Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୧୬ ତାରିଖ – Daily Horoscope

ମେଷ
ରାହୁଙ୍କ ଯୋଗୁ ସାଧାରଣ କଥାରେ ବେଶି ବିବ୍ରତ ହେବା ନିଜ ପାଇଁ କ୍ଷତିର କାରଣ ପାଲଟିଯିବ। ସାମାଜିକସ୍ତରରେ ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କ ସହ ଭଲ ସମ୍ପର୍କ ରହି ନ ପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ କିନ୍ତୁ ବିଶେଷ କିଛି ଅସୁବିଧା ହେବନାହିଁ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି ଯଦ୍ଦ୍ବାରା କର୍ମହାନି ଘଟିପାରେ। ସାମାଜିକ ସ୍ତରରେ ଅସଫଳତା କାରଣରୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ କିନ୍ତୁ ବିଶେଷ ଅସୁବିଧା ହେବନାହିଁ।
ମିଥୁନ
ମିଥୁନ
ପ୍ରତ୍ୟେକ କାମରେ କିଛିନା କିଛି ବ୍ୟତିକ୍ରମ ଲାଗି ରହିବ। ଅଭାବ ନ ଥିଲେ ମଧ୍ୟ ସମସ୍ୟାଜନିତ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ନିଜର ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। କର୍ମକ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ।
କର୍କଟ
କର୍କଟ
କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ବନ୍ଧୁମାନଙ୍କ ମେଳରେ ଆଜିର ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ। ଆର୍ଥତ୍କ ଅବନତିର ସମୀକ୍ଷା କରିବେ ମାତ୍ର ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ ଓ ଆଇନ କ୍ଷେତ୍ର ପୂର୍ବବତ୍‌ ରହିବ।
ସି˚ହ
ସି˚ହ
ପରିବାରର ଖର୍ଚ୍ଚ ବୃଦ୍ଧି ପାଇଲେ ମଧ୍ୟ ଆବଶ୍ୟକତା ଅପୂରଣ ରହିବନାହିଁ। କୌଣସି ଦର୍ଶନୀୟ ସ୍ଥାନ ପରିଦର୍ଶନଜନିତ ବନ୍ଧୁଙ୍କ ଅନୁରୋଧରେ ଦୂରଯାତ୍ରା କରିବାକୁ ପଡ଼ିପାରେ। କଚେରି ମାମଲା କିମ୍ବା ଜମିଜମା କ୍ଷେତ୍ରରେ ମାନସିକ ଅବସାଦ କାରଣରୁ କୌଣସି କାମ ଉତ୍ସାହପ୍ରଦ ରହି ନ ପାରେ। ସ୍ବାସ୍ଥ୍ୟ ଓ କର୍ମକ୍ଷେତ୍ର ଭଲ ରହିବ।
କନ୍ୟା
ତରବରିଆ ହେତୁ ଯାତ୍ରାରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ। ଉପରିସ୍ଥଙ୍କ ଶୁଭ ଭାବନାରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ମୂଲ୍ୟହୀନ କଥାରେ ମୁଣ୍ଡ ପୂରାଇ ଶତ୍ରୁତାକୁ ନିମନ୍ତ୍ରଣ କରିପାରନ୍ତି।
ତୁଳା
ତୁଳା
ପରିବାରର ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ। କାର୍ଯ୍ୟଦକ୍ଷତା ଓ ସଚ୍ଚୋଟତା କାରଣରୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ।
ବିଛା
ବିଛା
ଆକସ୍ମିକ ସମସ୍ୟା ଦେଖାଦେବା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟର ଗତି ମନ୍ଥର ହେବ। ଅସାବଧାନତା ହେତୁ ଦ୍ରବ୍ୟନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ସାମୟିକ ମନକୁ ଭାରାକ୍ରାନ୍ତ କରିପାରେ।
ଧନୁ
ଧନୁ
ନିଜ ଲୋକମାନେ ଇର୍ଷାପରାୟଣ ହୋଇ ବିଶ୍ୱାସଘାତକତା କରିପାରନ୍ତି। ଅନ୍ୟର କଥାକୁ ସତ ମନେକରି ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ। ଆଲୋଚନା କାଳରେ ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବନାହିଁ।
ମକର
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ। ଗୃହସୀମା, ନିର୍ମାଣ, ଜମିଜମା, ଶିଳ୍ପ, ବାଣିଜ୍ୟାଦିରେ ସମସ୍ୟାମୁକ୍ତ ରହିବେ।
କୁମ୍ଭ
କୁମ୍ଭ
ସମସ୍ୟା ଭିତରେ ଚଳୁଥିବାରୁ ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟକର ହୋଇପାରେ। ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ଯୋଗାଯୋଗ କଲେ ଉପକୃତ ହେବେ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମୀନମୀନ
ଆର୍ଥିକ ଅନଟନଜନିତ ପାରିବାରିକ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। କର୍ମକ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖନ୍ତୁ,ନିଶ୍ଚିତ ଉପକୃତ ହେବେ। ଅଂଶୀଦାର ବ୍ୟବସାୟୀଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଆଜି କର୍ମଭାବସ୍ଥ ଚନ୍ଦ୍ର ଏକାଧାରରେ ପାରିବାରିକ ଜୀବନ ଏବଂ କର୍ମକ୍ଷେତ୍ର ସକାଶେ ଶୁଭଫଳ ପ୍ରଦାନ କରିବେ। କିନ୍ତୁ ଶନିକ୍ଷେତ୍ରସ୍ଥ ହେତୁ ବିଭିନ୍ନ କାରଣକୁ କେନ୍ଦ୍ରକରି ମାନସିକ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri