Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ
ଆଜିର ତୃତୀୟ ଚନ୍ଦ୍ର ଭାଗ୍ୟସ୍ଥାନକୁ ଦୃଷ୍ଟି ଦେଉଥିବାରୁ ସୌଭାଗ୍ୟପ୍ରଦ ରହିବ। ନୂଆ ନୂଆ କାମ ହାତକୁ ନେବେ, ଧାର୍ମିକ ବାତାବରଣ ଭିତରେ ରହିବେ। ଋଣ ପରିଶୋଧ, ରୋଗ ପାଇଁ ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚ କରିପାରନ୍ତି। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ, ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ।
ବୃଷ
ବୃଷ
ଚନ୍ଦ୍ରଙ୍କ ସ୍ଥିତିରୁ ଆପଣଙ୍କର ନମ୍ରତା ଓ ଶାଳୀନତାପୂର୍ଣ୍ଣ ବ୍ୟବହାର କାର୍ଯ୍ୟସିଦ୍ଧିରେ ସାହାଯ୍ୟ କରିବ। ଲୋକପ୍ରିୟତା ବୃଦ୍ଧି ସାଙ୍ଗକୁ ସ୍ଥଗିତ କାମ ସମ୍ପନ୍ନ କରିବାର ମଉକା ଜୁଟିବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, କଳା ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ମନ୍ଦ ହେବନି। ସହକର୍ମୀ କିମ୍ବା ବନ୍ଧୁଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି।
ମିଥୁନ
ମିଥୁନ
ଅନ୍ୟମନସ୍କତା କାରଣରୁ କିମ୍ବା ଭୁଲ ହିସାବରୁ, ଅଲଗା ସ୍ଥାନରେ ରଖିଦେଇଥିବା ଟଙ୍କା, ସୁନା ପ୍ରଭୃତି ସକାଶେ ବ୍ୟସ୍ତତା ବଢ଼ିଯିବ। କର୍ମକ୍ଷେତ୍ର ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ।
କର୍କଟ
କର୍କଟ
ରାହୁଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଅନୁକମ୍ପା, ଅଧସ୍ତନଙ୍କ ସୌହାର୍ଦ୍ଦ୍ୟଜନିତ ମାନସିକ ସ୍ଥିତି ଭଲ ରହିବ। ନୂତନ କର୍ମାରମ୍ଭ ସକାଶେ ଯୋଜନା କରିବାକୁ ମନସ୍ଥ କରିବେ। ଈର୍ଷାପରାୟଣ ମନୋବୃତ୍ତି ହେତୁ ବନ୍ଧୁଙ୍କ ଆଚରଣ ସନ୍ଦେହ ସୃଷ୍ଟି କରିପାରେ। ସନ୍ତାନ ହେତୁକ ଶିକ୍ଷା କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବାକୁ ପଡ଼ିପାରେ।
ସି˚ହ
ସି˚ହ
ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ସୁଖ, ଶାନ୍ତିରେ ନ ରଖାଇଦେଲା ଭଳି ଅନୁଭବ ଆସିପାରେ। କେତୁଙ୍କ ପ୍ରଭାବରୁ ପରିବହନ, ପ୍ଲଟିଂ କାରବାର, ନିର୍ମାଣାଧୀନ କାମକ୍ଷେତ୍ରରେ ବାଧା ଉପୁଜିବ। ରାଜନୈତିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବାଣିଜ୍ୟ, ଦୂରଯାତ୍ରା ପାଇଁ ଦିନଟି ବହୁତ ଭଲ।
କନ୍ୟା
ଗୁରୁ ଦୃଷ୍ଟିରେ ତିନୋଟି ଗ୍ରହ ଯୋଗୁ ଆଜି ଯାହା ଯେମିତି ଚାହୁଁଛନ୍ତି, ତାହା ପାଇବାରେ ଅସୁବିଧା ରହିବ ନାହିଁ । ବିବାଦୀୟ ଘଟଣାରେ ପ୍ରତିବାଦୀ ହାର ମାନିବେ ଓ ମାଲିମକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ। ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ। ଅପରାହ୍ନରେ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ପାପଗ୍ରହଯୁ୍‌କ୍ତ ଓ ଦୃଷ୍ଟିଜନିତ ଶାରୀରିକ ସୁସ୍ଥତା ପୂର୍ଣ୍ଣତଃ ରହିନପାରେ। କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। ଅର୍ଥବଳର ସାହାଯ୍ୟ ନେଇ ନିଜର କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡିବେ ନାହିଁ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ସ୍ବଗୃହଦୃଷ୍ଟ ମଙ୍ଗଳ ପ୍ରଭାବରେ ଚେଷ୍ଟା କରୁଥିବା କାମରେ ସଫଳତା କାରଣରୁ ଆନନ୍ଦ ଅନୁଭବ କରିବେ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବିଜୟୀ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରି ସଫଳତା ହାସଲ କରିବେ। କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ଆଜି ଭଲ କାମ କଲେ ମଧ୍ୟ ଓଲଟା ଫଳ ପାଇବେ। ଚନ୍ଦ୍ର ପ୍ରଭାବରେ ପିଲାମାନଙ୍କ ବିବାହ ସମ୍ପର୍କୀୟ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ, କିନ୍ତୁ ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପାରିବାରିକ, ପରିବହନ, ଛୋଟ ଦୋକାନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ଶନିଜନିତ କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା ନେଇ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ଦୂର ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। କୌଣସି ସମ୍ଭାବ୍ୟ ଅସୁବିଧାର କଳ୍ପନା କରି ଆକସ୍ମିକ ଯାତ୍ରା ସ୍ଥଗିତ ରହିପାରେ।
କୁମ୍ଭ
କୁମ୍ଭ
ଆଜିର ଗ୍ରହସ୍ଥିତିଜନିତ ମାନସିକ ଅସୁସ୍ଥତା ଶାରୀରିକ ସୁସ୍ଥତାକୁ ପ୍ରତିହତ କରିବ। ପାରିବାରିକ କ୍ଷେତ୍ରରେ ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ, ତଥାପି ଯେତିକି ଆଶା କରୁଥିଲେ ନ ହେବାରୁ ଦୁଃଖିତ ହେବେ। ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।
ମୀନମୀନ
ବୃହସ୍ପତି ପ୍ରଭାବରେ ବନ୍ଧୁଙ୍କ ସାହାଯ୍ୟ, ସହାନୁଭୂତି ମାଧ୍ୟମରେ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ନ ଥିଲେ ମଧ୍ୟ ବିଶେଷ ମନ୍ଦ ହେବନାହିଁ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। କିନ୍ତୁ କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?