Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ
ଶନି ସହ ବୁଧଙ୍କ ସଂଯୋଗ କାରଣରୁ ଅଟକିଥିବା କାମ ସକାଶେ ଶାନ୍ତି ବ୍ୟାହତ ହେବ। ବ୍ୟବସାୟ, ପରିବହନ, କଳା, କ୍ରୀଡ଼ା ପାଇଁ ଚାପ ବଢିପାରେ। ନିକଟ ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ଫେରନ୍ତା ରାସ୍ତାରେ ନିଜ ମନ ପସନ୍ଦର ଜିନିଷ ପାଇ ଖୁସି ହେବେ।
ବୃଷ
ବୃଷ
ଦ୍ୱାଦଶସ୍ଥ ପାପଗ୍ରହଜନିତ କୌଣସି ପ୍ରକାରର ଭୁଲ୍‌ ନ କରି ମଧ୍ୟ ଦୋଷୀ ରୂପେ ପରିଗଣିତ ହେବେ। ଆବଶ୍ୟକତା ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ମିଥୁନ
ମିଥୁନ
ରାଶିରେ ମଙ୍ଗଳ ଅର୍ଥପ୍ରାପ୍ତିରେ ବାଧା ଓ ଜମିଜମା କଳହର ଆଶଙ୍କା ରହିଛି। ଅବଶ୍ୟ ଆଜି ବାଣିଜ୍ୟ ବ୍ୟବସାୟ, ପରିବହନ, ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ। ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
କର୍କଟ
କର୍କଟ
ଭାଗ୍ୟସ୍ଥାନରେ ରବି ଓ ବୃହସ୍ପତିଙ୍କ ସ୍ଥିତିରୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟଲାଭ କରିବେ। ଭ୍ରମଣ ସୁଯୋଗ, ସତ୍‌ସଙ୍ଗ, ଦୂରଯାତ୍ରା ଓ ବନ୍ଧୁମିଳନଜନିତ ମନ ଖୁସି ରହିବ। କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ ମାନସିକ ଦ୍ୱନ୍ଦ୍ୱ ଭିତରେ ସମୟ କଟାଇବେ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି ଓ ବିଶୃଙ୍ଖଳିତ ସ୍ବଭାବ ଯୋଗୁ ବିଚଳିତ ହୋଇପାରନ୍ତି।
ସି˚ହ
ସି˚ହ
ବ୍ୟୟାଧିପ କୋଣଭାବସ୍ଥ ଯୋଗୁ ପୂର୍ବାପେକ୍ଷା ପରିସ୍ଥିତି ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗିରହିବ। ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ। ବିଶେଷ ଭ୍ରମଣଜନିତ ସ୍ବାସ୍ଥ୍ୟ ବିଗିଡି ଯିବାର ଆଶଙ୍କା ରହିଛି।
କନ୍ୟା
ବୁଧ ଯୁକ୍ତ ଶନି ଯୋଗୁ ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ନ ପାଇ ବ୍ୟସ୍ତ ହେବେ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେବାର ସୂଚନା ରହିଛି। ସନ୍ଧ୍ୟା ସମୟରେ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିପାରନ୍ତି।
ତୁଳା
ତୁଳା
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ଅନ୍ୟମାନଙ୍କ ମନ ନେଇ ଯେତେ କାମ କଲେ ମଧ୍ୟ ସେମାନେ ଭୁଲ୍‌ ବୁଝିବେ। ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ମନ ବଳାଇବେ ଓ ବନ୍ଧୁମିଳନ ଘଟିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି। ଅବଶ୍ୟ ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।
ବିଛା
ବିଛା
ଅଷ୍ଟମାଧିପଯୁକ୍ତ ବୁଧ ହେତୁ ସ୍ବାସ୍ଥ୍ୟ ବିଗିଡିବା ସହ ବନ୍ଧୁମାନଙ୍କ ସହ ମତାନ୍ତର ସମ୍ଭାବନା ରହିଛି। କିନ୍ତୁ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଗୁରୁ ଓ ରବିଙ୍କ ସଂଯୋଗ ହେତୁ ଆଜି ଅର୍ଥଲାଭ ହେତୁ ମନ ମଧ୍ୟ ପ୍ରଫୁଲ୍ଲ ରହିବ। ଯେ କୌଣସି କ୍ଷେତ୍ର ହେଲେ ମଧ୍ୟ ବିଚାର ବିନା ବିଶ୍ୱାସ କଲେ ହଇରାଣରେ ପଡିପାରନ୍ତି। ରୋଗପୀଡ଼ା ଉପଶମ ହେତୁ ଖୁସି ରହିବେ। ଲେଖାପଢ଼ା ତଥା ପ୍ରକାଶନ, ପ୍ରଶାସନ, ଯୋଗାଯୋଗ କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
ସମବେଦନା ପୂର୍ବକ ମନରେ ଭାବାନ୍ତରଜନିତ କୌଣସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତାବୃଦ୍ଧି ପାଇବ। ଆଜିର ଯାତ୍ରା, ବାଣିଜ୍ୟ, ସ୍ତ୍ରୀ ସମ୍ପର୍କ, ବିବାଦୀୟ ଘଟଣା ନିର୍ମାଣ ଓ ପରିବହନରେ ସମସ୍ୟା ଦେଖାଦେଇପାରେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।
କୁମ୍ଭ
କୁମ୍ଭ
ଏକାଦଶସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ନୂତନ ଗୃହ, ଯାନବାହନ, ଧାତୁ ଅଳଙ୍କାର ପାଇଁ ମନ ବଳାଇବେ। ଦକ୍ଷତା ହେତୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ବ୍ୟବସାୟ ଓ ପରିବହନରେ ଉତ୍ତରଭାଦ୍ରପଦ ନକ୍ଷତ୍ର ପାଇଁ ସାମାନ୍ୟ ଝଟକା ଲାଗିପାରେ। ଆର୍ଥିକ ସମସ୍ୟା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତାରେ ମନ ଉଦ୍‌ବିଗ୍ନ ରହିବ।
ମୀନମୀନ
ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ରାହୁ ଯୁକ୍ତ ଶୁକ୍ର ଦ୍ୱିତୀୟସ୍ଥ ଯୋଗୁ ଚେଷ୍ଟା କରୁଥିବା କାର୍ଯ୍ୟହାନି ହେତୁ ଅନୁତାପ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri