Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ପରିବାର ସଦସ୍ୟ ଓ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ଅଫିସ୍‌ କାମରେ ଏପରିକି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିନେବେ।
ବୃଷ
ବୃଷ
ପରିସ୍ଥିତି ଭଲ ନ ଥିବା ହେତୁ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାହାର ଜାଗାରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ବାରମ୍ବାର ବିଫଳତା ଜନିତ କାର୍ଯ୍ୟହାନି କାରଣରୁ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇ ଚିନ୍ତାକୁ ବଢ଼ାଇଦେବ।
ମିଥୁନ
ମିଥୁନ
ଋଣ ପରିଶୋଧ ସକାଶେ କିମ୍ବା ବିଭିନ୍ନ ଧନ୍ଦା କରିବା ଲାଗି ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ଜଣେ ସହକର୍ମୀ ମାର୍ଗଦର୍ଶକ ସାଜିବେ, ଯାହାକି ଆପଣଙ୍କ ପାଇଁ ହିତକର ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ଭଲ। ଜଣାଶୁଣା ବ୍ୟକ୍ତିଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
କର୍କଟ
କର୍କଟ
ଘରର ଅକୁହାକଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ଼ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ। ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ।
ସି˚ହ
ସି˚ହ
ଚୁପ୍‌ଚାପ୍‌ ବସି ନ ରହି ସାହସ ବାନ୍ଧି କୌଣସି କାମ କଲେ ଅବଶ୍ୟ ସଫଳତା ପାଇବେ। ଯେତେ ସୁବିଧା ସୁଯୋଗ କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ। ଏକା ସଙ୍ଗରେ ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବହୁତ ଦିନରୁ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
କନ୍ୟା
କିଛିଟା ସମସ୍ୟା ଭିତର ଦେଇ ଗତି କରିବାକୁ ପଡ଼ିବ। ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବ। ଗୃହ ସଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିବେ।
ତୁଳା
ତୁଳା
ମନ ଅସ୍ଥିର କାରଣରୁ ପରିବାର ଭିତରେ ସାଧାରଣ କଥାକୁ କେନ୍ଦ୍ରକରି ଝଡ଼ ଉଠିପାରେ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ନ ରହିଲେ ସମସ୍ୟା ସୃଷ୍ଟି ହୋଇପାରେ। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।
ବିଛା
ବିଛା
ଆଜି ଘର କାମ ସାଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଳିଯିବା ହେତୁ ମନ ବିଚଳିତ ରହିବ। ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ, କିନ୍ତୁ କିଛି ଅସୁବିଧା ହେବନି। କିନ୍ତୁ ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିପାରେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ବାଧ୍ୟ ହେବେ। ଆଶା କରିଥିବା ଜିନିଷ ଅବଶ୍ୟ ପାଇବେ କିନ୍ତୁ ମନ ଭଲ ନଥିବା କାରଣରୁ ଖୁସି ହୋଇପାରିବେ ନାହିଁ। ପରିବହନ, ଆମଦାନୀ କାରବାର,କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସି ରହିବେ। ସାଂଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
ଯାହା କରିବା ସକାଶେ ମନସ୍ଥ କରିଛନ୍ତି ସେଥିପାଇଁ ବନ୍ଧୁଙ୍କ କଥାକୁ ପ୍ରାଧାନ୍ୟ ଦେଇ କାମକଲେ ବହୁତ ଭଲ। ଘରୋଇ କଳହରୁ ମଧ୍ୟ ରକ୍ଷା ପାଇବା ସହ ସମସ୍ୟା ସମାଧାନ ହୋଇପାରିବ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜି ସବୁ କାମ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିବା ସାଙ୍ଗକୁ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବିଶେଷ କିଛି ଅସୁବିଧା ନ ଥିଲେ ସୁଦ୍ଧା ମାନସିକ ସ୍ତରରେ ଅଶାନ୍ତ ଅନୁଭବ କରିପାରନ୍ତି।
ମୀନମୀନ
ଆଜି ଆପଣ କିଛି କରିବା ପୂର୍ବରୁ ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢ଼ାରେ କିଛିଟା ସାମୟିକ ସମସ୍ୟା ଲାଗି ରହିବ। ସମସ୍ତ ପ୍ରକାର ସୁବିଧା ଥାଇ ମଧ୍ୟ କେତେକ କାମ ଅଧୁରା ରହିଯିବ । ସ୍ୱାସ୍ଥ୍ୟ ପ୍ରତି ସଚେତନ ରହି କାମ କରିବା ଭଲ ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri