Posted inRasifala

ରାଶିଫଳ: ରବିବାର, ମେ ୧୬ ତାରିଖ – Daily Horoscope

ମେଷ
ଆଜିର ସ୍ଥଗିତ କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ବାଣିଜ୍ୟ ଓ ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଧାର କରଜ ସୂତ୍ରରେ ଅର୍ଥସଂଗ୍ରହ କରିବାକୁ ବାଧ୍ୟ ହେବେ। ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ସଫଳତା ହାସଲ କରିପାରନ୍ତି।
ବୃଷ
ବୃଷ
ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ପ୍ରକାର ଚେଷ୍ଟା କରି ସଫଳତା ପାଇବେ। କ୍ରୋଧ ସମ୍ବରଣ ନ କରିପାରି କଡ଼ା କଥା କହିବା କାରଣରୁ ତାହା କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ। ନିକଟ ଅତୀତରେ ଯୁକ୍ତିତର୍କ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ। ବକେୟା ଅର୍ଥ ଆଦାୟ ଲାଗି ଅନ୍ୟର ସାହାଯ୍ୟ ନ ନେଲେ ସମସ୍ୟା ସୃଷ୍ଟିର ସମ୍ଭାବନା ରହିଛି।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ବାଧ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରଶାସନ ଓ ସଭାସମିତି କ୍ଷେତ୍ରରୁ ସଫଳତା ପାଇବେ। ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ପ୍ରତ୍ୟେକ ସମସ୍ୟାର ସମାଧାନ ହୋଇପାରିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡିବ। ପରିବାରରେ ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ। କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ।
ସି˚ହ
ସି˚ହ
ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡିପାରେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ରାଜନୀତିରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଉଦ୍ଦେଶ୍ୟମୂଳକ ଭାବରେ କରାଯାଇଥିବା ସ୍ଥାନାନ୍ତରର ସୂଚନା ପାଇ ହଡ଼ବଡ଼େଇଯିବେ। ପ୍ରତିବେଶୀଙ୍କ ସହ ସଂପର୍କ ମଧୁର ରହିବା ଏକ ପ୍ରକାର ହିତକର ହେବ। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ନିଜକୁ କେତେକ କଥା ସମ୍ଭାଳିବାକୁ ପଡ଼ିବ।
ତୁଳା
ତୁଳା
ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ନିର୍ବିଘ୍ନରେ ସମାପନ ହୋଇଯିବ। କୌଣସି କାମ ହାସଲ ପାଇଁ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବାକୁ ପଡ଼ିବ। ଲେଖାପଢ଼ା ତଥା ପ୍ରକାଶନ ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ଶୁଭଫଳ ପାଇବେ। ବିବାଦୀୟ ପରିସ୍ଥିତିରେ ପଡ଼ୋଶୀଙ୍କ କଥାରେ ଚିହ୍ନା ପଡ଼ନ୍ତୁ ନାହିଁ।
ବିଛା
ବିଛା
ଭାବ ପ୍ରବଣତାରେ ଭାସିଯାଇ ଏଣୁତେଣୁ ଗପିବା ସମସ୍ୟାର କାରଣ ହୋଇପାରେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ କରିବା ଠିକ୍‌ ହେବନାହିଁ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ଆନୁଷ୍ଠାନିକ କ୍ଷେତ୍ର କିମ୍ବା କଚେରି ମାମଲାରେ ସଫଳତା ଅବଶ୍ୟ ମିଳିବ।
ଧନୁ
ଧନୁ
ଆଜିର ଫେରିବା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହେବାରୁ ଉଚ୍ଚ ପଦାଧିକାରୀଙ୍କ ନିକଟରେ ଅଭିଯୋଗ କରିବାକୁ ପଡ଼ିପାରେ।
ମକର
ମକର
ସବୁ ସମୟରେ ନିଜ ପାଖରେ ରହୁଥିବା କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ। କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ରହିଥିବା ସମସ୍ୟା ବନ୍ଧୁଙ୍କ ଜରିଆରେ ସମାଧାନ ହୋଇଯିବ। ନିର୍ମାଣ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେଇପାରେ। ସହଯୋଗ ସକାଶେ ବନ୍ଧୁଙ୍କୁ କହିନପାରି ପରେ ଅନୁତାପ କରିପାରନ୍ତି।
କୁମ୍ଭ
କୁମ୍ଭ
ବିଭିନ୍ନ ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରିବେ। ପାରିବାରିକ ସୁଖ ସ୍ବାଚ୍ଛନ୍ଦ୍ୟ କାରଣରୁ କିମ୍ବା ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ସହକର୍ମୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଧାର କରଜ କରି କାମ ଚଳାଇ ନେବା ସାଙ୍ଗକୁ ଆକସ୍ମିକ ଭାବେ ବସ୍ତ୍ରଭୂଷଣ ଲାଭ କରିପାରନ୍ତି।
ମୀନମୀନ
ନୂତନ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ପାରସ୍ପରିକ ଆଲୋଚନାକ୍ରମେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ। ଭାବପ୍ରବଣ ବଶତଃ ବନ୍ଧୁଙ୍କ ସମ୍ମୁଖରେ କୌଣସି ଅପ୍ରକାଶ୍ୟ କଥା ପ୍ରକାଶ କରି ଅପଦସ୍ଥ ହୋଇପାରନ୍ତି। ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri