Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ
ରବି ଅଶ୍ଳେଷା ନକ୍ଷତ୍ରରେ ରହିଥିବାରୁ ଆଜି ଆପଣଙ୍କୁ ଆଶା, ନିରାଶା ମଧ୍ୟରେ ଦିନଟି କଟଇବାକୁ ପଡିପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। ଅବଶ୍ୟ ଆପୋଷ ଆଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି ଆସିବ। କଳା, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ର ପାଇଁ ଦିନଟି ଭଲ ରହିବ।
ବୃଷ
ବୃଷ
ବୁଧ ମଘା ନକ୍ଷତ୍ରସ୍ଥ ଯୋଗୁଁ ନିଜ ଲୋକମାନେ ବିରୋଧ କଲେ ମଧ୍ୟ କୈାଣସି କାମ ଅଟକିବ ନାହିଁ। ପ୍ରଶାସନ, ଆଇନ ଅଦାଲତ, କଳା, କ୍ରୀଡା, ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ କହିବେ ବହୁତ କାମ ବେଳକୁ ପାଖ ମାଡିବେ ନାହିଁ। ଆଜିର ଯାତ୍ରା, ବାଣିଜ୍ୟ, ସ୍ତ୍ରୀଙ୍କ ସମ୍ପର୍କ ଦିଗରୁ ଲାଭବାନ୍‌ ହେବେ।
ମିଥୁନ
ମିଥୁନ
ଗ୍ରହସ୍ଥିତିର ଅନୁକୂଳତା କାରଣରୁ ପାରିବାରିକ ସ୍ଥିତିରେ ଉନ୍ନତି ସଙ୍ଗକୁ, ଯାନାବାହନ କ୍ରୟ ସମ୍ପର୍କୀତ କଥାବାର୍ତ୍ତା ହୋଇପାରନ୍ତି। ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ଝାମେଲାର ସମ୍ଭାବନା ରହିଛି। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତ ଫଳ ମିଳିବ। ବନ୍ଧୁଙ୍କଠାରୁ ସହଯୋଗ ଲାଭ ହେତୁ ମନ ଖୁସି ରହିବ।
କର୍କଟ
କର୍କଟ
ନୀଚ୍ଚ ରାଶିରେ ଚନ୍ଦ୍ର ପାପଗ୍ରହ ଯୁକ୍ତଜନିତ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ଏପରିକି ଦ୍ୱନ୍ଦରେ ପଡି କେତେକ କ୍ଷେତ୍ରରେ ଆପଣ ସଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ। ପରିସ୍ଥିତିବଶତଃ ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସଭାସମିତି, ସାଙ୍ଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହୋଇପାରନ୍ତି।
ସି˚ହ
ସି˚ହ
କର୍ମ କ୍ଷେତ୍ରରେ ବାଧା ଉପୁଜିଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବନି। କିନ୍ତୁ ରାଶ୍ୟାଧିପ ଶୁକ୍ର ଓ ରାଶିରେ ରାହୁଥିବାରୁ କିଛିଟା ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁଁ ମନରେ ସରସତା ରହିବ ନପାରେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ଦ୍ୱାଦଶସ୍ଥ ମଙ୍ଗଳଙ୍କ ବିପରୀତ ରାଜଯୋଗର ଫଳ ସଦୃଶ ବିବାଦର ସମାଧାନ ଘଟିବ। ବୁଧଙ୍କ ସୁପ୍ରଭାବରୁ ଆରୋଗ୍ୟଲାଭ କାରଣରୁ ଆଶ୍ୱସ୍ଥି ଲାଭ କରିବେ। ସମ୍ମାନନୀୟ ବ୍ୟକ୍ତିଙ୍କ ସହାୟତାରୁ ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ଯାତ୍ରା, ବାଣିଜ୍ୟ, ଲୋକସମ୍ପର୍କ, ସରକାରୀସ୍ତରରେ ଅଟକି ରହିଥିବା କାମ ହାସଲ କରି ଖୁସି ହେବେ।
