Posted inRasifala

ରାଶିଫଳ: ସୋମବାର, ମେ ୧୬ ତାରିଖ – Daily Horoscope

ମେଷ
ଆଜି ପାପଯୁକ୍ତ ଚନ୍ଦ୍ର ହେତୁ କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ କହି କରି ନ ପାରନ୍ତି। ବାଣିଜ୍ୟ ଓ ବ୍ୟବସାୟରେ ବାଧାପ୍ରାପ୍ତ ହୋଇପାରେ। ଧାର କରଜ ସୂତ୍ରରେ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ ହେବେ। ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ସଫଳତା ହାସଲ କରିପାରନ୍ତି।
ବୃଷ
ବୃଷ
ବୁଧାଦିତ୍ୟ ଯୋଗ ପ୍ରଭାବରେ ଅନ୍ୟମାନଙ୍କୁ ମନେଇବାକୁ ଚେଷ୍ଟା କରି ସଫଳତା ପାଇବେ । କ୍ରୋଧ ସମ୍ବରଣ ନ କରିପାରି କଡ଼ା କଥା କହିବା କାରଣରୁ ତାହା କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟି କରିପାରେ। ବକେୟା ଆଦାୟ ସକାଶେ ଅନ୍ୟର ସାହାଯ୍ୟ ନେବାର ସମ୍ଭାବନା ରହିଛି। ବନ୍ଧୁଙ୍କ ଆସିବା ବାଟକୁ ଚାହିଁରହି ବିରକ୍ତି ପ୍ରକାଶ କରିବେ ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ । ଭ୍ରମଣ, ରାଜନୀତି, ପ୍ରଶାସନ ଓ ସଭାସମିତି କ୍ଷେତ୍ରରୁ ସଫଳତା ପାଇବେ। ବନ୍ଧୁମାନଙ୍କ ନିକଟରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଧ୍ୟୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ପ୍ରତ୍ୟେକ ସମସ୍ୟାର ସମାଧାନ ହୋଇପାରିବ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ ସାଧାରଣ କଥାରୁ କଳହର ସମ୍ମୁଖୀନ ହେବାକୁ ପଡ଼ିବ। ପରିବାରରେ ଟିକିଏ ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟି କରିବ । କିଛି ପାଇବାର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ।
ସି˚ହ
ସି˚ହ
ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡ଼ିପାରେ। ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। ରାଜନୀତିରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଉଦ୍ଦେଶ୍ୟମୂଳକ ଭାବରେ କରାଯାଇଥିବା ସ୍ଥାନାନ୍ତରର ସୂଚନା ପାଇ ହଡ଼ବଡ଼େଇ ଯାଇପାରନ୍ତି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ଏକପ୍ରକାର ହିତକର ହେବ। ବନ୍ଧୁଙ୍କ ସ୍ବାସ୍ଥ୍ୟହାନି କାରଣରୁ ନିଜକୁ କେତେକ କଥା ସମ୍ଭାଳିବାକୁ ପଡ଼ିପାରେ।
ତୁଳା
ତୁଳା
ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହେବ। ତଥାପି ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ହଠାତ୍‌ କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହାକି ପରୋକ୍ଷ ଶତ୍ରୁତାର କାରଣ ହୋଇପାରେ । କୌଣସି କାମ ହାସଲ ପାଇଁ ଗୁଡ଼ିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବାକୁ ପଡ଼ିବ।
ବିଛା
ବିଛା
ଭାବ ପ୍ରବଣତାରେ ଭାସିଯାଇ ଏଣୁତେଣୁ ଗପିବା ସମସ୍ୟାର କାରଣ ହୋଇପାରେ। ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ କରିବା ଠିକ୍‌ ହେବନାହିଁ ।
ଧନୁ
ଧନୁ
ଆଜିର ଫେରିବା ରାସ୍ତାରେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହେବାରୁ ଉଚ୍ଚ ପଦାଧିକାରୀଙ୍କ ନିକଟରେ ଅଭିଯୋଗ କରିବାକୁ ପଡିପାରେ ।
ମକର
ମକର
 ସବୁ ସମୟରେ ନିଜ ପାଖରେ ରହୁଥବା କୈାଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ । କଳା ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ରହିଥିବା ସମସ୍ୟା ବନ୍ଧୁଙ୍କ ଜରିଆରେ ସମାଧାନ ହୋଇଯିବ। ନିର୍ମାଣ କାର୍ଯ୍ୟରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ସ୍ବାସ୍ଥ୍ୟ ସମସ୍ୟା ଅବଶ୍ୟ ସମାଧାନ ହୋଇଯିବ ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପାରିବାରିକ ସୁଖ ସ୍ବାଚ୍ଛନ୍ଦ୍ୟ କାରଣରୁ କିମ୍ବା ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। ସହକର୍ମୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ଧାରକରଜ କରି ଆକସ୍ମିକ ଭାବେ ବସ୍ତ୍ରଭୂଷଣ ଲାଭ କରିପାରନ୍ତି।
ମୀନମୀନ
ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭାବପ୍ରବଣବଶତଃ ବନ୍ଧୁଙ୍କ ସମ୍ମୁଖରେ କୈାଣସି ଅପ୍ରକାଶ୍ୟ କଥା ପ୍ରକାଶ କରି ଅପଦସ୍ଥ ହୋଇପାରନ୍ତି। ବଡ଼ ଭାଇଙ୍କ ସ୍ବାସ୍ଥ୍ୟ ଓ ସମ୍ପର୍କୀୟଙ୍କ ଅନୁଚିତ ଚିନ୍ତାଧାରା ମନକୁ ବ୍ୟଥିତ କରିପାରେ। କର୍ମ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବାର ଆଶା ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?