Posted inRasifala

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ
ଆଜି ରାଶ୍ୟାଧିପ ବୃହସ୍ପତି ଯୁକ୍ତ ହେତୁ ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ। ବିଭିନ୍ନ ଦିଗରୁ ଅର୍ଥ ରୋଜଗାର କରିବେ ଏବଂ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସେମିତି କିଛି ଅସୁବିଧା କରିପାରିବେନି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା ଓ ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ।
ବୃଷ
ବୃଷ
ସପ୍ତମାଧିପତି ମଙ୍ଗଳ ରାଶିରେ ଅବସ୍ଥାନ କରୁଥିବାରୁ ପାରିବାରିକ କ୍ଷେତ୍ର ସହୃଦୟତାପୂର୍ଣ୍ଣ ରହିବ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଲାଭବାନ ହେବେ। ଅବଶ୍ୟ ସାଧାରଣ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଯାତ୍ରା ସଫଳ ହେବ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ସତ କିନ୍ତୁ ଅବହେଳା ଜନିତ କୈାଣସି ଉପଚାର କରିନପାରନ୍ତି।
ମିଥୁନ
ମିଥୁନ
ଧନାଧିପ ସ୍ବଭାବରୁ ଦୁଃସ୍ଥାନସ୍ଥ ଯୋଗୁ ଖର୍ଚ୍ଚଭାର ବୃଦ୍ଧି କାରଣରୁ ଦୁଃଚିନ୍ତା ବଢ଼ିବ। ଯାହାକୁ କିଛି ସହାନୁଭୂତି ଆଶାରେ କହିବାକୁ ଯିବେ ସେ ଓଲଟା କହିପାରେ। କଥାରେ ସଂଯମତା ହରାଇବା ଅନର୍ଥର କାରଣ ହେବ। କ୍ରୀଡା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇପାରନ୍ତି।
କର୍କଟ
କର୍କଟ
ଏକାଦଶସ୍ଥ ମଙ୍ଗଳ ହେତୁ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ପ୍ରତିହତ କରିବାର ସାମର୍ଥ୍ୟ ରହିବ। କିନ୍ତୁ ମୂଳା ନକ୍ଷତ୍ରସ୍ଥ ଚନ୍ଦ୍ର ପ୍ରଭାବରେ ଅନ୍ୟମନସ୍କତା କାରଣରୁ କେତେକ ଭୂଲ୍‌ କରିବେ। କାର୍ଯ୍ୟସାଧନ ପରିସରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବାକାରଣରୁ ବ୍ୟସ୍ତତା ବୃଦ୍ଧି ପାଇପାରେ।
ସି˚ହ
ସି˚ହ
ନୀଚ୍ଚାରୋହୀ କର୍ମାଧିପ ହେତୁ ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିବ। ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ତଥାପି କାମର ଚାପ ବହୁତ ବଢିଯିବ। ବନ୍ଧୁ ମାନଙ୍କୁ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
ଦୁଃସ୍ଥାନସ୍ଥ ବୁଧ ପ୍ରଭାବରେ ସମସ୍ୟା ସମାଧାନ ପାଇଁ ଯେତେ ଚେଷ୍ଟା କଲେ ମଧ୍ୟ ଅସଫଳ ହେବେ। ପରିବାରରେ ଗୋଳମାଳିଆ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ପିଲାଙ୍କ ସକାଶେ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡିପାରେ। ବନ୍ଧୁଙ୍କ ଅନୁରୋଧ କ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦର ଅନୁଭବ କରିପାରନ୍ତି।
ତୁଳା
ତୁଳା
ଶନି ଦୃଷ୍ଟ ଶୁକ୍ର କାରଣରୁ କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ରହିଥିବା କାରଣରୁ ବହୁତ କାମ ହାତକୁ ନେଇ ବ୍ୟଥିତ ହେବେ। ଅପ୍ରିୟ ସତ୍ୟ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ କିନ୍ତୁ ଶତ୍ରୁତା ମଧ୍ୟ ସୃଷ୍ଟି ହେବ। ଅପରାହ୍ନରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଆଜି ଦ୍ୱିତୀୟସ୍ଥ ଚନ୍ଦ୍ର ଯୋଗୁ କର୍ମକ୍ଷେତ୍ରରେ ଠିକ୍‌ ଓ ଯୁକ୍ତିଯୁକ୍ତ କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇ ପରୋକ୍ଷ ଶତ୍ରୁତା ସୃଷ୍ଟି କରିପାରନ୍ତି। ପରିଜନଙ୍କ ସ୍ବାସ୍ଥ୍ୟ ସମସ୍ୟାଜନିତ ମନ ବିଚଳିତ ରହିବ। ଏଜେନ୍ସିପ୍‌, ସାମ୍ବାଦିକତା, ରାଜନୀତି, କର୍ମାରମ୍ଭ, କଳା ଓ ସାହିତ୍ୟ ପ୍ରଭୃତିରୁ ସୁଫଳ ପାଇବେ।
ଧନୁ
ଧନୁ
ଶୁକ୍ରକ୍ଷେତ୍ରସ୍ଥ ଗୁରୁଜନିତ ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷଶତ୍ରୁତାର ପ୍ରଭାବ ଅନୁଭବ କରିବେ। ଅନ୍ୟମନସ୍କତା କିମ୍ବା ବିସ୍ମରଣଜନିତ କୌଣସି ଜିନିଷ ହରାଇ ପାରନ୍ତି। ସହକର୍ମୀ, ଭାଇ ଭଉଣୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ଅନ୍ୟମାନଙ୍କଠାରୁ ଅର୍ଥ, କାମ, ଆଦାୟ କରିବାରେ ସଫଳ ହୋଇପାରନ୍ତି।
ମକର
ମକର
ଦ୍ୱାଦଶସ୍ଥ ସପ୍ତମାଧିପତି ଯୋଗୁ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ଆଶଙ୍କା ରହିଛି। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଝଗଡା ଲାଗିପାରେ। ପଡୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ। ଆମତ୍ୀୟସ୍ବଜନ ମାନଙ୍କ ସହିତ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ଅନ୍ୟମନସ୍କଜନିତ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ନିକଟ ସଂପର୍କୀୟ ମାନଙ୍କ ଇର୍ଷା ଓ ଅସୂୟା ଭାବ ଯୋଗୁଁ ବିଚଳିତ ବୋଧ କରିବେ।
ମୀନମୀନ

 ଦୀର୍ଘଦିନ ହେଲା ଆପଣ ଯାହା ଆଶା କରୁଥିଲେ ତାହା ବହୁତ ବିଳମ୍ବରେ ଅବଶ୍ୟ ମିଳିବ। ଆନୁଷ୍ଟାନିକ କାମରୁ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବନାହିଁ। ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି। ଶୁକ୍ରଙ୍କ ପ୍ରଭାବରେ କଳା, ସାହିତ୍ୟ , ସଂଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri