Posted inRasifala

ରାଶିଫଳ: ସୋମବାର, ଜାନୁୟାରୀ ୧୭ ତାରିଖ – Daily Horoscope

ମେଷ
ଆଜି କର୍ମକ୍ଷେତ୍ରର ସ୍ଥଗିତ କାମ ସମ୍ପନ୍ନ କରିବା ସକାଶେ ତତ୍ପର ରହିପାରନ୍ତି। ହଠାତ୍‌ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେବେ। ଅଧିକ ବୁଲାବୁଲି କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।
ବୃଷ
ବୃଷ
ସକାଳୁ ସକାଳୁ ଜଣେ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମ କରି ଆଶାକୁ ଚରିତାର୍ଥ କରିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ସାହାଯ୍ୟର ପ୍ରତିଶ୍ରୁତି ପାଇ ତାହା ଦୂର ହୋଇପାରେ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ମାତ୍ର ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି। ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣାଧୀନ ରହିବ।
ମିଥୁନ
ମିଥୁନ
ଆପଣଙ୍କ ପ୍ରତିଷ୍ଠା ଓ ପ୍ରଶଂସାରେ ଈର୍ଷାପରାୟଣ ହୋଇ ସମ୍ପର୍କୀୟମାନେ ଦୋଷତ୍ରୁଟି ଗାଇ ବୁଲିବେ। ଅତୀତ ଘଟଣାକୁ କେନ୍ଦ୍ରକରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଲୋଚନା କାଳରେ ବନ୍ଧୁଙ୍କ ନିକଟରେ ମନକଥାକୁ ଲୁଚାଇ ପାରିବେ ନାହିଁ। ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ।
କର୍କଟ
କର୍କଟ
ଆପଣଙ୍କ ସରଳ ବିଶ୍ୱାସକୁ ନେଇ ବନ୍ଧୁ ବିଶ୍ୱାସ ଘାତକତା କରିପାରନ୍ତି। ଗତକାଲି ଯେଉଁ ଜିନିଷ ପାଇଁ ଚିନ୍ତା କରୁଥିଲେ, ଆଜି ତାହା ବିଳମ୍ବରେ ପାଇବେ। ଦୀର୍ଘମିଆଦି ସୂତ୍ରରେ ହାତକୁ ନେଇଥିବା କାମ ସୁରୁଖୁରୁରେ ସମ୍ପନ୍ନ ହୋଇଯିବ। ବାଣିଜ୍ୟ, ବ୍ୟବସାୟରେ ସଫଳତା ପାଇବେ। ଉଚ୍ଚ ମାନସିକ ଚାପ ବୃଦ୍ଧି ପାଇବ।
ସି˚ହ
ସି˚ହ
ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ଦୂରଯାତ୍ରା କରିବାକୁ ପଡ଼ିପାରେ। ଅର୍ଥପ୍ରାପ୍ତି ସକାଶେ ଉଚ୍ଚ ଆଶା କରି ନିରାଶ ହେବେ। ଘରୋଇ ସମସ୍ୟା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ସମ୍ଭାବନା ରହିଛି। ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ, ମାତ୍ର ଆପଣ କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି।
କନ୍ୟା