ତୁଳା
ତୁଳା
ଶୁକ୍ର ଲାଭାଧିପଙ୍କ ନକ୍ଷତ୍ରସ୍ଥ ହେତୁ ଲାଭାବନ୍‌ ନ ହେଲେ ମଧ୍ୟ ଆଂଶିକ ଉପକୃତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ହେତୁ ସଫଳତା କଷ୍ଟକର ହେବ। ନିଜ ଲୋକମାନେ ଈର୍ଷା କରି ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି। ଆର୍ଥିକ ଅଭିବୃଦ୍ଧି ନିମିତ୍ତ ତପତ୍ରତା ପ୍ରକାଶ କରି କେତେକାଂଶରେ ସଫଳତା ପାଇପାରନ୍ତି।
ବିଛା
ବିଛା
ଭାଗ୍ୟାଧିପଙ୍କ ଦୁର୍ବଳତା କାରଣରୁ ଆପଣଙ୍କ ଆଶା ଆଶାରେ ରହିଯିବ। ବିନା କାରଣରେ ଝଗଡା ସଙ୍ଗକୁ ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ। ବୁଧଙ୍କ ବଳବାନତ୍ୱ ହେତୁ ଜ୍ୟେଷ୍ଠା ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ବକ୍ରୀ ବୃହସ୍ପତିଙ୍କ ପ୍ରଭାବରେ ପାଖପଡୋଶୀଙ୍କ କଥା ବିଶ୍ୱାସ କରି ହଇରାଣରେ ପଡିପାରନ୍ତି। ସାମୟିକ ପ୍ରତିବନ୍ଧକ କାରଣରୁ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ପ୍ରକାଶନ, ଗଣମାଧ୍ୟମ, ଏଜେନ୍‌ସିପ୍‌, ସାମ୍ବାଦିକତା କ୍ଷେତ୍ରରେ ଶୁଭଫଳ ମିଳିବ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବା ସୂଚନା ରହିଛି ।
ମକର
ମକର
ପରିବାରରେ ଭୁଲ ବୁଝାମଣା ନେଇ ଅଶାନ୍ତି ସଙ୍ଗକୁ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ସ୍ବଗୃହୀ ଶନିଙ୍କ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ଜିଦେ୍‌ଖାର ମନୋବୃତି ସମସ୍ୟାର କାରଣ ପାଲଟିବ। ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୈାଣସି ଅସୁବିଧା ହେବ ନାହିଁ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
କୁମ୍ଭ
କୁମ୍ଭ
ଦ୍ୱାଦଶସ୍ଥ ଶନି ଚନ୍ଦ୍ରଙ୍କ ନକ୍ଷତ୍ରସ୍ଥ ହେତୁ ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନୀଜନିତ ବିବ୍ରତ ରହିବେ। ସମ୍ପର୍କୀୟ ତଥା ବନ୍ଧୁଙ୍କ ସାହାଯ୍ୟ ଯୋଗୁ କେତେକାଂଶରେ ମନ ଟେନ୍ସନ ରହିବ। ଲୋକସମର୍ଥନ ସଙ୍ଗକୁ ବୁଦ୍ଧିଜୀବୀଙ୍କ ସଦ୍‌ଭାବନାରୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ର ହେବେ।
ମୀନମୀନ
ଚନ୍ଦ୍ରଙ୍କ କେତୁଙ୍କ ସଂଯୋଗଜନିତ ବନ୍ଧୁଙ୍କ ସହ ସାଧାରଣ କଥାରେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ପ୍ରଶଂସିତ ହେବେ। ସହକର୍ମୀ କିମ୍ବା ସମ୍ପର୍କୀୟଙ୍କ ପ୍ରେରଣାରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ଆର୍ଥିକ ସ୍ବଚ୍ଛଳତା ଆସିବ ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri