Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ।
ବୃଷ
ବୃଷ
ପଡ଼ୋଶୀ ସହଯୋଗର ହାତ ବଢ଼ାଇବା କାରଣରୁ ଆପଣଙ୍କର କୌଣସି କାମ ଅଟକିବ ନାହିଁ। କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ କଟୁସତ୍ୟ କହିବାରୁ ତିକ୍ତତା ସୃଷ୍ଟି ହୋଇପାରେ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କଳା, ସାହିତ୍ୟ, ରାଜନୀତି, ସଂଗଠନ,ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ। ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ। ନିଜର ପ୍ରିୟବନ୍ଧୁଙ୍କ ସ୍ବାସ୍ଥ୍ୟହାନି ହେତୁ ଦୁଃଖ ପ୍ରକାଶ କରିବେ।
ସି˚ହ
ସି˚ହ
ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବାରେ ସମର୍ଥ ହେବେ । ଅଫିସିଆଲି କାମ ପାଇଁ ଚିନ୍ତା କରନ୍ତୁ ନାହିଁ, ମଧ୍ୟାହ୍ନରେ ଟେନ୍‌ଶନ ଦୂର ହେବ। ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ।
କନ୍ୟା
ଆଜି କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରିବା ଭଲ ହେବ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରନ୍ତି। ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ସଭାସମିତିରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି। ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବାରୁ ବ୍ୟସ୍ତତା ବଢ଼ିଯାଇପାରେ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ।
ବିଛା
ବିଛା
ଅର୍ଥସମ୍ପର୍କ ଓ ସନ୍ତାନହେତୁକ ଦ୍ୱନ୍ଦ୍ୱ ଏବଂ ସମସ୍ୟା ମଧ୍ୟରେ ଅଶାନ୍ତି ଅନୁଭବ କରିବେ। ଦୀର୍ଘଦିନ ଅଟକି ରହିଥିବା କାମ ଆଜି ଆକସ୍ମିକ ହୋଇଯିବ। ଦୋକାନ, ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ। ନିଜ ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ଆଜି କୌଣସି ପରିଚିତଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଅଫିସରେ ସହକର୍ମୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାର୍ଯ୍ୟ ସାଧନ କରିବେ।
ମକର
ମକର
ଅଫିସ୍‌ରେ ହଠାତ୍‌ କୌଣସି ଖବର ପାଇ ବିଚଳିତ ହେବେ। ଉପରିସ୍ଥ ଅଧିକାରୀମାନେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ପୂର୍ବରାଗ ଶୁଝାଇବାକୁ ଯାଇ ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଚିନ୍ତାର କାରଣ ହେବ। ପରିବାରରେ ପିଲାମାନଙ୍କ ସମସ୍ୟା ନେଇ ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଯିବା ଆସିବା ସମୟରେ ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ କାମ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri