Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା ନ କଲେ ପରେ ଅନୁତାପ କରିବାକୁ ପଡ଼ିବ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ।
ବୃଷ
ବୃଷ
ପଡ଼ୋଶୀ ସହଯୋଗର ହାତ ବଢ଼ାଇବା କାରଣରୁ ଆପଣଙ୍କର କୌଣସି କାମ ଅଟକିବ ନାହିଁ। କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ। ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଘରୋଇ କ୍ଷେତ୍ରରେ ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ।
ମିଥୁନ
ମିଥୁନ
ନିଜ ସଂସ୍ପର୍ଶରେ ଆସୁଥିବା କୌଣସି ବ୍ୟକ୍ତିଙ୍କୁ କଟୁସତ୍ୟ କହିବାରୁ ତିକ୍ତତା ସୃଷ୍ଟି ହୋଇପାରେ। କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କଳା, ସାହିତ୍ୟ, ରାଜନୀତି, ସଂଗଠନ,ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍କଟ
କର୍କଟ
ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ। ସଭାସମିତିରେ ଜଣେ ପ୍ରତିଷ୍ଠାବାନ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି। କ୍ରୀଡ଼ା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ। ନିଜର ପ୍ରିୟବନ୍ଧୁଙ୍କ ସ୍ବାସ୍ଥ୍ୟହାନି ହେତୁ ଦୁଃଖ ପ୍ରକାଶ କରିବେ।
ସି˚ହ
ସି˚ହ
ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇ ପାରିବେ ନାହିଁ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବାରେ ସମର୍ଥ ହେବେ । ଅଫିସିଆଲି କାମ ପାଇଁ ଚିନ୍ତା କରନ୍ତୁ ନାହିଁ, ମଧ୍ୟାହ୍ନରେ ଟେନ୍‌ଶନ ଦୂର ହେବ। ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ।
କନ୍ୟା
ଆଜି କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରିବା ଭଲ ହେବ। ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରନ୍ତି। ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ସଭାସମିତିରେ କୌଣସି ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି।
ତୁଳା
ତୁଳା
ପ୍ରତିଶ୍ରୁତି ଦେଇଥିବା କୌଣସି ବନ୍ଧୁଙ୍କୁ ହଁ କରିପାରିବେନି କିମ୍ବା ନାହିଁ ମଧ୍ୟ କରି ପାରିବେନି। ଶତ୍ରୁଠାରୁ ଦୂରତା ରଖି କାମ କରିବା ଭଲ। ଫେରି ଯାଉଥିବା ବନ୍ଧୁଟି ବାଟରୁ ଲେଉଟି ଆସିବାରୁ ବ୍ୟସ୍ତତା ବଢ଼ିଯାଇପାରେ। ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ।
ବିଛା
ବିଛା
ଅର୍ଥସମ୍ପର୍କ ଓ ସନ୍ତାନହେତୁକ ଦ୍ୱନ୍ଦ୍ୱ ଏବଂ ସମସ୍ୟା ମଧ୍ୟରେ ଅଶାନ୍ତି ଅନୁଭବ କରିବେ। ଦୀର୍ଘଦିନ ଅଟକି ରହିଥିବା କାମ ଆଜି ଆକସ୍ମିକ ହୋଇଯିବ। ଦୋକାନ, ପରିବହନ, ଶିଳ୍ପ ଓ ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରି ସଫଳ ହେବେ। ନିଜ ପରିବାର ସଦସ୍ୟଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ଧନୁ
ଧନୁ
ଆଜି କୌଣସି ପରିଚିତଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ। ଅଫିସରେ ସହକର୍ମୀଙ୍କ ସହ ମିଷ୍ଟାଳାପରେ ମାତିରହିବେ। ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ ଓ କାର୍ଯ୍ୟ ସାଧନ କରିବେ।
ମକର
ମକର
ଅଫିସ୍‌ରେ ହଠାତ୍‌ କୌଣସି ଖବର ପାଇ ବିଚଳିତ ହେବେ। ଉପରିସ୍ଥ ଅଧିକାରୀମାନେ ଆପଣଙ୍କ ସହଯୋଗ ଲୋଡ଼ିପାରନ୍ତି। ପୂର୍ବରାଗ ଶୁଝାଇବାକୁ ଯାଇ ଶତ୍ରୁମାନେ ଚେଷ୍ଟା କଲେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢ଼ା ପ୍ରଭୃତିରୁ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ଆଜି ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। କଳା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
ମୀନମୀନ
କର୍ମ କ୍ଷେତ୍ରରେ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଚିନ୍ତାର କାରଣ ହେବ। ପରିବାରରେ ପିଲାମାନଙ୍କ ସମସ୍ୟା ନେଇ ମନ ଅସ୍ଥିର ରହିବ। କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଯିବା ଆସିବା ସମୟରେ ଅନ୍ୟମନସ୍କ ହେତୁ କୌଣସି ଭୁଲ୍‌ କାମ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?