ଆଜି ସକାଳୁ କୌଣସି ଅଶୁଭ ଖବର ମନକୁ ବିଷାଦିତ କରିପାରେ। ସାହାଯ୍ୟ କରିବାକୁ କଥା ଦେଇଥିବା ଲୋକଟି ପରକ୍ଷଣରେ ଓଲଟା କଥା କହି ନାସ୍ତିବାଣୀ ଶୁଣାଇବ। କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ଆଇନ ଅଦାଲତରୁ ସୁଫଳ ପାଇବେ ଏବଂ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଯେତେ ସାବଧାନତା ଅବଲମ୍ବନ କଲେ ମଧ୍ୟ କାମ ଶୃଙ୍ଖଳିତ ହେବ ନାହିଁ। ମାନସିକ ଅସୁସ୍ଥତା ଲାଗି ରହିବା କାରଣରୁ ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। କର୍ମକ୍ଷେତ୍ରରେ କିମ୍ବା ଅଫିସ୍‌ରେ ନୀତିଗତ କାମରୁ ପ୍ରଶଂସିତ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ଆପଣଙ୍କର କୌଣସି ମନ୍ତବ୍ୟକୁ କେନ୍ଦ୍ର କରି ଜଣେ ବୟସ୍କ ବ୍ୟକ୍ତି ଅସନ୍ତୋଷ ପ୍ରକାଶ କରିପାରନ୍ତି। ଆକସ୍ମିକ ସମସ୍ୟାର ଗତି ବଦଳିଯିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହିବ। କିଣାବିକା କ୍ଷେତ୍ରରେ କିମ୍ବା ଜମିଜମା କାରବାରରେ ଠକାମିରେ ପଡ଼ିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ସମସ୍ୟା ଦୂର ହେବ।
ଧନୁ
ଧନୁ
ଆଜି ଧନହାନି, କଳହ, ପ୍ରତାରଣା ଓ ଶାରୀରିକ ଆଘାତ ସମ୍ଭାବନା ରହିଛି। ପଡ଼ୋଶୀଙ୍କ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ପଡ଼ିବ। ବିଳାସ ଉପକରଣ କ୍ରୟ କରିବା ସକାଶେ ଘରୁ ବରାଦ ପାଇପାରନ୍ତି। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ଯୋଗୁ ବିଚଳିତବୋଧ କରିପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ପୃଷ୍ଠପୋଷକତା ଲାଭକରି ଉଚ୍ଚ ଚିନ୍ତା କରିବେ ଏବଂ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଭୁଲ୍‌ ବୁଝାମଣା କାରଣରୁ ଆତ୍ମୀୟଙ୍କ ସହ ସମ୍ପର୍କ ହାନି ଘଟିବ। ବନ୍ଧୁଙ୍କ ନିକଟରେ ବାକି ରହିଯାଇଥିବା ଅର୍ଥ ଆଦାୟରେ ସକ୍ଷମ ହେବେ। ଆଜିହିଁ ଶେଷ କରିବାକୁ ଚିନ୍ତା କରୁଥିବା କାମଟିରେ ନିରାଶ ହେବାକୁ ପଡ଼ିପାରେ।
କୁମ୍ଭ
କୁମ୍ଭ
ବିଭିନ୍ନ କାମରେ ଅନୁପ୍ରବେଶ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସମସ୍ତ ସୁବିଧା ଥିଲେ ମଧ୍ୟ ହାତକୁ ନେଇଥିବା କାମଟି ବିଳମ୍ବରେ ଓ ବହୁ କଷ୍ଟରେ ସମ୍ପନ୍ନ ହେବ। ପୂର୍ବର କେତେକ ବିବାଦୀୟ କଥାକୁ ମନେପକାଇ ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।
ମୀନମୀନ
ଆଜିର ପ୍ରତ୍ୟୁଷ ଯାତ୍ରା ଫଳପ୍ରଦ ହେବ ଏବଂ ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ ଅସୁବିଧା ରହିବ ନାହିଁ । ଜଣେ ଅଜଣା ବନ୍ଧୁଙ୍କ ସାହାଯ୍ୟ ସବୁ ଦିନ ସକାଶେ ସ୍ମରଣୀୟ ରହି ଯାଇପାରେ। ସ୍ବାସ୍ଥ୍ୟ ପ୍ରତି ଅଣଦେଖା ହେତୁ ବହୁମୂଲ୍ୟ ଦେବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସତ୍ୟଭାଷଣରୁ ଦୂରେଇ ରହିବା ଭଲ ହେବ ନତୁବା ମନାନ୍ତର ଘଟିପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri