Posted inRasifala

ରାଶିଫଳ: ଶନିବାର, ଏପ୍ରିଲ୍‌ ୧୭ ତାରିଖ – Daily Horoscope

ମେଷ
ଆଜି ତୃତୀୟସ୍ଥ ମଙ୍ଗଳଙ୍କ ପ୍ରଭାବରୁ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟ ସମ୍ପନ୍ନ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍‌ କାମରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ବୃଷ
ବୃଷ
ବିଳାସସ୍ଥାନରେ ଶୁକ୍ର ଅବସ୍ଥାନ କରିଥିବାରୁ ମନ ଖୁସି ରହିବ। ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ଅଦାଲତ ସମ୍ବନ୍ଧୀୟ କାର୍ଯ୍ୟରେ ସୁଫଳ ପ୍ରଦାନ କରିବେ। ନିଜ କାମ ପଛକୁ ପକାଇ ପଡ଼ୋଶୀଙ୍କ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହେବେ। ଘର ତିଆରି, ଯାନ ମରାମତି, ଦୋକାନ ପ୍ରଭୃତି କାମରେ ଟେନସନ୍‌ କିଛି ମାତ୍ରାରେ ଲାଗିରହିବ।
ମିଥୁନ
ମିଥୁନ
ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ବୈଷୟିକ ସୁଖ, ସମୃଦ୍ଧି, ମାନସିକ ଶାନ୍ତି ପ୍ରଦାନରେ ସହାୟକ ହେବ। ଘର, ଜମିଜମା, ପୁରୁଣା ଗାଡ଼ି କିଣିବା କିମ୍ବା ବିକିବା ସକାଶେ ମନ ବଳାଇବେ। ପରିବାର କିମ୍ବା ବନ୍ଧୁଙ୍କ ମଧ୍ୟରେ ଆଲୋଚନା ଫଳପ୍ରଦ ହୋଇ ନ ପାରେ। ଆଜି ଆଗାମୀ ମାଙ୍ଗଳିକ କାମ ପାଇଁ ଆଲୋଚନା କରିବା ମନ୍ଦ ହେବନି।
କର୍କଟ
କର୍କଟ
ଦୁଃସ୍ଥାନସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ସଙ୍ଗକୁ ବନ୍ଧୁବର୍ଗଙ୍କ ସମାଲୋଚନାରୁ ଶାନ୍ତି ଭଗ୍ନ ହୋଇପାରେ। ବିବାଦୀୟ ଘଟଣାରେ କଚେରି ମାମଲା ମନ୍ଥର ହେବା କାରଣରୁ ଚିନ୍ତା କରିପାରନ୍ତି। ପରିବାରରେ ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ। କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କଠାରୁ ଶୁଭ ସୂଚନା ପାଇବେ।
ସି˚ହ
ସି˚ହ
ଚତୁର୍ଥଭାବରେ କେତୁ ଅବସ୍ଥାନ କରିଥିବାରୁ ଅସ୍ବସ୍ତିକର ପାରିପାର୍ଶ୍ୱିକ ପରିସ୍ଥିତି ମାନସିକ ଅସୁସ୍ଥତାର କାରଣ ହେବ। ବାଣିଜ୍ୟ, ପରିବହନ, ଜମିଜମା, ନିର୍ମାଣ କ୍ଷେତ୍ରରୁ ଲାଭ ପାଇବେ। ପ୍ରତ୍ୟେକ କ୍ଷେତ୍ରରେ ପର ଉପରେ ନିର୍ଭର କରିବାରୁ କେତେକ ବ୍ୟତିକ୍ରମ ଦେଖା ଦେଇ ପାରେ। ମନରେ ଦୁଃଖ ଭରି ରହିଥିଲେ ମଧ୍ୟ କାମରେ ହେଳା କରିବେ ନାହିଁ।
କନ୍ୟା
ଆଜି ଯାହା ଚାହୁଁଛନ୍ତି ତାହା ତ ନିଶ୍ଚିତ ପାଇବେ କିନ୍ତୁ ସହଜ ଓ ସୁବିଧାରେ ନୁହେଁ। କର୍ମକ୍ଷେତ୍ରରେ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଉତ୍ତରାଫାଲଗୁନୀ ନକ୍ଷତ୍ରର ରାଜନୀତି, ସଂଗଠନ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପ୍ରଶାସନ, ଆଇନ, ପ୍ରକାଶନ କ୍ଷେତ୍ରରେ ଯାହା ଇଚ୍ଛା କରୁଛନ୍ତି ତାହା ପାଇବେ।
ତୁଳା
ତୁଳା
ଆଧ୍ୟାତ୍ମିକ ଗ୍ରହ ବଳଶାଳୀ ଶନି ଜୀବନଚର୍ଯ୍ୟାରେ ଅସଂଗତି ଦୂର କରିବା ସକାଶେ ଅନୁକୂଳ ଭାବନା ଜାଗ୍ରତ କରାଇବେ। ସାହିତ୍ୟ ଚର୍ଚ୍ଚା, ଲେଖା ପଢା,ସଭାସମିତି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ। କୌଣସି ସମ୍ପର୍କୀୟଙ୍କ ଅଶାଳୀନ ବ୍ୟବହାରରେ ବ୍ୟଥିତ ହୋଇପାରନ୍ତି।
ବିଛା
ବିଛା
ଆଜିର ଗ୍ରହସ୍ଥିତି ପ୍ରଭାବରେ ଅନାଗତ ଆଶଙ୍କାର ପରିକଳ୍ପନାରେ ମନ ଭାରାକ୍ରାନ୍ତ ରହିବ। ପ୍ରତ୍ୟେକ କ୍ଷେତ୍ରରେ ବାରମ୍ବାର ବିନା କୌଣସି ଦୃଢ ପଦକ୍ଷେପ ନେବା ଠିକ୍‌ ହେବନି। ସପ୍ତମସ୍ଥ ବଳବାନ୍‌ ରାହୁଙ୍କ ଯୋଗୁ ବାଣିଜ୍ୟ, ଆମଦାନୀ, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ପ୍ରଶାସନିକ ସ୍ତରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
ଧନୁ
ଧନୁ
ବାକ୍‌ ସଂଯମତା ସାମାଜିକ ଓ ପାରିବାରିକ ଜୀବନରେ ସମସ୍ୟା ସମାଧାନର ମାର୍ଗ ଉନ୍ମୁକ୍ତ କରିବ। ମୂଳା ନକ୍ଷତ୍ର ଆତ୍ମୀୟଙ୍କ ରୋଷର ଶିକାର ହୋଇ କାମରେ ସହଯୋଗ ପାଇବେ ନାହିଁ। ସଭାସମିତିରେ କିମ୍ବା କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଦୁଃସ୍ଥ ଆର୍ଥିକ ପରିସ୍ଥିତି ପୂର୍ବପରି ଦୁଶ୍ଚିନ୍ତାକୁ ବୃଦ୍ଧି କରିପାରେ।
ମକର
ମକର
କର୍ମକ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଇ କିମ୍ବା ନୂତନ ସମ୍ପର୍କରୁ ଖୁସି ରହିବେ। ହିତୈଷୀଙ୍କ ପରାମର୍ଶ କ୍ରମେ ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ଆଇନ, ଗବେଷଣା, ଅନୁସନ୍ଧାନ ଏବଂ ରଚନାମତ୍କ କାମରୁ ସୁଫଳ ପାଇବେ। ପ୍ରତିଯୋଗିତାରେ ସଫଳତା ଅବଶ୍ୟ ପାଇବେ, କିନ୍ତୁ ଧନିଷ୍ଠା ନକ୍ଷତ୍ର ପାଇଁ ବିପରୀତ ଫଳ ମିଳିବ।
କୁମ୍ଭ
କୁମ୍ଭ
ଆଜି ଅନ୍ତହୀନ ଦୁର୍ଭାବନା ଆପଣଙ୍କ ଭାବ ଓ ଭାଷାକୁ ଅନୁଚିତ କ୍ରିୟାଶୀଳ କରାଇପାରେ। ଅତୀତ କାର୍ଯ୍ୟାବଳୀ ସକାଶେ ଅନୁତାପର ସମୟ ପାଇବେ ନାହିଁ। ଧନାଧିପ ଗୁରୁ ସ୍ବଗୃହାଭିମୁଖୀ ହେତୁ ଆର୍ଥିକ ସ୍ଥିତି ସୁଦୃଢ ରହିବ, କିନ୍ତୁ ଋଣ ପରିଶୋଧ କରିବାରେ ପଛେଇ ଯିବେ। ଭୁଲ୍‌ ବୁଝାମଣାଜନିତ ପରିବହନରେ ଝଗଡାର ସମ୍ମୁଖୀନ ହୋଇପାରନ୍ତି।
ମୀନମୀନ
କର୍ମକ୍ଷେତ୍ରରେ ସମସ୍ୟା ବୃଦ୍ଧି ସଙ୍ଗକୁ ମନ୍ଥର ଗତି ହେତୁ ସଫଳତାରେ ଆଶଙ୍କା ସୃଷ୍ଟି ହୋଇପାରେ। ବୁଧାଦିତ୍ୟ ଯୋଗ ପ୍ରଭାବରେ ଦୈନନ୍ଦିନ ବ୍ୟବସାୟରେ ସ୍ଥିରତା ଫେରିପାଇବେ। ସାମାଜିକ ସ୍ତରରେ, ସଭାସମିତିରେ, ଆଲୋଚନାରେ, ତର୍କ ବିତର୍କରେ ସଫଳତା ମିଳିବ। ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ,…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଉଚ୍ଚସ୍ଥ ଚନ୍ଦ୍ର ହେତୁ ଗୃହ, ଭୂମି, ଗାଡି, ମୋଟର ପ୍ରଭୃତିରେ ବନ୍ଧୁବାନ୍ଧବ, ସହକର୍ମୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ସମସ୍ୟା ରହିବ, କିନ୍ତୁ ଦୃଢ଼ ମନୋବଳ ହେତୁ କିଛି ଅସୁବିଧା ହେବନାହିଁ। ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri