Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୧୭ ତାରିଖ – Daily Horoscope

ମେଷ
ଆଜି ଅର୍ଥଲାଭର ଯୋଗ ରହିଛି। କିନ୍ତୁ ପାଇବେ ଯେତିକି ତା’ଠାରୁ ଅଧିକ ବ୍ୟୟକରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା କରୁଥିବା କାମ ଓ ପରିବହନରେ ସଫଳତା ପାଇବେ। ଘର ଲୋକଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ।
ବୃଷ
ବୃଷ
ପରିବାରର ପରାମର୍ଶକ୍ରମେ କୌଣସି କାର୍ଯ୍ୟାରମ୍ଭକୁ ପ୍ରାଥମିକତା ପ୍ରଦାନ କରିପାରନ୍ତି। ଧାର୍ମିକ ଅନୁଷ୍ଠାନରେ ନିଜକୁ ସାମିଲ କରିବାର ସୁଯୋଗ ବନ୍ଧୁଙ୍କ ମାଧ୍ୟମରେ ଆସିପାରେ। ସାମାଜିକ ସ୍ତରରେ ହାତରୁ ଖାଇ ପର ପାଇଁ ଖଟି ମନସ୍ତାପ କରିବାକୁ ପଡ଼ିପାରେ। ପଡ଼ୋଶୀଙ୍କ ପରାମର୍ଶକୁ ଗ୍ରହଣକଲେ ମନ୍ଦ ହେବନି।
ମିଥୁନ
ମିଥୁନ
ଆଜି ସକାଳୁ ସକାଳୁ ବନ୍ଧୁଙ୍କଠାରୁ କୌଣସି ଖବର ଶୁଣି ମନଟା ଖୁସି ହୋଇଯିବ। ଆନୁଷ୍ଠାନିକ କାର୍ଯ୍ୟ ଲାଗି ଆଲୋଚନା କରିପାରନ୍ତି। ଦୀର୍ଘଦିନରୁ ଅଟକି ରହିଥିବା କାମ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଅଚାନକ ଭାବେ ବନ୍ଧୁଙ୍କ ଆମନ୍ତ୍ରଣ ପାଇ ଯାତ୍ରା କରିପାରନ୍ତି।
କର୍କଟ
କର୍କଟ
ସାଧାରଣ କଥାକୁ କେନ୍ଦ୍ରକରି ପିଲାମାନଙ୍କ ଉପରେ ବେଶି ରାଗିପାରନ୍ତି। ନିଜ ସ୍ବାର୍ଥ ସାଧନ ଦିଗରେ ଅନ୍ୟକୁ ନିୟୋଜିତ କରିବା ସକାଶେ ଯୋଜନା କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଦ୍ୱନ୍ଦ୍ୱ ଓ ପ୍ରତିଦ୍ୱନ୍ଦ୍ୱିତାର ଅବସାନ ଘଟିବ। ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନ ଯାତ୍ରା କରିବାକୁ ପଡ଼ିପାରେ।
ସି˚ହ
ସି˚ହ
ଅଧସ୍ତନ କର୍ମଚାରୀଙ୍କ ସହମତିରେ କାମ କଲେ ଉପକୃତ ହେବେ। ସଭାସମିତି ଓ ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବଢ଼ିବ। ଅନିୟମିତ ଆହାର ଗ୍ରହଣ ଫଳରେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଯେକୌଣସି ପ୍ରତିଯୋଗିତାରେ ଅଂଶଗ୍ରହଣ କଲେ ସଫଳତା ପାଇପାରନ୍ତି।
କନ୍ୟା
ଆଜି କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ପରିବହନ ଓ ନୂତନ ବ୍ୟବସାୟରେ ଆଶାଜନକ ଫଳ ପାଇବେ। ପରକଥାରେ ମନଦେଇ ନିଜ ଘର କାମକୁ ଅବହେଳା କରିବେ। ଅଟକି ରହିଥିବା କାମଟିକୁ ସମ୍ପୂର୍ଣ୍ଣ କରିବା ଦିଗରେ ଅନ୍ୟମାନଙ୍କ ସହଯୋଗ ଲୋଡ଼ିବେ।
ତୁଳା
ତୁଳା
ଆଜି ଏପରି ଏକ ଶୁଭଖବର ପାଇବେ, ଯାହା ମନକୁ ପ୍ରଫୁଲ୍ଲିତ କରିଦେବ। ପିଲାଙ୍କ ଦୁର୍ବଳ ସ୍ବାସ୍ଥ୍ୟ କିମ୍ବା ବୟସ୍କ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ମନକୁ ବିଭ୍ରାନ୍ତ କରିପାରେ। ଆଶା ଓ ବିଶ୍ୱାସ ନେଇ ଆଗକୁ ମାଡ଼ି ଚାଲନ୍ତୁ, ଦେଖିବେ ସବୁକିଛି ଠିକ୍‌ ହୋଇଯିବ। ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ସମସ୍ୟା ସୃଷ୍ଟି କରିପାରନ୍ତି।
ବିଛା
ବିଛା
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ସରଳରେ ଅତିବାହିତ ହେବ। କାମଗୁଡ଼ିକ ସାମାନ୍ୟ ଚେଷ୍ଟା ଓ ବିଳମ୍ବିତ ସମୟରେ ସାଧିତ ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ରାଜନୀତିରେ ଚେଷ୍ଟା ସଫଳ ହେବ।
ଧନୁ
ଧନୁ
କିଛି ସୁବିଧା ଅସୁବିଧା ସମ୍ପର୍କରେ ପରିବାର ଭିତରେ ଆଲୋଚନା କରିପାରନ୍ତି। ଅଫିସ୍‌ରେ ଧୀରପାଣି ପଥର କାଟେ ନୀତିରେ କାମ ହାସଲ ପାଇଁ ଚେଷ୍ଟିତ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବା ସାଙ୍ଗକୁ ଟେନ୍‌ସନ୍‌ କିଛିମାତ୍ରାରେ କମିଯିବ। ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହେବ।
ମକର
ମକର
ଦୂରଦର୍ଶିତା ଓ ବିଚାରଶୀଳ କାରଣରୁ କୌଣସି ଅସୁବିଧା ହେବନାହିଁ। ଶ୍ରବଣାର କିନ୍ତୁ ଦୀର୍ଘଦିନ ହେଲା ରୋଗ, ଋଣ ଓ ଶତ୍ରୁତା ଲାଗିରହିବା କାରଣରୁ ମନ ଭଲ ରହିବ ନାହିଁ। ବିବାଦୀୟ ଘଟଣାରେ ବିଜୟୀ ହେବେ ଓ ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
କୁମ୍ଭ
କୁମ୍ଭ
ଯେଉଁ କାମଟି ଦୀର୍ଘଦିନ ହେଲା ହୋଇପାରି ନ ଥିଲା ଆଜି ତାହା ହୋଇଯିବ। ସହକର୍ମୀଙ୍କ ସହିତ ଆଲୋଚନାରେ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳିନେବେ। କର୍ମକ୍ଷେତ୍ରରେ ଯାହାକୁ ଯାହା କହିବେ ସେମାନେ ସହଯୋଗର ହାତ ବଢ଼ାଇବେ। ବ୍ୟବସାୟରେ ସଫଳତା ମିଳିବ।
ମୀନମୀନ

କର୍ମକ୍ଷେତ୍ରରେ ପ୍ରତିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। କୌଣସି ସୂତ୍ରରୁ ଶୁଣା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବାର ଆଶଙ୍କା ରହିଛି। ସଭାସମିତି, ସଙ୍ଗଠନ, ସାଂସ୍କୃତିକ କାର୍ଯ୍ୟ ତଥା ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବା ପାଇଁ ଚେଷ୍ଟିତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର ଯୋଗୁ ଦୈହିକ ସୁସ୍ଥତା ପ୍ରଦାନ କରିବା ସହ ବିବାଦରେ ବିଜୟୀ ହେବେ। ଦୃଢ଼ ପଦକ୍ଷେପ ନେଇ ଅସଜଡା ପରିସ୍ଥିତିକୁ ସୁଧାରି ନେବାର ପ୍ରଯତ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri