Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୧୬ ତାରିଖ – Daily Horoscope

ମେଷ
ଆଜିର ଅନୁକୂଳ ଗ୍ରହସ୍ଥିତି ଆପଣଙ୍କ ସମସ୍ତ ଆଶା ପୂରଣରେ ସହାୟକ ହେବ। ଏକାଦଶସ୍ଥ ରବି ବୁଧ କର୍ମସ୍ଥାନରେ ବନ୍ଧୁବତ୍ସଳତା, ବୌଦ୍ଧିକ ବିକାଶ, କାର୍ଯ୍ୟସିଦ୍ଧିର ଦ୍ୟୋତକ ହୋଇପାରେ। କୌଣସି ବିଶିଷ୍ଟବ୍ୟକ୍ତିଙ୍କ ଆମନ୍ତ୍ରଣ ମନରେ ସାହାଯ୍ୟକାରୀ ଭାବ ଉଦ୍ରେକ କରିବ। ଅଟକି ରହିଥିବା କାମ ସକାଶେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ।
ବୃଷ
ବୃଷ
ମନ ବୁଝିଲା ଭଳି କଥା କହି ସମସ୍ୟାକୁ ନିୟନ୍ତ୍ରଣ କରିପାରିବେ। ନବମସ୍ଥ ବୁଧ ହେତୁ ବନ୍ଧୁ ଶ୍ରମଦାନ କରିପାରନ୍ତି କିନ୍ତୁ ଆର୍ଥତ୍କ ଅଭାବ ପୂରଣ ଦିଗରେ ସାହାଯ୍ୟ ପାଇବେ ନାହିଁ। ପିଲାମାନଙ୍କ ପାଠପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। କଳା, କ୍ରୀଡ଼ା, ସାହିତ୍ୟ, ସାମ୍ବାଦିକତା ପ୍ରଭୃତିରେ ମନରେ ଉତ୍ସୁକତା ଦେଖାଦେବ।
ମିଥୁନ
ମିଥୁନ
ଆଜି ଏକାଧାରରେ ସ୍ବାସ୍ଥ୍ୟରେ ଉନ୍ନତି, ଆର୍ଥିକ ଅଭିବୃଦ୍ଧି, ଗୃହ, ଜମିଜମା, ବାଣିଜ୍ୟ ବ୍ୟବସାୟ, ପରିବହନ ଦିଗରୁ ଅନୁକୂଳ ଫଳ ପାଇବେ। ଗବେଷଣା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। କର୍ମକ୍ଷେତ୍ରରେ ଚାପର ସମ୍ମୁଖୀନ ହେବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
କର୍କଟ
କର୍କଟ
ନୂତନ କର୍ମାରମ୍ଭ, ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଭ୍ରମଣ ସୁଯୋଗ ଲାଭ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନ ହେତୁ ମନ ଖୁସି ରହିବ। ପୁନର୍ବସୁ ନକ୍ଷତ୍ରର ପାରିବାରିକ ଅସ୍ଥିରତା, ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ଅପରାହ୍ନଟି କଟାଇବେ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
ସି˚ହ
ସି˚ହ
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣରେ ରହିଲେ ସୁଦ୍ଧା ଟେନ୍ସନ ଲାଗି ରହିବ। ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ସହ ହାତଖାଲି ରହିବାରୁ ମନରେ ସରସତା ରହିବ ନାହିଁ। ଆଜି ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। ସକାଳ ସମୟଟି ପ୍ରାୟତଃ ଭଲ ରହିବ ତଥାପି ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
କନ୍ୟା
ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ମଧ୍ୟାହ୍ନପରେ ପାଇବାର ସୂଚନା ରହିଛି। ପରିବାରରେ ହଠାତ୍‌ ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇ ପାରେ। ବିବାଦୀୟ ଘଟଣା, ପ୍ରତିଦ୍ୱନ୍ଦ୍ୱିତା, ଶିଳ୍ପ, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ।
ତୁଳା
ତୁଳା
ମନ ପ୍ରଫୁଲ୍ଲ ରହିବ ଓ କର୍ମକ୍ଷେତ୍ରରେ ସ୍ଥଗିତ କାମ ସମ୍ପନ୍ନ କରିବେ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ମନ ବଳାଇବେ ଓ ବନ୍ଧୁମିଳନ ଘଟିବ। କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ପରିବାରରେ ମତାନ୍ତରର ସମ୍ଭାବନା ରହିଛି। ବିବାଦୀୟ ଘଟଣା କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଯେ କୌଣସି କର୍ମାରମ୍ଭରେ ପ୍ରଥମେ ସଙ୍କଟର ସମ୍ମୁଖୀନ ହେବେ। ସୁସ୍ଥ ମନରେ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ଶାରୀରିକ ସୁସ୍ଥତା ଫେରିପାଇବେ କିନ୍ତୁ ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେବା ଠିକ୍‌ ହେବନାହିଁ। ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ।
ମକର
ମକର
ନିଜ ଲୋକଙ୍କ ଦ୍ୱାରା ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରିବା କାରଣରୁ ମନ ଅସ୍ଥିର ରହିବ। ଯାତ୍ରା, ବାଣିଜ୍ୟ, ବିବାଦୀୟ ଘଟଣା ନିର୍ମାଣ ଓ ପରିବହନରେ ସମସ୍ୟା ସୃଷ୍ଟି ହେବ। ନିଜସ୍ବ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଅଳଙ୍କାର ପ୍ରଭୃତି ପାଇଁ ମନ ବଳାଇବେ। ଆତ୍ମୀୟସ୍ବଜନ, ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତା କରିପାରନ୍ତି। ସାମାଜିକ କ୍ଷେତ୍ର, ଲୋକସମ୍ପର୍କ, ସଙ୍ଗଠନ, ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ଜମିଜମା ମାମଲା, ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିପାରେ।
ମୀନମୀନ
ଆଜି ଜମିଜମା କଳହ ଅର୍ଥ ସମ୍ବନ୍ଧୀୟ ବିବାଦର ସୂତ୍ରପାତ ଘଟାଇପାରେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ କଥା କଟାକଟିଜନିତ ବିରକ୍ତିଭାବ ସୃଷ୍ଟି ହେବାର ସୂଚନା ରହିଛି। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଲେ ଓ ସଭାସମିତିରେ ଯୋଗଦେଲେ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟଲାଭରୁ ଖୁସି ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ଶନିଚନ୍ଦ୍ରଙ୍କ ଯୋଗ ଗୁରୁଙ୍କ ଦୃଷ୍ଟିରୁ ଦୃଢ଼ ମନୋବଳ ନେଇ କର୍ମକ୍ଷେତ୍ରରେ ଅଗ୍ରସର ହେବେ। ଦୀର୍ଘ ଦିନରୁ ରହିଥିବା ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯନତ୍ କରିବେ।…

ରାଶିଫଳ: ଶନିବାର , ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାକାଳରେ କୌଣସି ନୂତନ ବନ୍ଧୁଙ୍କ ସହ ବନ୍ଧୁତା ସୃଷ୍ଟିହେବ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଅସୁବିଧା ହେବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନିଷ୍ଠା ନକ୍ଷତ୍ରରେ ରହି ନୂତନ କର୍ମାରମ୍ଭ ସକାଶେ ମନ ବଳାଇବେ। ସକାଳୁ ସକାଳୁ ପ୍ରୀତିପ୍ରଦ ଯାତ୍ରା କରିବାର ଅପୂର୍ବ ସୁଯୋଗ ଲାଭ କରିପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri