Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ଅଗ୍ରାଧିକାରଭିତ୍ତିରେ କରିବାକୁ ମନସ୍ଥ କରିବେ। ପାରିବାରିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ କେତେକ ଦୁଶ୍ଚିନ୍ତା ମାନସିକ ସ୍ଥିତିକୁ ଗମ୍ଭୀର କରିପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରି କୃତକାର୍ଯ୍ୟ ହେବେ। ଘରମାଲିକଙ୍କ ସହ ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ।
ବୃଷ
ବୃଷ
ଅର୍ଥ ଓ ସମ୍ମାନ ମିଳିବା ଦିଗରେ ବିଶେଷ ଲବି କରିବାକୁ ପଡିପାରେ। କଷ୍ଟ ସ୍ବୀକାର ଅପ୍ରିୟ ସତ୍ୟ ଭାଷଣ ଆଜିର କର୍ମକ୍ଷେତ୍ରରେ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହେବ। ରାଜନୈତିକ କ୍ଷେତ୍ରରେ ସାଂଗଠନିକ କାର୍ଯ୍ୟ ସକାଶେ ତପତ୍ରତା ବଢିପାରେ। ସାହିତ୍ୟ, ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରୁ ସୁନାମ ଅର୍ଜନ କରିପାରିବେ।
ମିଥୁନ
ମିଥୁନ
ଆପଣ ମନେ ମନେ ଚିନ୍ତା କରିଥିବା କାମଗୁଡିକ ଆଜି ବାସ୍ତବରେ ଓଲଟା ହୋଇପାରେ। ବନ୍ଧୁମାନଙ୍କ ମେଳରେ ଆଜିର ମନୋରନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ହେବ। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଅଫିସ୍‌ କାମର କେତେକ ଘଟଣାର ବିବରଣୀ ସମୂହ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଟଙ୍କା ଆଣିପାରନ୍ତି। ବାଣିଜ୍ୟ,ବ୍ୟବସାୟରେ ଉନ୍ନତି ଘଟିବା ସହ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ପୁଷ୍ୟା ନକ୍ଷତ୍ର ଜିଦ୍‌ଖୋର ଯୋଗୁଁ ହଇରାଣ ହୋଇପାରନ୍ତି।
ସି˚ହ
ସି˚ହ
ବିଭିନ୍ନ ସମସ୍ୟା ମଧ୍ୟରେ କୈାଣସି ନିଶ୍ଚିତ କାର୍ଯ୍ୟପନ୍ଥା ଗ୍ରହଣ କରିପାରିବେ ନାହିଁ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ଥି ଲାଭ କରିବେ। ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
କନ୍ୟା
କାମ ହାସଲ ସକାଶେ ଅନ୍ୟମାନଙ୍କର ସହମତିକକୁ ଗୁରୁତ୍ୱ ଦେବେ। କିନ୍ତୁ ଚିତ୍ରା ନକ୍ଷତ୍ରର କାର୍ଯ୍ୟ ଗୁଡିକ ମଧ୍ୟ ଠିକ୍‌ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ। ପରିବାର ସକାଶେ ଯେତେ ଭଲ କାମ କଲେ ମଧ୍ୟ ଟିକିଏ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହେବେ। ଅର୍ଥ ସଂକଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ଅଟକି ରହିଯିବ।
ତୁଳା
ତୁଳା
ଲୋକସମ୍ପର୍କ ନ ଥିବାରୁ ଆବଶ୍ୟକ ସମୟରେ ପରିସରସ୍ଥ ଲୋକଙ୍କ ସହଯୋଗ ପାଇବେ ନାହିଁ। ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ। ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ଦେଖାଯିବ, ଫଳରେ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। ଆନୁଷ୍ଠାନିକ କାମରେ ଯୋଗଦେବା ସକାଶେ ନିମନ୍ତ୍ରୀତ ହୋଇପାରନ୍ତି।
ବିଛା
ବିଛା
କର୍ମକ୍ଷେତ୍ରରେ ଦୁଃସାହାସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଦୀର୍ଘଦିନରୁ ଅପେକ୍ଷା କରିଥିବା କାମ ସମ୍ପର୍କରେ କିଛି ଆଶା ଜନକ ଖବର ପାଇ ସାମୟିକ ଖୁସି ହୋଇଯିବେ। ବନ୍ଧୁ ମାନଙ୍କ ସହ ଆଳାପ ଆଲୋଚନାରେ ଅଧିକ ସମୟ କଟିବ। ସଂଗଠନ, ରାଜନୀତି, ପ୍ରଶାସନ ପାଇଁ ଆଜି ଦିନଟି ବହୁତ ଭଲ।
ଧନୁ
ଧନୁ
ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଜିର ଦୂରଯାତ୍ରା ସଫଳ ହେବ ଓ ଆଶା ମଧ୍ୟ ପୂରଣ ହେବାର ସୂଚନା ରହିଛି। ଅଭାବ ନଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଅସ୍ଥିରତାହିଁ ମାନସିକ ଅଶାନ୍ତିର କାରଣ ହୋଇପାରେ।
ମକର
ମକର
ଅଟକି ରହିଥିବା କାମଗୁଡିକ ହାସଲ ହେବା କାରଣରୁ ମାନସିକ ସ୍ଥିତି ଏକ ପ୍ରକାର ଭଲ ରହିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ,ନତୁବା ଅଦଳ ବଦଳ ହୋଇ ଯାଇପାରେ। ବନ୍ଧୁଙ୍କ ଫେରିବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବାର ଆଶଙ୍କା ଦେଖାଦେଇପାରେ। ଆର୍ଥିକ ଦୁଃସ୍ଥିତି ଚିନ୍ତା ଜନକ ପରିଣାମ ସୃଷ୍ଟି କରିବାର ଶଙ୍କା ଉପୁଜିବ। ବ୍ୟବସାୟ କ୍ଷେତ୍ର ଗତାନୁଗତିକ ରୀତିରେ ଗଡି ଚାଲିବ।
ମୀନମୀନ
କୈାଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧି ହୋଇପାରନ୍ତି। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri