Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କୁ ସାମାଜିକ ସ୍ତରରେ ସମ୍ମାନ, ବ୍ୟବସାୟରେ ଆର୍ଥିକ ଅଭିବୃଦ୍ଧି, ପାରିବାରିକ କ୍ଷେତ୍ରରେ ସୁଖସମୃଦ୍ଧି ପ୍ରାପ୍ତ ହେବ। ଉପସ୍ଥିତ ବୁଦ୍ଧି ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ବୃଷ
ବୃଷ
ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଟେନ୍‌ସନ ଲାଗି ରହିଲେ ମଧ୍ୟ ଅନ୍ୟମାନଙ୍କ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ ଏବଂ ଲାଭବାନ୍‌ ମଧ୍ୟ ହେବେ। ପରିବହନ କ୍ଷେତ୍ରରେ ସାଧାରଣ କଥାରେ ଝଗଡ଼ାର ଆଶଙ୍କା ରହିଛି।
ମିଥୁନ
ମିଥୁନ
ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବାରୁ ଖୁସି ରହିବେ। ଛୋଟ କଥାକୁ କେନ୍ଦ୍ର କରି ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଘଟିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜ ନିଜର କର୍ମକ୍ଷେତ୍ରରେ ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ।
କର୍କଟ
କର୍କଟ
ସ୍ଥଗିତ କାମଟି ସୁରୁଖୁରୁରେ ସମ୍ପନ୍ନ ହେବାରୁ ଟେନସନ୍‌ କମିଯିବ। ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିବେ। ସଭାସମିତିରେ ତର୍କ ବୃଦ୍ଧି କାରଣରୁ ଆଲୋଚନା ଅମୀମାଂସିତ ରହିପାରେ। ନିର୍ମାଣ କିମ୍ବା ଯୋଜନାଗୁଡିକ ଠିକ୍‌ଭାବେ ସମ୍ପନ୍ନ ହେବ ନାହିଁ।
ସି˚ହ
ସି˚ହ
ନିକଟସ୍ଥ ବ୍ୟକ୍ତିବିଶେଷଙ୍କ ସାହାଯ୍ୟ ସହଯୋଗରେ ସମସ୍ୟାର ସରଳ ସମାଧାନ ହୋଇଯିବ। ଆଜି ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମଗୁଡିକୁ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ପରିବାରରେ ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ।
କନ୍ୟା
ଖଳ ଲୋକଙ୍କ ଦ୍ୱାରା ପ୍ରାୟୋଜିତ କୌଣସି ଗୁଜବ ମନକୁ ଚହଲାଇ ଦେଇପାରେ। ପାରିବାରିକ ସ୍ତରରେ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ଆଶଙ୍କା ରହିଛି। ଉପର ଅଧିକାରୀ ଆପଣଙ୍କ ସହଯୋଗ ଆଶା କରିପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ଭଲ ଭଲ ଜିନିଷ କିଣିବା ସକାଶେ ମନ ବଳାଇବେ।
ତୁଳା
ତୁଳା
ଆଜି ଆକସ୍ମିକ ଭାବରେ ରାସ୍ତାରେ ଯିବା ସମୟରେ ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ହୋଇପାରେ। ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ଧର୍ମକାର୍ଯ୍ୟ କିମ୍ବା ସାଂସ୍କୃତିକ କାର୍ଯ୍ୟ ସକାଶେ ସତ୍‌ସଙ୍ଗୀଙ୍କ ପ୍ରେରଣା ମିଳିପାରେ। ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତି ଅନୁଭବ କରିବେ।
ବିଛା
ବିଛା
ଠିକ୍‌ ସମୟରେ ସବୁ କାମ ସମ୍ପନ୍ନ ହେବାରୁ ମନ ଏକ ପ୍ରକାର ଖୁସି ହୋଇଯିବ। ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ ଦେଖିବେ ସବୁ ପ୍ରତିବନ୍ଧକ ଦୂରେଇଯିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ, ସଭା ସମିତି ଓ ମନୋରଞ୍ଜନରେ ଆଗ୍ରହୀ ହେବେ।
ଧନୁ
ଧନୁ
ପୂର୍ବ ପରିକଳ୍ପିତ ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। କିଛି ସମୟ ପୂର୍ବରୁ ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପାରନ୍ତି। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି।
ମକର
ମକର
ଆଜି ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ଭଲ, ଏପରିକି ଘରେ ଓ ବାହାରେ ସବୁଠି ଆଦର, ସମ୍ମାନ ପାଇବେ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ। ସମ୍ପର୍କୀୟମାନେ ସାହାଯ୍ୟ, ସହଯୋଗରେ କୁଣ୍ଠାବୋଧ କରିବେ ନାହିଁ। ଅଟକି ରହିଥିବା କାମଗୁଡ଼ିକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଆବଶ୍ୟକ ଅନୁଯାୟୀ ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇପାରନ୍ତି। କର୍ମ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ, ଯାହାକି ପରିସ୍ଥିତିକୁ ବଦଳାଇଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ଅନ୍ୟଥା ହରାଇବାକୁ ପଡିପାରେ। ଦୀର୍ଘଦିନରୁ ଲାଗିରହିଥିବା ପୁରାତନ ରୋଗପୀଡ଼ାରୁ ବିଶେଷ କଷ୍ଟ ପାଇବେ।
ମୀନମୀନ

ଆଜି ପରିବାରର ଅଶାନ୍ତ ପରିବେଶକୁ ସ୍ବାଭାବିକ କରିବାରେ ବନ୍ଧୁଙ୍କ ଭୂମିକା ଅବିସ୍ମରଣୀୟ ରହିବ। ଅର୍ଥ ଆଦାୟରେ ସକ୍ଷମ ହେବେ ତଥାପି ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଜଟିଳ ଆଡ଼କୁ ଗତି କରିବ ଏବଂ ସହଯୋଗ ନିରର୍ଥକ ମନେହେବ। ବ୍ୟବସାୟ ଟଙ୍କା କୌଣସି ଅନ୍ୟ ଉଦ୍ଦେଶ୍ୟରେ ବିନିଯୋଗ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?