Posted inRasifala

ରାଶିଫଳ: ବୁଧବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ
ଯେଉଁ ବନ୍ଧୁ ପାଖ ମାଡୁ ନ ଥିଲେ ଆଜି ନିଜ ତରଫରୁ ମିଶିବାକୁ ଆଗେଇ ଆସିବେ। ଶୁକ୍ର ନକ୍ଷତ୍ରସ୍ଥ ମଙ୍ଗଳଙ୍କ ଯୋଗୁ ସ୍ବାସ୍ଥ୍ୟରେ ଉନ୍ନତି ସହ ଦୁର୍ବଳତା ଦୂର ହେବ। ପୁରୁଣା କଥାକୁ ନେଇ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ପାରିବାରିକ ସ୍ଥିତି, ବାଣିଜ୍ୟ ବ୍ୟବସାୟ, ଯାତ୍ରା ଏବଂ ସାଂଗଠନିକ ଆଲୋଚନା ମନ୍ଦ ହେବନି।
ବୃଷ
ବୃଷ
ମାନସିକ ସ୍ବାସ୍ଥ୍ୟ ଭଲ ରହିବା ସହ ଦିନଟି ଆନନ୍ଦରେ କଟିବ। ସମ୍ପର୍କୀୟମାନେ ଦୂରେଇ ଯାଉଥିବାରୁ ପର ଲୋକକୁ ଆପଣା କରିବାକୁ ବାଧ୍ୟ ହେବେ। ପାରିବାରିକ କ୍ଷେତ୍ର, ବନ୍ଧୁସମ୍ପର୍କ, ନୂତନ କର୍ମାରମ୍ଭ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ। ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କ ନିକଟରୁ ଯଥାସମ୍ଭବ ଦୂରେଇ ରହିବା ଭଲ ହେବ।
ମିଥୁନ
ମିଥୁନ
ରବିଙ୍କ ପ୍ରଭାବରୁ ଅନ୍ତରଙ୍ଗ ବନ୍ଧୁଙ୍କ ସାହାଯ୍ୟ ଲାଭ କରି କାମ ହାସଲ କରିବାରେ ସମର୍ଥ ହେବେ। ଅତୀତରେ ଯାହାର ଉପକାର କରିଥିଲେ ସେ ହିଁ ସମସ୍ୟାର କାରଣ ହେବ। ହଜିଯାଇଥିବା ଜିନିଷ କିମ୍ବା ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ଆଜି ସନ୍ଧ୍ୟାରେ ପାଇବେ। ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ମନ୍ଦ ନୁହେଁ।
କର୍କଟ
କର୍କଟ
ଦୃଢ଼ ମାନସିକତା ସଙ୍ଗକୁ ଆନୁଷଙ୍ଗିକ ସହଯୋଗ କାର୍ଯ୍ୟକ୍ଷେତ୍ରରେ ସାହାଯ୍ୟ କରିବ। ପରିସ୍ଥିତି ସହ ଟକ୍କର ଦେଇ ଆଗକୁ ବଢ଼ିବାର ଚେଷ୍ଟା ଅବ୍ୟାହତ ରଖିଲେ ସଫଳତା ପାଇବେ। ଆଲୋଚନା ମଝିରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବ। ସଙ୍ଗଠନ, ଗବେଷଣା, ଅଦାଲତ ଏବଂ ନିର୍ମାଣ କ୍ଷେତ୍ରରେ ସଫଳତା ମିଳିବ।
ସି˚ହ
ସି˚ହ
ରାହୁଙ୍କ କୁପ୍ରଭାବରୁ ବିଭିନ୍ନ ପ୍ରକାରର ସମସ୍ୟା ଲାଗି ରହିଥିଲେ ମଧ୍ୟ କୌଶଳରେ କାମ ହାସଲ କରିପାରନ୍ତି। ପାରିବାରିକ ଜୀବନରେ ବୁଝାମଣା ନେଇ ଅଶାନ୍ତିକର ପରିସ୍ଥିତି ଦେଖାଦେଇପାରେ। ନୂତନ ଘର, ଗାଡ଼ି କିମ୍ବା କିଛି ଯାନ୍ତ୍ରିକ ଜିନିଷ କିଣିବା ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟକଳାପକୁ ଅନ୍ୟମାନେ ନାପସନ୍ଦ କରିବେ।
କନ୍ୟା
ଧନାଧିପତି ଶନି ଦୃଷ୍ଟିରେ ଥିବା ଯୋଗୁ ଅର୍ଥସମ୍ବନ୍ଧୀୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ଜଗିରଖି ଆଗକୁ ପାଦ ବଢ଼ାନ୍ତୁ। ବାଣିଜ୍ୟ, ପରିବହନ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ସମସ୍ୟା ରହିବ।
ତୁଳା
ତୁଳା
ଶନିଚନ୍ଦ୍ର ସଂଯୋଗରୁ ଦୁଃଖ ଓ ଅଭିମାନକୁ ମନରେ ରଖି କାମ କରିବାକୁ ବାଧ୍ୟ ହେବେ। ଆର୍ଥିକ ସ୍ଥିତି ମଜଭୁତ ରହିବ ଏବଂ କୌଣସି ଯୁବ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଆଜିର ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ନ ରହିଲେ ଜିନିଷ ଅଦଳବଦଳ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବ।
ବିଛା
ବିଛା
ଗ୍ରହଙ୍କ ପ୍ରତିକୂଳ ସ୍ଥିତି ଶାରୀରିକ ଏବଂ ମାନସିକ କ୍ଷେତ୍ରକୁ ପ୍ରଭାବିତ କରିବ। ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଟି ମୁହଁ ଫେରାଇ ନେଇପାରନ୍ତି। ସାହିତ୍ୟ, ସାମ୍ବାଦିକତା ଓ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପ୍ରତିଯୋଗିତା, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି।
ଧନୁ
ଧନୁ
ଅଷ୍ଟମାଧିପତି ଚତୁର୍ଥସ୍ଥ ହେତୁ ପାରିବାରିକ ସ୍ଥିତି ଭଲ ରହିବ ନାହିଁ ଏବଂ ଲୋକପ୍ରିୟତା ହ୍ରାସ ପାଇବ। ନିଜ ପରିସରରେ ବନ୍ଧୁଙ୍କ ଦ୍ୱାରା ଆଦୃତ ହେବେ। ନୂଆ ଯୋଜନା, ଅବହେଳିତ କାମ, ଆଲୋଚନା, ଆନୁଷ୍ଠାନିକ କାମ ପ୍ରଭୃତିରେ ସଫଳତା ମିଳିବ। ନିଜ ଲୋକ ଦାଉ ସାଧୁଥିବାରୁ ସତର୍କ ରହିବା ଭଲ ହେବ।
ମକର
ମକର
ଆଜି ଧନସ୍ଥାନରେ ରାହୁଥିବାରୁ ଯାତ୍ରା ସମୟରେ ସତର୍କତା ରକ୍ଷା ନ କଲେ ଅର୍ଥ କିମ୍ବା ଦରକାରୀ କାଗଜପତ୍ର ହଜିଯାଇପାରେ। ବାଣିଜ୍ୟ, ସଭାସମିତି, ସାହିତ୍ୟାଦି କ୍ଷେତ୍ରରେ ସୁଫଳ ପାଇବେ। ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହୋଇପାରିବ।
କୁମ୍ଭ
କୁମ୍ଭ
ଚନ୍ଦ୍ର ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ମତାନ୍ତରଜନିତ ମନ ମାନ୍ଦା ରହିବ। ଆର୍ଥିକ ଦୁରବସ୍ଥା ଦୂରେଇ ଯିବାରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ବାଣିଜ୍ୟ ଓ କଳା ସାହିତ୍ୟ, କ୍ରୀଡ଼ା,ଚଳଚ୍ଚିତ୍ର ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ। ସଭାସମିତି, ଚୁକ୍ତିପତ୍ର, ପରିବହନ ଓ ନିର୍ମାଣ କ୍ଷେତ୍ରରେ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିପାରନ୍ତି।
ମୀନମୀନ

ଆଜି ରାଶିରେ ଶନିଙ୍କ ସହ ଚନ୍ଦ୍ରଙ୍କ ଅବସ୍ଥିତି ହେତୁ ମାନସିକ ଶିଥିଳତା ଯୋଗୁ କାମ ଉତ୍ସାହପ୍ରଦ ନ ହୋଇପାରେ। ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି। ବିଶେଷ ଭାବରେ ପିଲାମାନଙ୍କ ଆଚରଣ ଓ କାର୍ଯ୍ୟକଳାପ ଦୁଶ୍ଚିନ୍ତାର କାରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ ଆଜିର ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ରର ପରିସ୍ଥିତି ସ୍ବାଭାବିକ ରହିବ। ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଏବଂ ସଭାସମିତି ଓ ଆନୁଷ୍ଠାନିକ…

ରାଶିଫଳ: ମଙ୍ଗଳବାର , ଜୁଲାଇ ୧୪ ତାରିଖ – Daily Horoscope

ମେଷ ଆଜି ତୃତୀୟଭାବରେ ତିନୋଟି ଗ୍ରହଙ୍କ ସଂଯୋଗ କାରଣରୁ ବନ୍ଧୁମିଳନ,ଧାର୍ମିକ କାର୍ଯ୍ୟ ଏବଂ ଭ୍ରମଣସୌଖ୍ୟ ଲାଭ କରିବେ। ପାରିବାରିକ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମର ଆଶଙ୍କା…

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri