Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ
ଆଜି ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥ ଓ ସମ୍ମାନ ପାଇବା ସହ ଯାତ୍ରାରେ ଲକ୍ଷ୍ୟପୂରଣ ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ନେବାକୁ ଚିନ୍ତା କରିବେ। ଅର୍ଥ ଅଭାବରୁ ଜମି ବିକ୍ରି ପାଇଁ ଯୋଜନା କରିପାରନ୍ତି।
ବୃଷ
ବୃଷ
ମୁଖଭାବରେ ମଙ୍ଗଳ ଥିବାରୁ କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହେବ। ରାଜନୈତିକ କ୍ଷେତ୍ରରେ ସାଂଗଠନିକ କାର୍ଯ୍ୟ ସକାଶେ ତପତ୍ରତା ବଢିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସାହିତ୍ୟ, ଚର୍ଚ୍ଚା ଓ ସାମ୍ବାଦିକତା କ୍ଷେତ୍ରରୁ ସୁନାମ ଅର୍ଜନ କରିପାରନ୍ତି।
ମିଥୁନ
ମିଥୁନ
ଭାଗ୍ୟାଧିପତି ଶନିଯୁକ୍ତ ହେତୁ ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଗୁଡିକ ବାସ୍ତବତାରେ ପରିଣତ ହେବ। ବନ୍ଧୁ ମେଳରେ ଆଜିର ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରୀତିପ୍ରଦ ରହିବ। କଳା, ସାହିତ୍ୟ ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଅଫିସ୍‌ କାମର କେତେକ ଘଟଣାର ବିବରଣୀ ଜାଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହୋଇପାରନ୍ତି।
କର୍କଟ
କର୍କଟ
ବୁଧଙ୍କ ପ୍ରତି ଶନିଦୃଷ୍ଟିଜନିତ କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଆସିପାରେ। ପରିବାରର ଆବଶ୍ୟକତା ପୂରଣ କରିବା ଦିଗରେ ଋଣ ସୂତ୍ରରେ ଅର୍ଥ ଆଣିପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ଲାଗି ରହିବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି। ସାହିତ୍ୟ, କଳା, କ୍ରୀଡା, ସଙ୍ଗୀତ, ନୃତ୍ୟ ପ୍ରଭୃତି ସହ ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ବୁଧାଦିତ୍ୟ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ପ୍ରତିଷ୍ଠାର୍ଜନ କରିବେ। ଯାତ୍ରା, ବିବାଦର ସମାଧାନ ସାଙ୍ଗକୁ ବାଣିଜ୍ୟ, ବ୍ୟବସାୟ, ଶିଳ୍ପ ଓ ଏଜେନଶିପ୍‌ରୁ ଖୁସି ରହିବେ। ଆଜି ଆନୁଷ୍ଠାନିକ କାର୍ଯ୍ୟାରମ୍ଭ ସହ ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅର୍ଥ ଅଭାବ ଥିଲେ ମଧ୍ୟ ତାହାକୁ ବନ୍ଧୁଙ୍କ ସାହାଯ୍ୟକ୍ରମେ ସୁଧାରି ନେଇ ପାରିବେ।
କନ୍ୟା
ଶୁକ୍ର କବନ୍ଧଗ୍ରହ କେତୁ ଯୁକ୍ତ ହେତୁ ବାରମ୍ବାର ଧୋକା ଖାଇ ଓ ସମସ୍ୟା ମଧ୍ୟରେ ଚଳିବେ। ହାତକୁ ନେଇଥିବା କାର୍ଯ୍ୟ ଠିକ୍‌ ସମୟରେ ସମ୍ପନ୍ନ କଷ୍ଟକର ହେବ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ସାହାଯ୍ୟ କରିବେ। ତଥାପି ଚିତ୍ରାନକ୍ଷତ୍ର ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡି ସମାଲୋଚିତ ହୋଇପାରନ୍ତି।
ତୁଳା
ତୁଳା
ପାପଗ୍ରହ ପ୍ରଭାବରେ ଯେତେ ଉପାୟ ଅବଲମ୍ବନ କଲେ ମଧ୍ୟ କାର୍ଯ୍ୟ ହାସଲ ଦୁରୂହ ହୋଇପଡିବ। ପଡୋଶୀଙ୍କ ନିକଟରୁ କୌଣସି ଖବର ପାଇ ବିସ୍ମିତ ହେବେ। ଦୀର୍ଘଦିନାନ୍ତେ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିଙ୍କ କ୍ଷେତ୍ରରୁ ଉପକୃତ ହେବେ। ସ୍ବାସ୍ଥ୍ୟରେ ଉନ୍ନତି ଦେଖାଯିବା ଫଳରେ ଟେନସନ୍‌ କିଛି ମାତ୍ରାରେ କମି ଯାଇପାରେ।
ବିଛା
ବିଛା
ଭାଗ୍ୟାଧିପତିଙ୍କ ଭାଗ୍ୟସ୍ଥାନ ଦୃଷ୍ଟିଜନିତ ଅପେକ୍ଷା କରିଥିବା କାମ ସମ୍ପର୍କରେ ଆଶାଜନକ ଖବର ପାଇ ଖୁସି ହୋଇଯିବେ। ଆଜି ବନ୍ଧୁଙ୍କ ସହ ଆଳାପରେ ସମୟ କଟିବ। ସାହିତ୍ୟଚର୍ଚ୍ଚା, ସାମ୍ବାଦିକତା, ରାଜନୀତି, ପ୍ରଶାସନ ପାଇଁ ଦିନଟି ଭଲ। ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ବଢିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେନାହିଁ।
ଧନୁ
ଧନୁ
ଚନ୍ଦ୍ରଙ୍କ ସୁପ୍ରଭାବରେ ନମ୍ରତା ଓ ବିନୟପୂର୍ଣ୍ଣ ବାକ୍ୟାଳାପରେ ବିଶିଷ୍ଟବ୍ୟକ୍ତିଙ୍କ ପୃଷ୍ଠପୋଷକତା ଲାଭକରିବେ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ଆଜିର ଦୂରଯାତ୍ରା ମଧ୍ୟ ସଫଳ ହେବ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ହିଁ ମାନସିକ ଅଶାନ୍ତିର କାରଣ ହେବ। ପ୍ରିୟଜନଙ୍କ ସହ ତୀର୍ଥାଟନର ସୁଯୋଗ ଲଭିବେ।
ମକର
ମକର
ସପ୍ତମାଧିପ ରାଶିରେ ଥିବାରୁ ବହୁତ ଦିନରୁ ଚେଷ୍ଟା ଚଳାଇଥିବା କାମଟି ହାସଲ କରିବେ। ଯେଉଁଥିରେ ହାତଦେବେ ସେଥିରେ ନିଶ୍ଚିତ ସଫଳତା ଲାଭ କରିବେ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଅଦଳ ବଦଳ ହୋଇଯାଇପାରେ। ବନ୍ଧୁଙ୍କ ଫେରିବାର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ରାଶ୍ୟାଧିପତି ରାଶିସ୍ଥ ଯୋଗୁ ଅଫିସରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ଶିଳ୍ପ, ବାଣିଜ୍ୟ, ପରିବହନରେ ସଫଳତା ହାସଲ କରିବେ। ଆର୍ଥିକ ଦୁଃସ୍ଥିତି ଚିନ୍ତା ଜନକ ପରିଣାମ ସୃଷ୍ଟି କରିବାର ଆଶଙ୍କା ରହିଛି। ଆତ୍ମୀୟସ୍ବଜନଙ୍କ ପରୋକ୍ଷ ଶତ୍ରୁତା ମନୋଭାବକୁ ଲକ୍ଷ୍ୟକରି ମାନସିକ ସ୍ତରରେ ଯନ୍ତ୍ରଣା ଅନୁଭବ କରିବେ।
ମୀନମୀନ

ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଦୂରଯାତ୍ରାର ସୁଯୋଗ ପାଇବେ। ଗୁରୁଙ୍କ କୃପାରୁ ଆନୁଷ୍ଠାନିକ କାମରେ ବନ୍ଧୁମିଳନ ଜନିତ ଆନନ୍ଦ ଅନୁଭବ କରିବେ। ଦୀର୍ଘ ପଥ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ପରିବାର ଖର୍ଚ୍ଚଭାରର ଆଧିକ୍ୟ,ପୁରାତନ ରୋଗର ପୀଡ଼ା ଏବଂ ପୂର୍ବ ଶତ୍ରୁତାରୁ ଚିନ୍ତିତ ରହିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ପ୍ରତିଟି ସମସ୍ୟାକୁ ସୁଧାରି ନେବାରେ ଅସୁବିଧା ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ କାରଣରୁ ସ୍ବାସ୍ଥ୍ୟ ଭଲ ରହିବା ସହ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ ହେବ। ଅସହିଷ୍ଣୁ ମନୋଭାବରୁ ଟିକିଏ କଥାରେ ବନ୍ଧୁଙ୍କ ସହ କଳହ ଲାଗିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri