Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ତୃତୀୟ ଚନ୍ଦ୍ର ଯୋଗୁ ରାଜନୀତି, ସଭାସମିତି ଓ କଳା, କ୍ରୀଡ଼ା ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ କମିପାରେ। ସମ୍ପର୍କୀୟଙ୍କ ଅଭିଯୋଗ ସକାଶେ ନିଜ ଲୋକଙ୍କୁ ଦାୟୀ କରିବେ। ମାତ୍ରାଧିକ ଭ୍ରମଣ, ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିବେ। ଫେରନ୍ତା ବାଟରେ ମୂଲ୍ୟବାନ ଜିନିଷ କିଣିବାକୁ ମନ ବଳାଇପାରନ୍ତି।
ବୃଷ
ବୃଷ
ଭାଗ୍ୟ ସ୍ଥାନରେ ଶୁକ୍ର ଯୋଗୁ ମନୋରଞ୍ଜନ ସମେତ ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଏକ ସାଧାରଣ ପରିସ୍ଥିତିରେ ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ମିଥୁନ
ମିଥୁନ
ଧନାଧିପ ଚନ୍ଦ୍ର ରାଶିସ୍ଥ ହେତୁ ଧନଲାଭ,ସ୍ବାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି , ବନ୍ଧୁ ସମ୍ପର୍କ ଦିଗରୁ ଅନୁକୂଳ ଫଳ ପାଇବେ। ପବ୍ଲିକେଶନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ଶିଳ୍ପ, ବାଣିଜ୍ୟରେ ଚାପର ସମ୍ମୁଖୀନ ହୋଇପାରନ୍ତି। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତାଜନିତ ସମସ୍ୟାର ବିଲୟ ଘଟିବା ସୂଚନା ରହିଛି।
କର୍କଟ
କର୍କଟ
କର୍ମାଧିପ ରାଶିସ୍ଥ ଯୋଗୁ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ସାଙ୍ଗକୁ ଭ୍ରମଣ ସୁଯୋଗ ଓ ସତ୍‌ସଙ୍ଗର ସୁଯୋଗ ଲାଭ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନରୁ ଖୁସି ରହିବେ। ଅଶ୍ଳେଷା ନକ୍ଷତ୍ରର ପାରିବାରିକ ଅସ୍ଥିରତା ସାଙ୍ଗକୁ , ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଘଟିପାରେ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
ସି˚ହ
ସି˚ହ
କେନ୍ଦ୍ରସ୍ଥ ଧନାଧିପ ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ବନ୍ଧୁବସତ୍ଳ କରାଇବେ। ଆଜି ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। କିନ୍ତୁ କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିପାରେ। ବିଶେଷ ଭ୍ରମଣ ଓ କଠିନ ଶ୍ରମଜନିତ ସ୍ବାସ୍ଥ୍ୟ ବିଗିଡି ଯାଇପାରେ।
କନ୍ୟା
ଶୁକ୍ରଙ୍କ ପ୍ରତି ମଙ୍ଗଳଙ୍କ ଦୃଷ୍ଟି ବିନିମୟ ହେତୁ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ। ଶିଳ୍ପ ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା, ସାଂସ୍କୃତିକ କାର୍ଯ୍ୟକ୍ରମରେ ବିବାଦୀୟ ସ୍ଥିତି ଉପତ୍ନ ହୋଇପାରେ। ଖାଦ୍ୟପେୟର ଅନିୟମିତତା କାରଣରୁ ସନ୍ଧ୍ୟା ସମୟରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।
ତୁଳା
ତୁଳା
ଶନି କ୍ଷେତ୍ରସ୍ଥ ରାଶ୍ୟାଧିପତି ଯୋଗୁ ନିଜର ଲୋକ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ଅର୍ଥ ସଂଗ୍ରହ କରିବାରେ ତପତ୍ରତା ପ୍ରକାଶ କରିବେ, କିନ୍ତୁ ସମ୍ପୂର୍ଣ୍ଣ ସଫଳତା ପାଇବେ ନାହିଁ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଏବଂ ଭ୍ରମଣ ଓ ବନ୍ଧୁ ମିଳନରୁ ଖୁସି ହେବେ। ଛାଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ରାଶ୍ୟାଧିପଙ୍କ ଦୁର୍ବଳତାଜନିତ ଶାରୀରିକ ସ୍ବାସ୍ଥ୍ୟ ବିଗିଡ଼ିବା ସହ ବନ୍ଧୁଙ୍କ ସହ ମତାନ୍ତରର ଆଶଙ୍କା ରହିଛି। ଯେକୌଣସି ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ ହୋଇଯିବାରୁ ଖୁସି ରହିବେ।
ଧନୁ
ଧନୁ
ଆଜି ବକ୍ରୀ ବୃହସ୍ପତିଙ୍କ ପ୍ରଭାବରେ ଆପଣ ବିଚାର ବିନା ସରଳ ବିଶ୍ୱାସ କଲେ ହଇରାଣରେ ପଡ଼ିବେ। ଶାରୀରିକ ସୁସ୍ଥତା ଫେରିପାଇବେ। ଲେଖାପଢ଼ା ତଥା ପ୍ରକାଶନ, ପ୍ରଶାସନ, ଯୋଗାଯୋଗ କ୍ଷେତ୍ରରେ ଶୁଭଫଳ ପାଇବେ। ବିଶିଷ୍ଟ ବ୍ୟକ୍ତିଙ୍କ ଛତ୍ରଛାୟା ତଳେ ରହିଥିବାରୁ ମନୋବଳ କ୍ରମଶଃ ବୃଦ୍ଧି ପାଇବ।
ମକର
ମକର
ରାଶିରେ ଶୁକ୍ର ରହିଥିବାରୁ ମନକୁ ଉଚ୍ଚାଟ କରାଇବେ କିନ୍ତୁ ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା ବୃଦ୍ଧି ପାଇପାରେ। ଆଜିର ଯାତ୍ରା, ବାଣିଜ୍ୟ, ନିର୍ମାଣ ଓ ପରିବହନରେ ସମସ୍ୟା ସୃଷ୍ଟି ହେବ। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବେ। ଭୁଲ ବୁଝାମଣାରୁ ପାରିବାରିକ ଜୀବନରେ ତିକ୍ତତା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ଆଜି ବିଳାସକାରକ ଗ୍ରହ ବ୍ୟୟଭାବସ୍ଥ ହେତୁ ନୂତନ ଗୃହ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପାଇଁ ମନ ବଳାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ବ୍ୟବସାୟ ଓ ପରିବହନରେ ପୂର୍ବଭାଦ୍ରପଦ୍‌ ନକ୍ଷତ୍ର ପାଇଁ ଝଟକା ଲାଗିପାରେ। ଆର୍ଥିକ ସମସ୍ୟା, ମାମଲା, ଜମିଜମା ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିବ।
ମୀନମୀନ

ଆଜି ଭାଗ୍ୟସ୍ଥ ବୁଧ ହେତୁ ବନ୍ଧୁମାନଙ୍କ ମଧୁର ବ୍ୟବହାର ସାଙ୍ଗକୁ ଅର୍ଥଲାଭ ମନକୁ ପ୍ରଫୁଲ୍ଲିତ କରି ରଖିବ। ସାମାନ୍ୟ ବିଳମ୍ବରେ ହେଲେ ମଧ୍ୟ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?