Posted inRasifala

ରାଶିଫଳ: ଶନିବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହିତ ଏବଂ ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ଧାର୍ମିକ କାର୍ଯ୍ୟ ସମ୍ପାଦନ, ଦେବଦର୍ଶନ ପାଇଁ ଇଚ୍ଛା ଜାଗ୍ରତ ହେବ। ପ୍ରତ୍ୟେକ କ୍ଷେତ୍ରରେ ପ୍ରାଥମିକ ସ୍ତରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।
ବୃଷ
ବୃଷ
ଆଜି ଯେତେ ଭଲ କରିବା ପାଇଁ ଚାହିଁଲେ ମଧ୍ୟ ସମୟ, ପରିବେଶ ଓ ପରିସ୍ଥିତି ତାହା କରାଇ ଦେବନାହିଁ। ଉଚ୍ଚସ୍ତରର ବନ୍ଧୁଙ୍କ ଦେଖା ମିଳିବ, କିନ୍ତୁ ଦି’ପଦ କଥା ହୋଇପାରିବେ ନାହିଁ। ଆତ୍ମୀୟମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ଆନୁଷ୍ଠାନିକ କାର୍ଯ୍ୟ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ନିକଟତମ ବ୍ୟକ୍ତିମାନଙ୍କ ସାହାଯ୍ୟ ନ ପାଇଲେ ମଧ୍ୟ ଆପଣଙ୍କର କୌଣସି କାମ ଅଟକି ରହିବ ନାହିଁ। ଆକସ୍ମିକ ଭାବରେ ଯୋଜନା ନ ଥାଇ ଦୂର ସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, କଳକାରଖାନା, ହୋଟେଲ, ବ୍ୟବସାୟରୁ ସୁଫଳ ପାଇବେ। କର୍ମକ୍ଷେତ୍ରରେ ନିଜ ଦକ୍ଷତାରୁ ପ୍ରଶଂସିତ ହେବେ।
କର୍କଟ
କର୍କଟ
ଅନାବଶ୍ୟକ ଖର୍ଚ୍ଚ ବଢ଼ିବା ସାଙ୍ଗକୁ ମାନସିକ ସନ୍ତୁଳନ ହରାଇବେ। କୌଣସି ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ତୀବ୍ର ହେବ। ପ୍ରତ୍ୟୁଷ ଯାତ୍ରା ସମୟରେ କେତେକ ଭୁଲ୍‌ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ ପ୍ରଭୃତିରେ ସମସ୍ୟା ଆଶିଂକ ସମାଧାନ ହୋଇପାରିବ।
ସି˚ହ
ସି˚ହ
ପାରିପାର୍ଶ୍ୱିକ ପରିସ୍ଥିତି ଓଲଟା ରହିବା ହେତୁ ଯାହା ଭାବିବେ ତାହା କରିପାରିବେ ନାହିଁ। ପରିସ୍ଥିତିବଶତଃ ବିଭିନ୍ନ ସମସ୍ୟା ରହିବ। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମକୁ ଚଳାଇ ନେବେ। ବ୍ୟବସାୟିକ କ୍ଷେତ୍ର, ମାଙ୍ଗଳିକ କାମ, ଆଲୋଚନା ସଭା, ପ୍ରଶାସନ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାରର ରହିବ।
କନ୍ୟା
ମାନସିକ ଅସ୍ଥିରତା ଅନୁଭବ କଲେ ମଧ୍ୟ କାମ ସାମାନ୍ୟ ବ୍ୟତିକ୍ରମ ଭିତରେ ସମ୍ପନ୍ନ ହେବ। ଦୃଢ଼ ପଦକ୍ଷେପ ନେଇ ସ୍ଥଗିତ କାମକୁ ସମ୍ପନ୍ନ କରିବାରେ ସମର୍ଥ ହେବେ। ଅଫିସ୍‌ରେ କୌଣସି ଅତ୍ୟାବଶ୍ୟକ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି। ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ତୁଳା
ତୁଳା
ସାମାନ୍ୟ ବ୍ୟତିକ୍ରମ ଦେଖାଦେଲେ ମଧ୍ୟ ଆଜି କୌଣସି ଅସୁବିଧା ହେବ ନାହିଁ। ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ଆପଣାଛାଏ ସମାଧାନ ହୋଇଯିବ। ସୁଯୋଗ ବିଭିନ୍ନ ଦିଗରୁ ଆସିବ ଏବଂ ଆବଶ୍ୟକତା ମଧ୍ୟ ପୂରଣ ହେବ । ବାଣିଜ୍ୟାରମ୍ଭ, ଶୁଭ କାର୍ଯ୍ୟ ସମ୍ପାଦନ, ସତ୍‌ସଙ୍ଗ ହେତୁ ଆନନ୍ଦ ଅନୁଭବ କରିବେ।
ବିଛା
ବିଛା
କର୍ମକ୍ଷେତ୍ରରେ ବିଚାରଧାରା ଭିନ୍ନ ହେବା କାରଣରୁ କାର୍ଯ୍ୟପଦ୍ଧତି ବିଶୃଙ୍ଖଳିତ ରହିବ। ସ୍ବାସ୍ଥ୍ୟସମସ୍ୟା ଦେଖାଦେଇପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ପ୍ରକାଶନ, ପ୍ରଶାସନ, ନିର୍ମାଣାଦି କାର୍ଯ୍ୟ ଠିକଠାକ୍‌ ଚାଲିବ। ପରୋକ୍ଷ ଶତ୍ରୁତା ହେତୁ କୌଣସି ଦୀର୍ଘମିଆଦୀ କାମ ସକାଶେ ଚିନ୍ତିତ ରହିପାରନ୍ତି।
ଧନୁ
ଧନୁ
ନୂତନ ଯୋଜନାକୁ ସାକାର କରିବାକୁ ଚେଷ୍ଟା କରିବେ। କିନ୍ତୁ ଗ୍ରହମାନଙ୍କ କୁପ୍ରଭାବରେ ଆଜି ବିବାଦୀୟ ପରିସ୍ଥିତିରେ ଅପମାନିତ ହେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ରାଜନୀତି, ସାହିତ୍ୟ, ଗବେଷଣା, କଳା-ସଂସ୍କୃତି, ବିଦେଶ ଯାତ୍ରା, ମାଙ୍ଗଳିକ କାର୍ଯ୍ୟ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।
ମକର
ମକର
ଆଜି କୌଣସି ଗୋଟିଏ ସ୍ଥାନରେ ସ୍ଥିର ହୋଇ ରହି ପାରିବେ ନାହିଁ। ବନ୍ଧୁଙ୍କ ଭିଡ଼ରେ ନିଜ ଲୋକଟିର କଥା ଶୁଣିବାକୁ ବେଳ ପାଇବେ ନାହିଁ। ଅସାବଧାନତାବଶତଃ କୌଣସି ଜିନିଷ ହଜିଯିବ କିନ୍ତୁ ଅଳ୍ପ ସମୟ ପରେ ମଧ୍ୟ ପାଇଯିବେ। ପାରିବାରିିକ ପରିସ୍ଥିତି ପୂର୍ବପରି ରହିବ କିନ୍ତୁ ମନର ରାଗ ଭିତରେ ଭିତରେ କୁହୁଳି ଉଠିପାରେ ।
କୁମ୍ଭ
କୁମ୍ଭ
ସକାଳୁ ସକାଳୁ ଅନ୍ୟମନସ୍କତା ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ମନ୍ଦ ନୁହେଁ। ସମ୍ପର୍କୀୟଙ୍କ ସାହାଯ୍ୟ ଓ ସହଯୋଗ ପାଇ କାର୍ଯ୍ୟ ହାସଲ କରିବେ। ଜମିଜମା, କଳକାରଖାନା, ହୋଟେଲ ଶିଳ୍ପ, ମନୋରଞ୍ଜନ, ଯାତ୍ରା ଓ ଭ୍ରମଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।
ମୀନମୀନ
ପାରିବାରିକ ଓ ଲୋକ ସମର୍ଥନ ଆପଣଙ୍କ ପଛରେ ରହିଥିବା କାରଣରୁ ସମସ୍ୟା ମୁକ୍ତ ହେବେ। ଆକସ୍ମିକ ଭାବରେ ଜଣେ ନୀଚଜାତିର ବ୍ୟକ୍ତିଙ୍କ ଅବଦାନ ଭୁଲି ପାରିବେ ନାହିଁ। ନିଜର ଆତ୍ମୀୟ ତଥା ସମଶ୍ରେଣୀୟ ବ୍ୟକ୍ତିମାନଙ୍କ ଈର୍ଷା ଓ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ଖର୍ଚ୍ଚ ପରିମାଣ ବଢ଼ିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri