Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କୁ ସାମାଜିକ ସ୍ତରରେ ସମ୍ମାନ, ବ୍ୟବସାୟରେ ଆର୍ଥିକ ଅଭିବୃଦ୍ଧି, ପାରିବାରିକ କ୍ଷେତ୍ରରେ ସୁଖସମୃଦ୍ଧି ପ୍ରାପ୍ତ ହେବ। ଉପସ୍ଥିତ ବୁଦ୍ଧି ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ବୃଷ
ବୃଷ
ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଟେନ୍‌ସନ ଲାଗି ରହିଲେ ମଧ୍ୟ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ। ପରିବହନ କ୍ଷେତ୍ରରେ ସାଧାରଣ କଥାରେ ଝଗଡ଼ାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସି ରହିବେ। ଛୋଟ କଥାକୁ କେନ୍ଦ୍ର କରି ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଘଟିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ସ୍ଥଗିତ କାମଟି ସୁରୁଖୁରୁରେ ସମ୍ପନ୍ନ ହେବାରୁ ଟେନସନ୍‌ କମିଯିବ। ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ସଭାସମିତିରେ ତର୍କ ବୃଦ୍ଧି କାରଣରୁ ଆଲୋଚନା ଅମୀମାଂସିତ ରହିପାରେ। ନିର୍ମାଣ କିମ୍ବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପନ୍ନ ହେବ ନାହିଁ।
ସି˚ହ
ସି˚ହ
ନିକଟସ୍ଥ ବ୍ୟକ୍ତିବିଶେଷଙ୍କ ସାହାଯ୍ୟ ସହଯୋଗରେ ସମସ୍ୟାର ସରଳ ସମାଧାନ ହୋଇଯିବ। ଆଜି ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମଗୁଡିକୁ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ପରିବାରରେ ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ।
କନ୍ୟା
ଖଳ ଲୋକଙ୍କ ଦ୍ୱାରା ପ୍ରାୟୋଜିତ କୌଣସି ଗୁଜବ ମନକୁ ଚହଲାଇ ଦେଇପାରେ। ପାରିବାରିକ ସ୍ତରରେ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ଆଶଙ୍କା ରହିଛି। ଉପର ଅଧିକାରୀ ଆପଣଙ୍କ ସହଯୋଗ ଆଶା କରିପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ଭଲ ଭଲ ଜିନିଷ କିଣିବା ସକାଶେ ମନ ବଳାଇବେ।
ତୁଳା
ତୁଳା
ଆଜି ଆକସ୍ମିକ ଭାବରେ ରାସ୍ତାରେ ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହୋଇପାରେ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତି ଅନୁଭବ କରିବେ।
ବିଛା
ବିଛା
ଠିକ୍‌ ସମୟରେ ସବୁ କାମ ସମ୍ପନ୍ନ ହେବାରୁ ମନ ଏକ ପ୍ରକାର ଖୁସି ହୋଇଯିବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ଦେଖିବେ ସବୁ ପ୍ରତିବନ୍ଧକ ଦୂରେଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ଧନୁ
ପୂର୍ବ ପରିକଳ୍ପିତ ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କିଛି ସମୟ ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପାରନ୍ତି। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମକର
ମକର
ଆଜି ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଭଲ, ଏପରିକି ଘରେ ଓ ବାହାରେ ସବୁଠି ଆଦର, ସମ୍ମାନ ପାଇବେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ସମ୍ପର୍କୀୟମାନେ ସାହାଯ୍ୟ, ସହଯୋଗରେ କୁଣ୍ଠାବୋଧ କରିବେ ନାହିଁ। ଅଟକି ରହିଥିବା କାମଗୁଡ଼ିକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆବଶ୍ୟକ ଅନୁଯାୟୀ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ଅନ୍ୟଥା ହରାଇବାକୁ ପଡିପାରେ। ଦୀର୍ଘଦିନରୁ ଲାଗିରହିଥିବା ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇବେ।
ମୀନମୀନ

ଆଜି ପରିବାରର ଅଶାନ୍ତ ପରିବେଶକୁ ସ୍ବାଭାବିକ କରିବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ। ଅର୍ଥ ଆଦାୟରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିବ ଏବଂ ସହଯୋଗ ନିରର୍ଥକ ମନେହେବ। ବ୍ୟବସାୟ ଟଙ୍କା କୌଣସି ଅନ୍ୟ ଉଦ୍ଦେଶ୍ୟରେ ବିନିଯୋଗ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri