍ତି। ଆଜି ଯାନବାହନ ଚାଳନା, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତାରେ ସତର୍କତା ଅବଲମ୍ବନ କରିବା ଭଲ ହେବ। ଦୀର୍ଘଦିନର ଅସୁସ୍ଥତା ପରେ ସ୍ବାସ୍ଥ୍ୟରେ ଉନ୍ନତି ଘଟିବାରୁ ଆଶ୍ୱସ୍ତି ଲାଭ କରିପାରନ୍ତି।
କର୍କଟ
କର୍କଟ
ସଂଯମତା ଅଭାବରୁ କିମ୍ବା ମତାନ୍ତରରୁ ମନାନ୍ତର ଘଟିବ, ଯାହାର ପରିଣାମ ପରିବାରକୁ ମଧ୍ୟ ଆକ୍ରାନ୍ତ କରିପାରେ। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ପାଇବେ ଏବଂ କାମଟି ତ୍ୱରାନ୍ବିତ ହେବ। ସନ୍ଦେହଜନକ ପରିସ୍ଥିତିକୁ ଲକ୍ଷ୍ୟ କରି ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେନାହିଁ। ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
ସମସ୍ୟା ଓ ପ୍ରତିବନ୍ଧକ ଚିର ସହଚର ହେଲେ ମଧ୍ୟ ଆଜିର ପରିସ୍ଥିତି ଭଲ ରହିବ। ଖଳ ଲୋକଙ୍କର ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ। ସଭାସମିତି, ସାହିତ୍ୟ, ସାମ୍ବାଦିକତା, ନୂତନ କର୍ମାରମ୍ଭ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
କନ୍ୟା
ପାରିବାରିକ କ୍ଷେତ୍ର, ଜମିଜମା ବ୍ୟବସାୟ, ବିଦ୍ୟୁତ, ଇଟାଭାଟି ସମ୍ପର୍କୀୟ କ୍ଷେତ୍ର ବିବାଦୀୟ ରହିବ। ଅଭାବ ରହିଲେ ମଧ୍ୟ ସାହାଯ୍ୟ ପାଇବାରେ ଅସୁବିଧା ହେବ ନାହିଁ। ବୁଦ୍ଧିଜୀବୀ କିମ୍ବା ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ। ଅବସ୍ଥାଚକ୍ରରେ ପଡ଼ି ଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ବିଜୟ ଲାଭ କରିବେ କିନ୍ତୁ ସମସ୍ୟା ବିଜଡ଼ିତ ରହିବାକୁ ପଡ଼ିବ। ସୁବିଧାବାଦୀ ଚିନ୍ତାଧାରା ସମାଲୋଚନା ପାଇଁ ଖୋରାକି ଯୋଗାଇପାରେ। ବନ୍ଧୁଙ୍କୁ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ତଥାପି ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ।
ବିଛା
ବିଛା
ପ୍ରତ୍ୟେକ ସ୍ତରରେ ଆଲୋଚନା ପରିସରରେ ଯୁକ୍ତିଯୁକ୍ତ କଥା କହି ଅନ୍ୟକୁ ସନ୍ତୁଷ୍ଟ କରିପାରିବେ। ସ୍ତ୍ରୀଙ୍କ ସହ ମତାନ୍ତର କିମ୍ବା ସ୍ବାସ୍ଥ୍ୟହାନି ଯୋଗୁ ମନ ଅଶାନ୍ତ ରହିପାରେ। ଦୀର୍ଘ ଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଆକସ୍ମିକ ଭାବରେ ପାଇ ଖୁସି ହେବେ। ଅଟକି ରହିଥିବା ଅର୍ଥ ଜୋର୍‌ କରି ଆଦାୟ କରିବାରେ ସକ୍ଷମ ହେବେ।
ଧନୁ
ଧନୁ
ନିଜର ଅପରିଣାମଦର୍ଶିତା ହେତୁ ସମସ୍ୟା ସୃଷ୍ଟି ସମ୍ଭାବନା ରହିଛି। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ଓ ଏକ ନିର୍ଦ୍ଦିଷ୍ଟ ସମାଧାନରେ ଉପନୀତ ହେବେ। ଭଲ ସମ୍ପର୍କ ଥିବା ବନ୍ଧୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି। ଶିଳ୍ପ, ବାଣିଜ୍ୟ, ହୋଟେଲ, ଲେଖକ, ସାମ୍ବାଦିକତା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।
ମକର
ମକର
ଯେତେ ପ୍ରକାରର ସୁବିଧା ଥିଲେ ମଧ୍ୟ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରିବେ। ପିଲାଙ୍କ କଳହକୁ କେନ୍ଦ୍ର କରି ଓ ପ୍ରକୃତ ଘଟଣା ନ ବୁଝି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ବୈବାହିକ କର୍ମ ସମ୍ପାଦନା ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବାର ସୂଚନା ରହିଛି। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
କୁମ୍ଭ
କୁମ୍ଭ
ସ୍ବାର୍ଥ ସାଧନ ଲାଳସାରେ ନିଜ ଲୋକଟି ଶତ୍ରୁତା କରିବାକୁ ପଛାଇବ ନାହିଁ। ସାଧାରଣ ଘଟଣାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ସାହାଯ୍ୟ କରିବା ପରିପ୍ରେକ୍ଷୀରେ ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଆକସ୍ମିକ ଭାବରେ ଧାତବଜନିତ ଦ୍ରବ୍ୟ ଲାଭର ଯୋଗ ରହିଛି।
ମୀନମୀନ

ପ୍ରତ୍ୟେକ ଦିଗରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରତିଷ୍ଠାବନ୍ତ ହେବେ। ବିବାଦୀୟ ଘଟଣାରେ କିମ୍ବା ଅର୍ଥ ପ୍ରାପ୍ତିରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିବେ। ଆଶା କରିଥିବା ଜିନିଷଟି ଆଜି ପାଇଯିବେ। ନୂଆ ଯୋଜନା, ନୂତନ ବ୍ୟବସାୟ, ଚୁକ୍ତିପତ୍ର, ଜମିଜମା କାରବାର, ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ସଫଳତା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri