Posted inRasifala

ରାଶିଫଳ: ଶନିବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ପ୍ରତିଯୋଗିତାରେ ସଫଳତା ଯୋଗୁ ମନକୁ ବୁଝାଇବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ପରିବାରରେ ଅସୁସ୍ଥତାଜନିତ ମାନସିକ ସ୍ଥିତି ଭଲ ରହିବ ନାହିଁ।
ବୃଷ
ବୃଷ
ପରିସ୍ଥିତି ଭଲ ନ ଥିବା ହେତୁ ଭଲ କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାହାର ଜାଗାରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ। ବାରମ୍ବାର ବିଫଳତାଜନିତ କାର୍ଯ୍ୟହାନି କାରଣରୁ ମନରେ ଟେନ୍‌ସନ ଲାଗି ରହିବ। ବନ୍ଧୁଙ୍କଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ।
ମିଥୁନ
ମିଥୁନ
ଆପଣଙ୍କୁ ବିଭିନ୍ନ ଧନ୍ଦା କରିବା ସକାଶେ ବନ୍ଧୁମାନେ ପ୍ରୋତ୍ସାହିତ କରିପାରନ୍ତି। ଜଣେ ସହକର୍ମୀ ଆଜି ମାର୍ଗଦର୍ଶକ ସାଜିବେ। ନିକଟସ୍ଥ ଜଣାଶୁଣା ବ୍ୟକ୍ତିମାନଙ୍କ ଦ୍ୱାରା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ମାଲିମକଦ୍ଦମାରେ କାର୍ଯ୍ୟ ହାସଲ କରିନେବା ସକାଶେ ନୂତନ ଦିଗ ପ୍ରତି ଚିନ୍ତା କରିପାରନ୍ତି।
କର୍କଟ
କର୍କଟ
ଆଜିର ଅସଜଡ଼ା ଘରର ଅକୁହାକଥା ଓ ଆର୍ଥିକ ସମସ୍ୟା ନେଇ ମନରେ ଦୁର୍ଭାବନା ସୃଷ୍ଟି ହେବ। ସାଧାରଣ କଥାକୁ ବଡ଼ କରି ସହକର୍ମୀ କଳହର ମାତ୍ରାକୁ ବଢ଼ାଇବେ। ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।
ସି˚ହ
ସି˚ହ
ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରିପାରିଲେ ଅବଶ୍ୟ ସଫଳତା ପାଇବେ। ଆଜି ଏକାସଙ୍ଗେ ବହୁତ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ବହୁତ ଦିନରୁ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ। ଘରେ ବନ୍ଧୁ ମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ।
କନ୍ୟା
ପ୍ରତ୍ୟେକ ପରିସ୍ଥିତିରେ ସମସ୍ୟା ଭିତର ଦେଇ ଗତି କରିବାକୁ ପଡ଼ିବ। ଟଙ୍କା ବାକି ରଖିଥବା ଲୋକଟି ଘରେ ଟଙ୍କା ଦେଇଯାଇପାରେ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବ। ଗୃହ ସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିବେ।
ତୁଳା
ତୁଳା
ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ପରିବାର ଭିତରେ ଝଡ଼ ଉଠିପାରେ। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ର କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
ବିଛା
ବିଛା
ଧାର କରଜ କରି ଆବଶ୍ୟକତା ଚଳାଇ ନେବେ। କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। ପରିବହନ ଓ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ବିଭିନ୍ନ କୌଶଳ ଅବଲମ୍ବନ କରି କାମ ହାସଲ କରିବାରେ ସମର୍ଥ ହେବେ।
ଧନୁ
ଧନୁ
ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବା ପାଇଁ ବାଧ୍ୟ ହେବେ। ଆଶା କରିଥିବା ଜିନିଷଟିକୁ ପାଇଲେ ମଧ୍ୟ ମନକୁ ଖୁସି କରିପାରିବ ନାହିଁ। ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ କ୍ଷେତ୍ରରେ ବହୁତ ଜନ କଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହେବେ।
ମକର
ମକର
ଯାହା କରିବା ସକାଶେ ମନସ୍ଥ କରିଛନ୍ତି ସେଥିପାଇଁ ବନ୍ଧୁଙ୍କ କଥାକୁ ପ୍ରାଧାନ୍ୟ ଦେଇ କାମକଲେ ବହୁତ ଭଲ ହେବ। ଏପରିକି ଘରୋଇ କଳହରୁ ମଧ୍ୟ ରକ୍ଷା ପାଇବା ସହ ସମସ୍ୟା ସମାଧାନ ହୋଇପାରିବ। ଶିଳ୍ପ, ବାଣିଜ୍ୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିପାରନ୍ତି, ଏଣୁ ସତର୍କ ରହିବା ଭଲ।
କୁମ୍ଭ
କୁମ୍ଭ
ଆଜିର ସବୁ କାମ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିବା ସାଙ୍ଗକୁ ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବିଶେଷ କିଛି ଅସୁବିଧା ନ ଥିଲେ ସୁଦ୍ଧା ମାନସିକ ସ୍ତରରେ ଅଶାନ୍ତ ଅନୁଭବ କରିପାରନ୍ତି।
ମୀନମୀନ

ଆଜି କିଛି କରିବା ପୂର୍ବରୁ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ମାଲି ମକଦ୍ଦମା, ସଂଗଠନ, ଲେଖାପଢ଼ା ଓ କାରବାରରେ ସମସ୍ୟା ଲାଗି ରହିବ। ସମସ୍ତ ପ୍ରକାର ସୁବିଧା ଥାଇ ମଧ୍ୟ କେତେକ କାମ ଅଧୁରା ରହିଯିବ। ସ୍ବାସ୍ଥ୍ୟ ପ୍ରତି ସଚେତନ ରହି କାମ କରିବା ଭଲ। କୌଣସି ବନ୍ଧୁଙ୍କ ସହ ସମ୍ପର୍କ ସ୍ଥାପନ ଆଗାମୀ ସମୟ ପାଇଁ କାମକୁ ଆସିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ…

ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope

ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ…

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ,…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri