Posted inRasifala

ରାଶିଫଳ: ସୋମବାର, ମେ ୧୬ ତାରିଖ – Daily Horoscope

ମେଷ
ଆଜି ପାପଯୁକ୍ତ ଚନ୍ଦ୍ର ହେତୁ କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ କହି କରି ନ ପାରନ୍ତି। ବାଣିଜ୍ୟ ଓ ବ୍ୟବସାୟରେ ବାଧାପ୍ରାପ୍ତ ହୋଇପାରେ। ଧାର କରଜ ସୂତ୍ରରେ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ ହେବେ। ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ସଫଳତା ହାସଲ କରିପାରନ୍ତି।
ବୃଷ
ବୃଷ
ବୁଧାଦିତ୍ୟ ଯୋଗ ପ୍ରଭାବରେ ଅନ୍ୟମାନଙ୍କୁ ମନେଇବାକୁ ଚେଷ୍ଟା କରି ସଫଳତା ପାଇବେ । କ୍ରୋଧ ସମ୍ବରଣ ନ କରିପାରି କଡ଼ା କଥା କହିବା କାରଣରୁ ତାହା କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ। ବକେୟା ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି। ବନ୍ଧୁଙ୍କ ଆସିବା ବାଟକୁ ଚାହିଁରହି ବିରକ୍ତି ପ୍ରକାଶ କରିବେ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ । ଭ୍ରମଣ, ରାଜନୀତି, ପ୍ରଶାସନ ଓ ସଭାସମିତି କ୍ଷେତ୍ରରୁ ସଫଳତା ପାଇବେ। ବନ୍ଧୁମାନଙ୍କ ନିକଟରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଧ୍ୟୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ପ୍ରତ୍ୟେକ ସମସ୍ୟାର ସମାଧାନ ହୋଇପାରିବ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡ଼ିବ। ପରିବାରରେ ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ । କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ।
ସି˚ହ
ସି˚ହ
ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିପାରେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। ରାଜନୀତିରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଉଦ୍ଦେଶ୍ୟମୂଳକ ଭାବରେ କରାଯାଇଥିବା ସ୍ଥାନାନ୍ତରର ସୂଚନା ପାଇ ହଡ଼ବଡ଼େଇ ଯାଇପାରନ୍ତି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ଏକପ୍ରକାର ହିତକର ହେବ। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ନିଜକୁ କେତେକ କଥା ସମ୍ଭାଳିବାକୁ ପଡ଼ିପାରେ।
ତୁଳା
ତୁଳା
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହେବ। ତଥାପି ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ହଠାତ୍‌ କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ପରୋକ୍ଷ ଶତ୍ରୁତାର କାରଣ ହୋଇପାରେ । କୌଣସି କାମ ହାସଲ ପାଇଁ ଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବାକୁ ପଡ଼ିବ।
ବିଛା
ବିଛା
ଭାବ ପ୍ରବଣତାରେ ଭାସିଯାଇ ଏଣୁତେଣୁ ଗପିବା ସମସ୍ୟାର କାରଣ ହୋଇପାରେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ କରିବା ଠିକ୍‌ ହେବନାହିଁ ।
ଧନୁ
ଧନୁ
ଆଜିର ଫେରିବା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହେବାରୁ ଉଚ୍ଚ ପଦାଧିକାରୀଙ୍କ ନିକଟରେ ଅଭିଯୋଗ କରିବାକୁ ପଡିପାରେ ।
ମକର
ମକର
 ସବୁ ସମୟରେ ନିଜ ପାଖରେ ରହୁଥବା କୈାଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ । କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ରହିଥିବା ସମସ୍ୟା ବନ୍ଧୁଙ୍କ ଜରିଆରେ ସମାଧାନ ହୋଇଯିବ। ନିର୍ମାଣ କାର୍ଯ୍ୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ସ୍ବାସ୍ଥ୍ୟ ସମସ୍ୟା ଅବଶ୍ୟ ସମାଧାନ ହୋଇଯିବ ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପାରିବାରିକ ସୁଖ ସ୍ବାଚ୍ଛନ୍ଦ୍ୟ କାରଣରୁ କିମ୍ବା ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ସହକର୍ମୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଧାରକରଜ କରି ଆକସ୍ମିକ ଭାବେ ବସ୍ତ୍ରଭୂଷଣ ଲାଭ କରିପାରନ୍ତି।
ମୀନମୀନ
ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭାବପ୍ରବଣବଶତଃ ବନ୍ଧୁଙ୍କ ସମ୍ମୁଖରେ କୈାଣସି ଅପ୍ରକାଶ୍ୟ କଥା ପ୍ରକାଶ କରି ଅପଦସ୍ଥ ହୋଇପାରନ୍ତି। ବଡ଼ ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। କର୍ମ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବାର ଆଶା ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri