Posted inRasifala

ରାଶିଫଳ: ସୋମବାର, ଜାନୁୟାରୀ ୧୬ ତାରିଖ – Daily Horoscope

ମେଷ
ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ନିର୍ମାଣ, ଜମିଜମା, କଳକାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ। ଫେରିବା ବାଟରେ ବନ୍ଧୁଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ବୃଷ
ବୃଷ
ସକାଳୁ ସକାଳୁ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ, ଅବଶ୍ୟ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ବିଶେଷ ଅସୁବିଧା ହେବନାହିଁ। ସାଧାରଣ କଥାରେ ସହକର୍ମୀ କ୍ଷୁବ୍ଧ ହୋଇପାରନ୍ତି। ଆକସ୍ମିକ ଶାରୀରିକ ଅସୁସ୍ଥତା ହେତୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ସତର୍କରେ ଚଳନ୍ତୁ, ନତୁବା ଝମେଲା ଅଧିକ ବଢ଼ିଯାଇପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଜମିଜମା ବାବଦରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। କିଛି ନୂତନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି ଓ ଯାନବାହନରେ ସତର୍କ ରହନ୍ତୁ।
କର୍କଟ
କର୍କଟ
ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କରି କାମ କରିବା ଭଲ । ବିିଶିଷ୍ଟ ବ୍ୟକ୍ତିଙ୍କ ବଦାନ୍ୟତାରୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ ଓ କଳା,ସାହିତ୍ୟରେ ଉନ୍ନତି କରିବେ। ପରିବହନ, ବ୍ୟବସାୟ ଓ ସଂଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେବ। ଆର୍ଥିକ ଦୃଷ୍ଟିକୋଣରୁ ଉପକୃତ ହେବେ ଓ ମନୋରଞ୍ଜନରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
କର୍ମକ୍ଷେତ୍ର ଭଲ ରହିଲେ ମଧ୍ୟ ପାରିବାରିକ ବିବାଦ କାରଣରୁ ମନ ଅସ୍ଥିର ରହିବ। ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଅଶାନ୍ତ ମନ ବନ୍ଧୁଙ୍କ ସହ ଆଳାପ ଆଲୋଚନା ପରେ ଶାନ୍ତ ହେବ ଓ ମାନସିକ ସ୍ଥିତି ଠିକ୍‌ ରହିବ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କିମ୍ବା ସନ୍ତାନଙ୍କ ବିଶୃଙ୍ଖଳିତ କାମ ସକାଶେ ଅପମାନିତ ହୋଇପାରନ୍ତି।
କନ୍ୟା
କୌଣସି ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସିପାରେ। ଉପରିସ୍ଥଙ୍କ ଆଲୋଚନା ବିଷୟରେ ତାହାଠାରୁ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଅର୍ଥନୈତିକ,ପାରିବାରିକ କ୍ଷେତ୍ର ପ୍ରାୟତଃ ଭଲ ରହିବ। ବହୁତ ଦିନ ହେଲା ଇଚ୍ଛା କରୁଥିବା ଓ ପାଇପାରି ନ ଥିବା ଜିନିଷଟିର ପ୍ରାପ୍ତିରେ ଖୁସି ହେବେ।
ତୁଳା
ତୁଳା
ଶାରୀରିକ ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ଶିଳ୍ପ,ବାଣିଜ୍ୟ, ବ୍ୟବସାୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବ। କର୍ମକ୍ଷେତ୍ରରେ ଥିବା ସମସ୍ୟା ସମାଧାନ କରିବାରେ ସଫଳ ହେବେ।
ବିଛା
ବିଛା
ବିଭିନ୍ନ ପ୍ରକାର ସମସ୍ୟାରେ ପଡ଼ି ମାନସିକ ସ୍ଥିତି ଭଲ ରହି ନ ପାରେ। ଭୁଲ୍‌ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବାର ଆଶଙ୍କା ରହିଛି। କଳା,ସାହିତ୍ୟ, ଚଳଚ୍ଚିତ୍ର,ସଙ୍ଗୀତ ତଥା ସଭା ସମିତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ପରିସ୍ଥିତିରେ ପଡ଼ି ବହୁତଗୁଡିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହୋଇପାରନ୍ତି।
ଧନୁ
ଧନୁ
ଅନ୍ୟମାନଙ୍କ ଘରୋଇ କଥାରେ ଆଲୋଚନା କରି ଅଶାନ୍ତ ଅନୁଭବ କରିପାରନ୍ତି। ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ସକାଶେ ପ୍ରଯନତ୍ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଉନ୍ନତି କରିବେ। ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ।
ମକର
ମକର
କିଛି ଚିନ୍ତା କରନ୍ତୁ ନାହିଁ ବନ୍ଧୁ ସୁବିଧାରେ କାମଟି କରାଇ ଦେଇ ପାରନ୍ତି। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ,ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ଶାରୀରିକ ପରିଶ୍ରମଜନିତ ପୀଡ଼ା ଅନୁଭବ କରିବେ।
କୁମ୍ଭ
କୁମ୍ଭ
ଆଜି କଠିନ ଶ୍ରମଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ପାରିବାରିକ ଜୀବନରେ ଉଚିତ ବୁଝାମଣା ରହିବାରୁ ଖୁସି ହୋଇପାରନ୍ତି।
ମୀନମୀନ
ଅତୀତ କଥାକୁ ନେଇ ମନ ଭାରାକ୍ରାନ୍ତ ରହିବା ସହ ପାରିବାରିିକ ପ୍ରତିରୋଧ ହେତୁ କାମ ଅଟକି ଯିବ। ଆତ୍ମୀୟଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ଆଶ୍ୱସ୍ତିି ଅନୁଭବ କରିବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର ମାଙ୍ଗଳିକ କାମଗୁଡିକ ସବୁ ଠିକ୍‌ଠାକ୍‌ ହୋଇଯିବ। ଚେଷ୍ଟା କରୁଥିବା କାମରେ ଅବଶ୍ୟ ସଫଳତା ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri