Posted inRasifala

ରାଶିଫଳ: ସୋମବାର, ଜାନୁୟାରୀ ୧୭ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରର ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି। ହଠାତ୍‌ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। ଅଧିକ ବୁଲାବୁଲି କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।
ବୃଷ
ବୃଷ
ସକାଳୁ ସକାଳୁ ଜଣେ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମ କରି ଆଶାକୁ ଚରିତାର୍ଥ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ତାହା ଦୂର ହୋଇପାରେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ମାତ୍ର ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣାଧୀନ ରହିବ।
ମିଥୁନ
ମିଥୁନ
ଆପଣଙ୍କ ପ୍ରତିଷ୍ଠା ଓ ପ୍ରଶଂସାରେ ଈର୍ଷାପରାୟଣ ହୋଇ ସମ୍ପର୍କୀୟମାନେ ଦୋଷତ୍ରୁଟି ଗାଇ ବୁଲିବେ। ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଲୋଚନା କାଳରେ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ପାରିବେ ନାହିଁ। ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ।
କର୍କଟ
କର୍କଟ
ଆପଣଙ୍କ ସରଳ ବିଶ୍ୱାସକୁ ନେଇ ବନ୍ଧୁ ବିଶ୍ୱାସ ଘାତକତା କରିପାରନ୍ତି। ଗତକାଲି ଯେଉଁ ଜିନିଷ ପାଇଁ ଚିନ୍ତା କରୁଥିଲେ, ଆଜି ତାହା ବିଳମ୍ବରେ ପାଇବେ। ଦୀର୍ଘମିଆଦି ସୂତ୍ରରେ ହାତକୁ ନେଇଥିବା କାମ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। ବାଣିଜ୍ୟ, ବ୍ୟବସାୟରେ ସଫଳତା ପାଇବେ। ଉଚ୍ଚ ମାନସିକ ଚାପ ବୃଦ୍ଧି ପାଇବ।
ସି˚ହ
ସି˚ହ
ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ଦୂରଯାତ୍ରା କରିବାକୁ ପଡ଼ିପାରେ। ଅର୍ଥପ୍ରାପ୍ତି ସକାଶେ ଉଚ୍ଚ ଆଶା କରି ନିରାଶ ହେବେ। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ସମ୍ଭାବନା ରହିଛି। ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ, ମାତ୍ର ଆପଣ କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି।
କନ୍ୟା
ଆଜି ସକାଳୁ କୌଣସି ଅଶୁଭ ଖବର ମନକୁ ବିଷାଦିତ କରିପାରେ। ସାହାଯ୍ୟ କରିବାକୁ କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହି ନାସ୍ତିବାଣୀ ଶୁଣାଇବ। କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଯେତେ ସାବଧାନତା ଅବଲମ୍ବନ କଲେ ମଧ୍ୟ କାମ ଶୃଙ୍ଖଳିତ ହେବ ନାହିଁ। ମାନସିକ ଅସୁସ୍ଥତା ଲାଗି ରହିବା କାରଣରୁ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। କର୍ମକ୍ଷେତ୍ରରେ କିମ୍ବା ଅଫିସ୍‌ରେ ନୀତିଗତ କାମରୁ ପ୍ରଶଂସିତ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ଆପଣଙ୍କର କୌଣସି ମନ୍ତବ୍ୟକୁ କେନ୍ଦ୍ର କରି ଜଣେ ବୟସ୍କ ବ୍ୟକ୍ତି ଅସନ୍ତୋଷ ପ୍ରକାଶ କରିପାରନ୍ତି। ଆକସ୍ମିକ ସମସ୍ୟାର ଗତି ବଦଳିଯିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ। କିଣାବିକା କ୍ଷେତ୍ରରେ କିମ୍ବା ଜମିଜମା କାରବାରରେ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୂର ହେବ।
ଧନୁ
ଧନୁ
ଆଜି ଧନହାନି, କଳହ, ପ୍ରତାରଣା ଓ ଶାରୀରିକ ଆଘାତ ସମ୍ଭାବନା ରହିଛି। ପଡ଼ୋଶୀଙ୍କ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡ଼ିବ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ପୃଷ୍ଠପୋଷକତା ଲାଭକରି ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଘଟିବ। ବନ୍ଧୁଙ୍କ ନିକଟରେ ବାକି ରହିଯାଇଥିବା ଅର୍ଥ ଆଦାୟରେ ସକ୍ଷମ ହେବେ। ଆଜିହିଁ ଶେଷ କରିବାକୁ ଚିନ୍ତା କରୁଥିବା କାମଟିରେ ନିରାଶ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ବିଭିନ୍ନ କାମରେ ଅନୁପ୍ରବେଶ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ ଅସୁବିଧା ରହିବ ନାହିଁ । ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ସବୁ ଦିନ ସକାଶେ ସ୍ମରଣୀୟ ରହି ଯାଇପାରେ। ସ୍ବାସ୍ଥ୍ୟ ପ୍ରତି ଅଣଦେଖା ହେତୁ ବହୁମୂଲ୍ୟ ଦେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସତ୍ୟଭାଷଣରୁ ଦୂରେଇ ରହିବା ଭଲ ହେବ ନତୁବା ମନାନ୍ତର ଘଟିପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri