Posted inRasifala

ରାଶିଫଳ: ବୁଧବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ
ଆଜିର ରାହୁଯୁକ୍ତ ଦ୍ୱାଦଶ ଚନ୍ଦ୍ର ଆପଣଙ୍କ ମନରେ ଅସ୍ଥିରତା ସୃଷ୍ଟି କରିବ। ଋଣ ପରିଶୋଧ, ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚାନ୍ତ କରାଇବ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ। ବାସସ୍ଥାନ ନିକଟରେ ରହୁଥିବା ନିଜ ଲୋକମାନଙ୍କ ଦ୍ୱାରା କେତେକ ସୁବିଧା ପାଇବେ।
ବୃଷ
ବୃଷ
କୋଣସ୍ଥାନ ପାପଗ୍ରହ ଦୃଷ୍ଟି କାରଣରୁ ଭୁଲ୍‌ ବୁଝାମଣାରୁ ପାରିବାରିକ ଅଶାନ୍ତି ଲାଗି ରହିପାରେ। କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ, କିନ୍ତୁ ସମ୍ପୂର୍ଣ୍ଣ ଭାବରେ ସନ୍ତୋଷଜନକ ହେବନାହିଁ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ ଓ ସାମ୍ବାଦିକତା କ୍ଷେତ୍ର ମନ୍ଦ ହେବନି। ସହକର୍ମୀ କିମ୍ବା ବନ୍ଧୁଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି।
ମିଥୁନ
ମିଥୁନ
ରାଶିରେ ମଙ୍ଗଳ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସହମତିରେ କାମ କଲେ ସଫଳତା ପାଇପାରନ୍ତି। ଅଫିସ୍‌ କାମରେ ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ସଭାସମିତି, ଜମିଜମା କ୍ଷେତ୍ରରେ ଉନ୍ନତ ଫଳ ପାଇବେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟରୁ ମନ ଖୁସି ହୋଇଯିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ଅଧସ୍ତନଙ୍କ ସୌହାର୍ଦ୍ଦ୍ୟଜନିତ ମାନସିକ ସ୍ଥିତି ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରେ କେତେକ କର୍ମାରମ୍ଭ ସକାଶେ ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ଆଚରଣ ସନ୍ଦେହ ସୃୃଷ୍ଟି କରିପାରେ। ସନ୍ତାନ ହେତୁକ ଶିକ୍ଷା କ୍ଷେତ୍ରରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହେବେ।
ସି˚ହ
ସି˚ହ
ଅଷ୍ଟମସ୍ଥ ପାପଗ୍ରହ ଯୋଗୁ ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ତାହା ସହଜରେ କରାଇ ଦେବନାହିଁ। ପରିବହନ, ପ୍ଲଟିଙ୍ଗ କାରବାର, ନିର୍ମାଣାଧୀନ କାମକ୍ଷେତ୍ରରେ ବାଧା ଉପୁଜିବ। ପାରିବାରିକ ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହି ନ ପାରେ। ଗଠନମୂଳକ କାର୍ଯ୍ୟର ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ।
କନ୍ୟା
ଭାଗ୍ୟସ୍ଥ ଗୁରୁଙ୍କ ଯୋଗୁ ଆଜି ଯାହା ଯେମିତି ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ହେବନାହିଁ। ଯୁକ୍ତିଯୁକ୍ତ କଥାରେ ପ୍ରତିବାଦୀ ହାର ମାନିବେ ଓ ମାଲିମକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯାଇପାରେ। ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ। କଠିନ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ତୁଳା
ତୁଳା
ବୁଧଙ୍କ ପ୍ରଭାବରେ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କର୍ମକ୍ଷେତ୍ରରେ କାଳ କ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। ନିଜ କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏ ଛାଡ଼ିବେ ନାହିଁ। ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ଆଜିର ଯାତ୍ରା ଶୁଭପ୍ରଦ ହେବ।
ବିଛା
ବିଛା
ସପ୍ତମାଧିପ ରାଶିରେ ଥିବାରୁ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବିଜୟୀ ହେବାର ସୂଚନା ରହିଛି। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। କିନ୍ତୁ ରଚନାମତ୍କ କାର୍ଯ୍ୟ ଧିମେଇ ଯାଇପାରେ।
ଧନୁ
ଧନୁ
ଷଷ୍ଠସ୍ଥ ଗୁରୁ ହେତୁ ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡ଼ିବେ। ଧନହାନି ସଙ୍ଗକୁ ଅପଦସ୍ଥ ହେବାର ଆଶଙ୍କା ରହିଛି। ପିଲାଙ୍କ ବିବାହ ସମ୍ପର୍କୀୟ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ। ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବଢ଼ିବ। ପରିବହନ, ହୋଟେଲ ପ୍ରଭୃତିରୁ ଆଶାଜନକ ସୁଫଳ ମିଳିବ।
ମକର
ମକର
ଚନ୍ଦ୍ରଯୁକ୍ତ ରାହୁ ଯୋଗୁ ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖାଦେବ। ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ ଅସୁବିଧା ହେବ ନାହିଁ। ପରିବାର ସକାଶେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। କୌଣସି ସମ୍ଭାବ୍ୟ ଅସୁବିଧାର କଳ୍ପନା କରି ଆକସ୍ମିକ ଯାତ୍ରା ସ୍ଥଗିତ ରହିପାରେ।
କୁମ୍ଭ
କୁମ୍ଭ
ସ୍ବଗୃହୀ ଶନି ହେତୁ ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ତଥାପି ଯେତିକି ଆଶା କରୁଥିଲେ ନ ହେବାରୁ ଦୁଃଖିତ ହୋଇପାରନ୍ତି। ଆଗାମୀ ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ମହିଳାଙ୍କ ସକାଶେ ଦିନଟି ବହୁତ ଭଲରେ କଟିବ।
ମୀନମୀନ

ତୃତୀୟସ୍ଥ ବୃହସ୍ପତିଜନିତ ବନ୍ଧୁମାନଙ୍କ ସାହାଯ୍ୟ, ସହାନୁଭୂତି ମାଧ୍ୟମରେ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବ। ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ଭଲ ନ ଥିଲେ ମଧ୍ୟ ବିଶେଷ ମନ୍ଦ ହେବନାହିଁ। କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ଦାୟିତ୍ୱ ନେଇଥିବା କାମଟିକୁ ଅବହେଳା କରି ଅନୁତାପ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri